ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର ୭ ନମ୍ବର ୱାର୍ଡର ୱାର୍ଡ ସଭ୍ୟ ତଥା ନାଏବ ସରପଞ୍ଚ ଥିଲେ ବନିତା। ପୂର୍ବତନ ସରପଞ୍ଚ ତେୟାରଗ୍ରାସମୀ ଶବର ପାର୍ଟ ଟାଇମ ଟିଚେର ଭାବେ ନିଯୁକ୍ତି ପାଇବା ପରେ ସେ ନିଜ ପଦବୀରୁ ଇସ୍ତଫା ଦେଇଥିଲେ। ଏହି ଅବସରରେ ସ୍ଥାନୀୟ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ପୂର୍ବତନ ସରପଞ୍ଚ, ବ୍ଲକ ଅଧକ୍ଷ ବିଶ୍ୱନାଥ ଶବର ସମିତି ସଭ୍ୟ ଅର୍ଜୁନ ଶବର, ପୂର୍ବତନ ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ, ରଘୁନାଥ ପାତ୍ର, ସୁଦାମ ଶବର, ସନ୍ତୋଷ ମହାନ୍ତି, ଲ୍ୟାମ୍ପସ ସଭାପତି ରାମଚନ୍ଦ୍ର ଗମାଙ୍ଗଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ନୂଆ ସରପଞ୍ଚ ଭାବେ ଶପଥ ନେଲେ ବନିତା ଶବର । ଗ୍ରାମପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ କୃଷ୍ଣଚନ୍ଦ୍ର ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଏବଂ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ପଞ୍ଚାୟତବାସୀଙ୍କ ସହଯୋଗରେ ପଞ୍ଚାୟତର ଉନ୍ନତି ନିମନ୍ତେ ଚେଷ୍ଟା କରିବି ବୋଲି ନୂତନ ସରପଞ୍ଚ ମତ ପ୍ରକାଶ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri