Posted inଖେଳ

ଦିନିକିଆରେ ବାଂଲାଦେଶର କ୍ଲିନ୍‌ ସୁଇପ୍‌

ଜର୍ଜଟାଉନ୍‌, ୧୭ା୭: ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ବାଂଲାଦେଶ କ୍ଲିନ୍‌ ସୁଇପ୍‌ କରିଛି । ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମେ ବ୍ୟାଟିଂ କରି ସମସ୍ତ ଉଇକେଟ ହରାଇ ୧୭୮ ରନ୍‌ କରିଥିଲା। ଜବାବରେ ବାଂଲାଦେଶ ୪୮.୩ ଓଭରରେ ୬ ଉଇକେଟ ହରାଇ ଆବଶ୍ୟକ ରନ୍‌ ସଂଗ୍ରହ କରି ନେଇଥିଲା

ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜକୁ ଭଳ ସ୍କୋର କରିବାର ସୁଯୋଗ ଦେଇ ନ ଥିଲେ ବାଂଲାଦେଶ ସ୍ପିନର। ୧୬ ରନ୍‌ରେ ଦଳ ୩ଟି ଉଇକେଟ ହରାଇଥିବା ବେଳେ କେସି କାର୍ଟି(୩୩) ଓ ନିକୋଲାସ ପୁରନ୍‌(୭୩) ଇନିଂସ ସମ୍ଭାଳି ଥିଲେ। ଦଳୀୟ ସ୍କୋର ୮୩ରେ କାର୍ଟି ଆଉଟ ହେବା ପରେ ପୁରନ୍‌ ରୋମାନଭ ପାଓ୍ବେଲ୍‌(୧୮) ଏବଂ ରୋମାରିଓ ଶେଫର୍ଡ(୧୯) ରନ୍‌ ବଳରେ ଦଳ ୧୭୮ ରନ୍‌ କରିବାରେ ସକ୍ଷମ ହୋଇଥିଲା। ବାଂଲାଦେଶ ପକ୍ଷରୁ ତାଇଜୁଲ ଇସଲାମ ୨୮ ରନ୍‌ରେ ୫ ଉଇକେଟ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ନାସୁମ ଅହମ୍ମଦ ଓ ମୁସ୍ତାଫିଜୁର ଦୁଇଟି ଲେଖାଏଁ ଉଇକେଟ ନେଇଥିଲେ।

ବାଂଲାଦେଶ ଅଧିନାୟକ ତାମିମ୍‌ ଇକ୍‌ବାଲ ଏବଂ ନାଜମୁଲ ଯୁସେନ ଓପନିଂ କରିଥିଲେ। ହେଲେ ନାଜମୁଲ ୧ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ଫଳରେ ଦଳକୁ ପ୍ରାରମ୍ଭିକ ଛଟକା ଲାଗିଥିଲା। ଏଭଳି ସ୍ଥିତିରେ ଅଧିନାୟକ ଇକ୍‌ବାଲ ଏବଂ ଲିଟନ ଦାସ ଦଳକୁ ଆଗକୁ ନେଇଥିଲେ। ଅଧିନାୟକ ଇକବାଲ ୩୪ ରନ୍‌ କରି ଆଟଉ ହେବା ପରେ ଲିଟନ୍‌ ଧର୍ଯ୍ୟର ସହ ଖେଳି ୫୦ ରନ୍‌ର ଉପଯୋଗୀ ବ୍ୟାଟିଂ କରିଥିଲେ। ସେହିପରି ମହମଦୁଲ୍ଲା ୨୬ ରନ୍‌ କରିଥିବା ବେଳେ ସୋମାଦେକ ହୋସେନାକ୍‌ ୧୪ କରିଥିଲେ। ଏପରି କି ନୁରୁଲ ହାସନ୍‌ଙ୍କ ୩୨ ରନ୍‌ ଏବଂ ମେହିଡ୍‌ ହାସନଙ୍କ ୧୬ ରନ୍‌ର ଅପରାଜିତ ଇନିସଂ ବଳରେ ବାଂଲାଦେଶ ଉଇକେଟ ହରାଇ ୯ଟି ବଲ୍‌ ପୂର୍ବରୁ ବିୟୟ ଲକ୍ଷ୍ୟ ହାସଲ କରି ନେଇଥିଲା। ତାଇଜୁଲ୍‌ ଇସଲାମଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ୍‌୍‌ ଏବଂ ତାମିମ୍‌ ଇକବାଲଙ୍କୁ ପ୍ଲେୟର ଅଫ୍‌ ଦ ସିରିଜ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri