ବ୍ୟାଙ୍କ ଶାଖା ପରିଚାଳକ ନିଲମ୍ବିତ

କୋରାପୁଟ,୨୦।୧(ସ୍ବ.ପ୍ର.) ଲକ୍ଷ୍ମୀପୁର ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରୁ ସୁନା ଚୋରି ଘଟଣାରେ ଅଧିକ ପଚରାଉଚରା ପାଇଁ ଅଭିଯୁକ୍ତ ଶେଖର କୁଲଦିପିଆଙ୍କୁ ପୋଲିସ ରିମାଣ୍ଡରରେ ଆଣିଥିବା ବେଳେ ବୁଧବାର ଶାଖା ପରିଚାଳକ ସୁଧାଂଶୁ ଶେଖର ରାଉତଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି ା ନଭେମ୍ବର ୩୦ରେ ପୂର୍ବତନ ମେସେଞ୍ଜର ଶେଖର ବ୍ୟାଙ୍କରେ ଲୁଚିରହି ଷ୍ଟ୍ରଙ୍ଗ ରୁମରୁ ୧ କିଲୋ ୬୦୦ ଗ୍ରାମ ସୁନା ଅଳଙ୍କାର ଚୋରି କରିଥିଲେ ା ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଶେଖରଙ୍କ ନାରାୟଣପାଟଣାସ୍ଥିତ ବିକ୍ରମପୁର ଘରକୁ ଯାଇ ଚଢାଉ କରି ୧କିଲୋ ୧୮୯ ଗ୍ରାମ ସୁନାକୁ ଜବତ କରିଥିଲା ା ବଳକା ସୁନା କିପରି ଜବତ କରାଯିବ ସେ ନେଇ ଲକ୍ଷ୍ମୀପୁର ଏସ୍‌ଡିପିଓ ଅଶ୍ୱନୀ କୁମାର ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇ ମାମଲାର ଅଧିକ ତଦନ୍ତ ଜାରି ରହିଛି। ତେବେ କାର୍ଯ୍ୟରେ ଅବହେଳା ପାଇଁ ବ୍ୟାଙ୍କ ଶାଖା ପରିଚାଳକ ରାଉତଙ୍କୁ ନିଳମ୍ବନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri