ବଙ୍ଗଳାଗୁଡ଼ା ପୋଲ ଭୁଶୁଡ଼ିଲା

କୋରାପୁଟ,୧୭ା୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ମଙ୍ଗଳବାର ଅପରାହ୍ନରେ କୋରାପୁଟ-ରାୟଗଡ଼ା ୩୨୬ ନଂ. ଜାତୀୟ ରାଜପଥର ବଙ୍ଗଳାଗୁଡ଼ା-ଲେନ୍ଦିରିମାଳିଗୁଡା ମଧ୍ୟରେ ଥିବା ଏକ ପୁରୁଣା ପୋଲ ଭୁଶୁଡିପଡିଛି। ଏଥିଯୋଗୁ କୋରାପୁଟ ଓ ପୋଡାଗଡ଼ ମଧ୍ୟରେ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି। କାକିରିଗୁମ୍ମା-ଲକ୍ଷ୍ମୀପୁର-ରାୟଗଡା ରାସ୍ତାରେ ଗାଡି ମୋଟର ଚଳାଚଳ ବ୍ୟାହତ ହୋଇଛି।
ମିଳିଥିବା ଖବରରୁ ଜଣାପଡିଛି, କୋରାପୁଟଠାରୁ ୧୪ କିମି ଦୂର ବଙ୍ଗଳଗୁଡା ନିକଟରେ ଥିବା ଏହି ପୋଲର କୋରାପୁଟ ଆଡକୁ ଥିବା ଭାଗ ହଠାତ୍‌ ଭୁଶୁଡି ପଡିଥିଲା। ବର୍ତ୍ତମାନ ରାୟଗଡାରୁ ଆସୁଥିବା କେବଳ ହାଲୁକା ଯାନଗୁଡିକ ପୋଡାଗଡଠାରୁ ଆଡମଣ୍ଡା ମାଲକାନାଗିରି, ମହାଦେଇପୁଟ ପଞ୍ଚାୟତ ଦେଇ କୋରାପୁଟ ସଦର ମହକୁମାକୁ ଆସୁଥିବା ଜଣାପଡିଛି। ସେହିପରି ରାୟଗଡା ଆଡୁ ଆସୁଥିବା ସମସ୍ତ ଭାରିଯାନ କାକିରିଗୁମ୍ମାଠାରୁ ଭାୟା ଦାମନଯୋଡି-ମାଥାଲପୁଟ-ସେମିଳିଗୁଡା ହୋଇ କୋରାପୁଟକୁ ଆସିବା ବ୍ୟବସ୍ଥା କରାଯାଇଥିବା ଜିଲାପାଳ ଅବଦାଲ ଏମ. ଅଖତାର ସୂଚନା ଦେଇଛନ୍ତି। ଏହି ଘଟଣା ପରେ ଜିଲାପାଳ ସମସ୍ତ ବିଭାଗୀୟ ଯନ୍ତ୍ରୀଙ୍କୁ ଘଟଣା ସ୍ଥଳକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଟ୍ରାଫିକ ବ୍ୟବସ୍ଥା ପାଇଁ କାକିରିଗୁମ୍ମା ପୋଲିସ ଓ କୋରାପୁଟ ସଦର ପୋଲିସକୁ କୁହାଯାଇଛି। ଆମ୍ବୁଲାନ୍ସ ଯାତାୟାତ ଓ ଅନ୍ୟ ଜରୁରୀ ବ୍ୟବସ୍ଥା କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲାପାଳ କହିଛନ୍ତି। ସୂଚନାଯୋଗ୍ୟ, ଦୀର୍ଘ ୩୦ ବର୍ଷରୁ ଊର୍ଦ୍ଧ୍ୱ ପୁରୁଣା ହୋଇଥିବା ଏହି ପୋଲ ପୂର୍ବରୁ ଉପଯୁକ୍ତ ରକ୍ଷଣା ବେକ୍ଷଣ ଅଭାବରୁ ପୋଲର ଏକ ପାର୍ଶ୍ୱ ଦୀର୍ଘ ଦିନ ହେଲା ଫାଟି ରହିଥିଲା। ଠିକ୍‌ ସମୟରେ ମରାମତି ଅଭାବରୁ ଆଜି ଏପରି ଦୁର୍ଘଟଣା ଘଟିଲା ବୋଲି ସ୍ଥାନୀୟ ଲେନ୍ଦିରିମାଳିଗୁଡା ଓ ବଙ୍ଗଳାଗୁଡା ଗ୍ରାମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri