Posted inଖେଳ

୧୦୪ ରନରେ ବାଂଲାଦେଶର ଶୋଚନୀୟ ପରାଜୟ…

ମେଲବୋର୍ନ,୨୭।୧୦ : ଦକ୍ଷିଣ ଆଫ୍ରିକା ଏବଂ ବାଂଲାଦେଶ ମଧ୍ୟରେ ଗୁରୁବାର ଟି -୨୦ ବିଶ୍ୱକପର ଖେଳାଯାଇଥିବା ୨୨ତମ ମ୍ୟାଚରେ ବାଂଲାଦେଶ ୧୦୪ ରନରେ ଶୋଚନୀୟ ପରାଜୟ ବରଣ କରିଛି। ସିଡନୀରେ ଚାଲିଥିବା ଏହି ଗ୍ରୁପ-୨ ମ୍ୟାଚ ରେ ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବାଭୁମାଙ୍କ ଦେତୃତ୍ୱରେ ଦଳ ବ୍ୟାଟିଂ କରିଥିଲା।

ବାଂଲାଦେଶ ଅଧିନାୟକ ଶାକିବ ଅଲ ହାସନଙ୍କ ନେତୃତ୍ୱରେ ଦଳ ବୋଲିଂ କରିଥିଲା। ଦକ୍ଷିଣ ଆଫ୍ରିକା ଧାର୍ଯ୍ୟ ୨୦ ଓଭରରେ ୫ ଓ୍ବିକେଟ ହରାଇ ୨୦୫ ରନ ସଂଗ୍ରହ କରିଥିଲା। ଫଳରେ ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୨୦୬ରନ ରହିଥିଲା। ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ବାଂଲାଦେଶ ୧୬.୩ଓଭରରେ ୧୦ ଓ୍ବିକେଟ ହରାଇ ମାତ୍ର ୧୦୧ ରନ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲା।

ଦକ୍ଷିଣ ଆଫ୍ରିକା ପକ୍ଷରୁ ରିଲେ ରାସୋ ଟି-୨୦ ବିଶ୍ୱ କପର ପ୍ରଥମ ଶତକ ହାସଲ କରି ୧୦୯ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଦିଲ୍ଲୀର ପ୍ଲେଅଫ୍‌ ଆଶା ଉଜ୍ଜୀବିତ

ଦିଲ୍ଲୀ,୧୭ା୫: ଆଇପିଏଲର ଏକୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୫ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ସହ ଦିଲ୍ଲୀ ୧୨ ପଏଣ୍ଟ ସହ…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri