ଜାତୀୟ ସ୍ବଚ୍ଛତା ସମାରୋହରେ ଯୋଗଦେବେ ବନିତା

ନବରଙ୍ଗପୁର, ୨୮।୯ ( ବି.ପ୍ର.): ଚଳିତ ମାସ ୩୦ ଓ ଅକ୍ଟୋବର ୧ ଦିଲ୍ଲୀରେ ହେବାକୁ ଥିବା ଜାତୀୟ ସ୍ବଚ୍ଛତା ସମାରୋହରେ ଭାଗନେଇ ନିଜର ପ୍ରକଳ୍ପ ପ୍ରଦର୍ଶନ କରିବା ପାଇଁ ଭାରତ ସରକାରଙ୍କ ମୁଖ୍ୟ ବିଜ୍ଞାନ ପରାମର୍ଶଦାତା କାର୍ଯ୍ୟାଳୟରୁ ନିମନ୍ତ୍ରଣ ପାଇଛନ୍ତି ପ୍ରଧାନମନ୍ତ୍ରୀ ବାଲ୍‌ ପୁରସ୍କାର ବିଜୟିନୀ ବନିତା ଦାସ । ଏହି ଅବସରରେ ସେ ଆଇଆଇଟି ଦିଲ୍ଲୀ ଓ ରାଷ୍ଟ୍ରପତି ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ବିଭିନ୍ନ ସ୍ବଚ୍ଛତା ପ୍ରକଳ୍ପ ପ୍ରଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ସେ ଦିଲ୍ଲୀ ଗସ୍ତ କରିଛନ୍ତି। ଭାରତ ସରକାରଙ୍କ ମୁଖ୍ୟ ବିଜ୍ଞାନ ପରାମର୍ଶଦାତା ଓ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟର ଇନ୍‌ଭେଷ୍ଟ୍ଟ ଇଣ୍ଡିଆ ଦ୍ୱାରା ୱେଷ୍ଟ ଟୁ ୱେଲ୍‌ଥ ମିଶନରେ ସେ ସ୍ବଚ୍ଛତା ସାରଥି ରୂପେ ମନୋନୀତ ହୋଇ ବିଗତ ଏକ ବର୍ଷ ହେବ ସିଙ୍ଗଲ ୟୁଜ ପ୍ଲାଷ୍ଟିକକୁ କିଭଳି ପୁନଃ ଚକ୍ରଣ କରାଯାଇପାରିବ ସେ ବିଷୟରେ ବିଭିନ୍ନ ପ୍ରକଳ୍ପ ପ୍ରସ୍ତୁତ କରିଥିଲେ। ସେ ଅନେକ ବିଦ୍ୟାଳୟ ଏବଂ ବିଭିନ୍ନ ଅଞ୍ଚଳରେ ସ୍ବଚ୍ଛତା କାର୍ଯ୍ୟକ୍ରମର ଆୟୋଜନ କରିଥିଲେ। ମଧ୍ୟପ୍ରଦେଶର ଅମରକଣ୍ଟକରେ ଥିବା ନର୍ମଦା ନଦୀର ଉତ୍ପତ୍ତିସ୍ଥଳରେ ଏକ ସ୍ବଚ୍ଛତା କାର୍ଯ୍ୟକ୍ରମରେ ସେ ଭାଗ ନେଇଥିଲେ। ବନିତା ମହାକାଶ ବିଜ୍ଞାନରେ ନିଜର କୃତିତ୍ୱ ହାସଲ କରିବା ପରେ ସ୍ବଚ୍ଛତା କ୍ଷେତ୍ରରେ ମଧ୍ୟ ଜାତୀୟସ୍ତରରେ ନିଜର ପରିଚୟ ସୃଷ୍ଟିକରି ସମଗ୍ର ଓଡ଼ିଶା ତଥା ଅବିଭକ୍ତ କୋରାପୁଟ ଜିଲା ପାଇଁ ଗୌରବ ଆଣିିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri