ରାଜ୍ୟବ୍ୟାପୀ ଆନ୍ଦୋଳନରୁ ଉଠିଲେ ବ୍ୟାଙ୍କ କର୍ମଚାରୀ

କେନ୍ଦୁଝର,୨୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କେନ୍ଦ୍ର ସମବାୟ ବ୍ୟାଙ୍କର ମହାସଂଘର ଆହ୍ବାନ କ୍ରମେ ୫ ଦଫା ଦାବି ନେଇ କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କର କର୍ମଚାରୀଙ୍କ ଚାଲିଥିବା ଆନ୍ଦୋଳନ ଶୁକ୍ରବାର ଶେଷ ହୋଇଛି। ଅକ୍ଟୋବର ୨୫ରୁ ଆରମ୍ଭ ହୋଇ ୨୭ ସରିଛ। ସମବାୟ ବ୍ୟାଙ୍କର ଦୀର୍ଘ ବର୍ଷ ଧରି ଲାଭ କରି ସରକାରଙ୍କୁ ଲାଭାଂଶ ପ୍ରଦାନ କରି ଆସୁଛନ୍ତି ହେଁ କର୍ମଚାରୀମାନଙ୍କ ଆର୍ଥିକ ଦାବି ପ୍ରଦାନ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରୁଥିବା ଅଭିଯୋଗ କରିଛନ୍ତି। ସପ୍ତମ ବେତନ କମିଶନ ଅନୁଯାୟୀ, ୨୦୧୬ରୁ ବେତନ ଦେବାକୁ ନିର୍ଦ୍ଦେଶନାମା ଥିଲେ ମଧ୍ୟ ତାହା କାର୍ଯ୍ୟକାରୀ କରାଯାଉ ନ ଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ସେହିପରି ୨୦୧୪ ପରଠାରୁ ବ୍ୟାଙ୍କରେ ଚାକିରି କରୁଥିବା କର୍ମଚାରୀଙ୍କ ଅବସର ପରେ ଇପିଏଫ୍‌ ଓ ସ୍କିମ୍‌ ଅଧୀନରେ ପେନ୍‌ସନ ପାଇପାରୁ ନ ଥିବାରୁ ଏକ ପେନ୍‌ସନ୍‌ ପାଣ୍ଠି ଗଠନ କରିବାକୁ ଦାବି କରିଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନରେ ଥିବା ୧୯ଟି ଶାଖା ଏବଂ କେନ୍ଦୁଝରସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ବ୍ୟାନର ପୋଷ୍ଟର ଧରି ବ୍ୟାଙ୍କ କର୍ମଚାରୀମାନେ ଆନ୍ଦୋଳନ ଜାରି ରଖିଥିଲେ। ଏହି ଆନ୍ଦୋଳନରେ ବ୍ୟାଙ୍କ କର୍ମଚାରୀ ସଂଘର ସଭାପତି ବିଶ୍ୱଜିତ୍‌ ବିଶାଳ, ସମ୍ପାଦକ ବିକାଶ ସାହୁ ସହିତ ବରିଷ୍ଠ କର୍ମଚାରୀ ଆଲୋକ ବଳ, ସନ୍ତୋଷ ମିଶ୍ର, ଜିତେଶ ନାୟକ, ଆଶିଷ ପ୍ରିୟଦର୍ଶୀ, ତାରିଣୀ ଦାସ, ଭୀମସେନ ଜେନା, କାଳନ୍ଦୀ ଦେହୁରୀ, ଇନ୍ଦୁମତି ମହାରଣା, କୀର୍ତ୍ତନ ସାହୁ, ରାଇଟର ମାଝୀ, ପ୍ରଶାନ୍ତ କୁମାର ରାଜ, ଭରତ ପ୍ରଧାନ, ସସ୍ମିତା ସିଂଦେଓ, ହିତାକାଂକ୍ଷୀ ନାଏକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri