ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କ ସହ ରଖିଲେ ଶାରୀରିକ ସମ୍ପର୍କ, ବ୍ୟାଙ୍କ କର୍ମଚାରୀ ଗିରଫ

ଭୁବନେଶ୍ୱର,୬ା୩(ସୂର୍ଯ୍ୟକାନ୍ତ ବେହେରା): ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରିବା ଅଭିଯୋଗରେ ଇନ୍‌ଫୋସିଟି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଚନ୍ଦ୍ରଶେଖରପୁରରେ ରହୁଥିବା ତାଳଚେର ସଦର ଥାନା ଅଞ୍ଚଳର ସୁମନ୍ତ କୁମାର ଆଚାର୍ଯ୍ୟ(୨୫)। ଜାମିନ ନ ମିଳିବାରୁ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ ଅଭିଯୁକ୍ତ ଜଣକ ଏକ ବେସରକାରୀ ବ୍ୟାଙ୍କରେ କାର୍ଯ୍ୟ କରୁଥିବାବେଳେ, ପୀଡ଼ିତାଙ୍କ ଦୂର ସମ୍ପର୍କୀୟ ଅଟନ୍ତି। ୨୦୨୨ ଜୁନ ମାସରେ ପୀଡ଼ିତା ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ଏବଂ ସେହି ଦିନଠାରୁ ଉଭୟ ମୋବାଇଲ ଏବଂ ସାମାଜିକ ଗଣମାଧ୍ୟମ ଜରିଆରେ ପରସ୍ପର ସହ ଯୋଗାଯୋଗରେ ରହିଥିଲେ। ପରେ ଦୁହିଁଙ୍କ ମଧ୍ୟରେ ଘନିଷ୍ଠତା ବଢ଼ିଥିଲା ଓ ଅଭିଯୁକ୍ତ ପୀଡ଼ିତାଙ୍କୁ ବିବାହର ପ୍ରଲୋଭନ ଦେଖାଇ ତଥା ମିଥ୍ୟା ପ୍ରତିଶ୍ରୁତି ଦେଇ ୨୦୨୩ ଅଗଷ୍ଟରେ ପ୍ରଥମ କରି ଶିଶୁବିହାରର ଏକ ଭଡ଼ା ଘରେ ତାଙ୍କ ଇଛା ବିରୋଧରେ ତାଙ୍କ ସହିତ ଜୋରଜବରଦସ୍ତ ଶାରୀରିକ ସମ୍ପର୍କ ରଖିଥିଲେ। ପରବର୍ତ୍ତୀ ସମୟରେ ପୀଡ଼ିତା ବିବାହ ବିଷୟରେ କହିବାରୁ ଅଭିଯୁକ୍ତ ଜଣଙ୍କ ତାଙ୍କ ପ୍ରସ୍ତାବକୁ ଏଡ଼ାଇ ଯାଇଥିଲେ। ଏପରିକି ଅଭିଯୁକ୍ତଙ୍କ ପରିବାର ଲୋକେ ମଧ୍ୟ ପୀଡିତାଙ୍କୁ ଗ୍ରହଣ କରିବାକୁ ମନା କରିଦେଇଥିଲେ। ପରେ ପୀଡ଼ିତା ଥାନାରେ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri