ଋଣ ନାଁରେ ଠକେଇ କରି ବ୍ୟାଙ୍କ କର୍ମଚାରୀ ଗିରଫ

ଫୁଲବାଣୀ ଅଫିସ,୬।୪: ଫୁଲବାଣୀ ଷ୍ଟେଟବ୍ୟାଙ୍କ ମୁଖ୍ୟ ଶାଖାରେ ଋଣ ନାଁରେ ଠକେଇ ଘଟଣାରେ ରାଜ୍ୟ ଅର୍ଥନୈତିକ ଅପରାଧ ଶାଖା ଜଣେ ବ୍ୟାଙ୍କ ଅଧିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। କର୍ମଚାରୀ ଜଣକ ହେଲେ ଫୁଲବାଣୀ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର ତତ୍କାଳୀନ ଡେପୁଟି ମ୍ୟାନେଜର ତଥା ଫିଲ୍ଡ ଅଫିସର ଆଶୁତୋଷ ଆଚାର୍ଯ୍ୟ। ଇଓଡବ୍ଲ୍ୟୁ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୨୧/୨୨ ମସିହାରେ ଆଶୁତୋଷ ନିଜ ପଦବୀର ଦୂରପଯୋଗ କରି ବିଭିନ୍ନ ବ୍ୟକ୍ତିଙ୍କ ନାମରେ ପ୍ରାୟ ୮ କୋଟି ଟଙ୍କାର ଋଣ ବେଆଇନ ଭାବେ ମଞ୍ଜୁର କରିଥିଲେ। ଏହାପରେ ଏ ସମସ୍ତ ଋଣ ଅର୍ଥକୁ ସେ ନିଜ ସମ୍ପର୍କୀୟମାନଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରି ହଡ଼ପ କରିଥିଲେ। ସୂଚନାଯୋଗ୍ୟ, ଅଭିଯୁକ୍ତ ଆଶୁତୋଷ ୫୯ଜଣଙ୍କ ନାମରେ ସରକାରୀ ଚାକିରିଆମାନଙ୍କ ପାଇଁ ଉଦ୍ଦିଷ୍ଟ ଏକ୍ସପ୍ରେସ କ୍ରେଡିଟ ଲୋନ ମଞ୍ଜୁର କରିଥିଲେ। ଯାହାର ପରିମାଣ ରହିଥିଲା ୬ କୋଟି ୭୭ଲକ୍ଷ ୩୦ହଜାର ଟଙ୍କା। ସେହିଭଳି ସେ ୨୬ଜଣଙ୍କ ନାମରେ ୯୯ଲକ୍ଷ ୮୨ହଜାର ୭୯୫ ଟଙ୍କାର ପେନସନ ଋଣ ମଞ୍ଜୁର କରିଥିଲେ। ଏହିଭଳି ଭାବେ ସମୁଦାୟ ୮କୋଟି ୧ଲକ୍ଷ ୮୭ହଜାର ଟଙ୍କା ଋଣ ମଞ୍ଜୁର କରାଯାଇଥିଲା। ଯାହାକି ପରବର୍ତ୍ତୀ ସମୟରେ ଆଶୁତୋଷ ନିଜ ଘରଲୋକଙ୍କ ଆକାଉଣ୍ଟକୁ ପଠାଇ ଦେଇଥିଲେ। ପରେ ଋଣ ମଞ୍ଜୁର କରାଯାଇଥିବା ବ୍ୟକ୍ତିମାନେ ସରକାରୀ ଚାକିରିଆ କିମ୍ବା ପେନସନଭୋଗୀ ନ ଥିବା ଜଣାପଡ଼ିଥିଲା। ଏନେଇ ଅଭିଯୋଗ ହେବାରୁ ଆଶୁତୋଷଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ପରେ ରାଜ୍ୟ ଅର୍ଥନୈତିକ ଅପରାଧ ଶାଖାରେ ଏନେଇ ୧୪/୨୩ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଇଥିଲା। ତଦନ୍ତରୁ ଘଟଣାର ସତ୍ୟତା ଜଣାପଡ଼ିବା ପରେ ଆଶୁତୋଷଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?