ଅବ୍ୟବସ୍ଥା ଘେରରେ ବ୍ୟାଙ୍କ ଶାଖା

କଣିହଁା,୨୫।୪: (ଡି.ଏନ.ଏ) ଅନୁଗୋଳ ଜିଲା କଣିହଁା ବ୍ଲକ ଷ୍ଟେଟ୍‌ ବ୍ୟାଙ୍କ ଅଫ ଇଣ୍ଡିଆର ରେଙ୍ଗାଳି ଶାଖାର ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବା ଅଭିଯୋଗ ହେଉଛି। ପୂର୍ବରୁ ଏହି ଶାଖା କାର୍ଯ୍ୟାଳୟ ରେଙ୍ଗାଳି ବନ୍ଧ ଯୋଜନାର ପ୍ରାଶାସନିକ ଭବନରେ ଦୀର୍ଘ ୪୫ ବର୍ଷ ହେବ ଚାଲିଆସୁଥିଲା। ସେଠାରେ ସମସ୍ତ ସୁବିଧା ସୁଯୋଗ ଥିବା ସତ୍ତ୍ୱେ ଦୁଇ ବର୍ଷ ହେବ ବ୍ୟାଙ୍କ ଅନ୍ୟତ୍ର ସ୍ଥାନାନ୍ତର ହୋଇଥିଲା। ହେଲେ ଏବେ ବ୍ୟାଙ୍କ ଚାଲୁଥିବା ଘରଟି ଉପର ମହଲାରେ ହୋଇଥିବାରୁ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମମାନେ ସେବା ପାଇବା ପାଇଁ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଘଣ୍ଟା ଘଣ୍ଟା ଖରାରେ ଅପେକ୍ଷା କଲା ପରେ ଯାଇ କାର୍ଯ୍ୟ ହେଉଛି।
ସେହିପରି ପିଇବା ପାଇଁ ଆବଶ୍ୟକ ପାଣି ଓ ବ୍ୟାଙ୍କ ପରିସରରେ କୌଣସି ଶୌଚାଳୟ ବ୍ୟବସ୍ଥା ନ ଥିବାରୁ ଉପଭୋକ୍ତାମାନେ ଅସୁବିଧାର ଭୋଗୁଛନ୍ତି। ବ୍ୟାଙ୍କ ସମ୍ମୁଖ ରାସ୍ତା ଠିକ୍‌ ନ ଥିବାରୁ ଭିନ୍ନକ୍ଷମାନେ ଆସୁଥିବା ତିନିଚକିଆ ସାଇକେଲ ସେଠାକୁ ଯାଇପାରୁ ନାହିଁ। ଅସରାଏ ବର୍ଷା ହେଲେ ରାସ୍ତା ଉପରେ ଆଣ୍ଠୁଏ ପାଣି ଜମି ରହୁଛି। ଫଳରେ ଯିବା ଆସିବାରେ ସେମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଖପାଖ ଦୋକାନୀ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନାହିଁ। ଏ ନେଇ ଶାଖା ପରିଚାଳକ ଅବିନାଶ ତ୍ରିପାଠୀ କହିଛନ୍ତି, ବ୍ୟାଙ୍କ ୨ ବର୍ଷ ପୂର୍ବରୁ ଉଠିସାରିଛି। ଏଟିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଏବଂ ନେଟଓ୍ବାର୍କ ସମସ୍ୟା ପାଇଁ ଅସୁବିଧା ହେଉଛି। ବରିଷ୍ଠ ନାଗରିକମାନଙ୍କୁ ସବୁବେଳେ ସେବା ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri