ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍‌କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ ହୋଇ ନ ଥିବା ପ୍ରତିବାଦରେ ୟୁନାଇଟେଡ୍‌ ଫୋରମ ଅଫ୍‌ ବ୍ୟାଙ୍କ ୟୁନିୟନ୍ସ ପକ୍ଷରୁ ଶୁକ୍ରବାର ଦେଶବ୍ୟାପୀ ଦିନିକିଆ ଧର୍ମଘଟ ଡାକରା ଦିଆଯାଇଛି। ଏହାର ପ୍ରଭାବ ଛତ୍ରପୁରରେ ମଧ୍ୟ ପରିଲକ୍ଷିତ ହୋଇଛି।

ଛତ୍ରପୁର ଷ୍ଟେଟ୍‌ ବ୍ୟାଙ୍କ ମୁଖ୍ୟ ଶାଖା ସମ୍ମୁଖରେ ବ୍ୟାଙ୍କ କର୍ମଚାରୀମାନେ ଧର୍ମଘଟରେ ସାମିଲ ହୋଇ ବିଭିନ୍ନ ଦାବି ନେଇ ପ୍ରତିବାଦ କରିଥିଲେ। ଧର୍ମଘଟ ଯୋଗୁ ବ୍ୟାଙ୍କର ସାଧାରଣ କାର୍ଯ୍ୟ ପ୍ରଭାବିତ ହୋଇଥିଲା। ଫଳରେ ଟଙ୍କା ଜମା, ଉଠାଣ ସମେତ ବିଭିନ୍ନ ବ୍ୟାଙ୍କିଂ କାର୍ଯ୍ୟ ପାଇଁ ଆସିଥିବା ଗ୍ରାହକମାନେ ହନ୍ତସନ୍ତ ହୋଇଥିଲେ। ଦୂରଦୂରାନ୍ତରୁ ବ୍ୟାଙ୍କ କାମରେ ଆସିଥିବା ଅନେକ ଗ୍ରାହକ କାର୍ଯ୍ୟ ନହୋଇ ନିରାଶ ହୋଇ ଫେରିବାକୁ ବାଧ୍ୟ ହୋଇଥିଲେ।

ଧର୍ମଘଟରେ ଷ୍ଟେଟ ବ୍ୟାଙ୍କ କର୍ମଚାରୀ ସଂଘ, ବ୍ରହ୍ମପୁର ଜୋନାଲର ସମ୍ପାଦକ ଜିତେନ୍ଦ୍ର କୁମାର ପଲାଇ, ଅଲ ଓଡ଼ିଶା ସେଣ୍ଟ୍ରାଲ କୋ-ଅପରେଟିଭ୍‌ ବ୍ୟାଙ୍କ କର୍ମଚାରୀ ସଂଘର ଉପସାଧାରଣ ସମ୍ପାଦକ ପବିତ୍ର ମୋହନ ପଲାଇ, ସର୍ବଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ କର୍ମଚାରୀ ସଂଘର ପୂର୍ବତନ ସାଧାରଣ ସମ୍ପାଦକ ପ୍ରଫୁଲ୍ଲ କୁମାର ପଟ୍ଟନାୟକ, ସରୋଜ ପରିଡ଼ା, ମନୋଜ କୁମାର ଦାଶ, ସୋମନାଥ ବେହେରା, ଉଦୟ ସାହୁ, ଏନ୍‌. ପ୍ରଭାକର ରାଓ, ଏନ୍‌. ମାଧବ ରାଓ, ପଦ୍ମା ବେହେରା, ଆର୍‌. ପ୍ରିୟଙ୍କା ରେଡ୍ଡୀ, ଅଭିଷେକ ଯାନୀଙ୍କ ସମେତ ବହୁ କର୍ମଚାରୀ ସାମିଲ ଥିଲେ।

ସୂଚନାଯୋଗ୍ୟ, ବ୍ୟାଙ୍କରେ ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବା ନେଇ ପୂର୍ବରୁ ନିଷ୍ପତ୍ତି ହୋଇଥିଲେ ମଧ୍ୟ ଏହା ଏପର୍ଯ୍ୟନ୍ତ ଲାଗୁ ହୋଇନଥିବାରୁ କର୍ମଚାରୀମାନେ ଆନ୍ଦୋଳନ ପନ୍ଥା ଆପଣାଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ଶନିବାର ଛୁଟି ରହିବା ଦାବି ରହିଛି।

ଅନ୍ୟପକ୍ଷରେ, ଶୁକ୍ରବାର ଧର୍ମଘଟ ପରେ ମାସର ଦ୍ୱିତୀୟ ଶନିବାର, ରବିବାର, ଗଣେଶ ପୂଜା ଅବସରରେ ସୋମବାର ଏବଂ ନୂଆଖାଇ ପାଇଁ ମଙ୍ଗଳବାର ବ୍ୟାଙ୍କ ଛୁଟି ରହିବାରୁ ଲଗାତର ପାଞ୍ଚ ଦିନ ଧରି ବ୍ୟାଙ୍କିଂ ସେବା ପ୍ରଭାବିତ ହେବା ଆଶଙ୍କା ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୩ ରାଶିରେ ଆଜି ଲାଗିବ ଗ୍ରହଣ; ହାତରୁ ପଳାଇବ ଟଙ୍କା, ପାଖଲୋକ ଦେବେ ଧୋକା

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ କିମ୍ୱା ଚନ୍ଦ୍ରଙ୍କ ସହିତ ରାହୁ କିମ୍ୱା କେତୁଙ୍କ ଯୁତି (ସଂଯୋଗ) ହେଲେ ଗ୍ରହଣ ଯୋଗ ସୃଷ୍ଟି ହୁଏ। ବର୍ତ୍ତମାନ ସୂର୍ଯ୍ୟ,…

ବାଇକ୍‌କୁ ଧକ୍କାଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଧାମନଗର,୧୦ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା…

ବୈଭବଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ: ରାସ୍ତାରେ କଣ୍ଟା ହେବେନି ତ ଶ୍ରେୟସ ଆୟର? ଜାଣନ୍ତୁ ପୂରା ଖବର

ନୂଆଦିଲ୍ଲୀ୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି ବଡ଼ ସୁଯୋଗ। ବୈଭବ ଇତିମଧ୍ୟରେ ଭାରତ…

ICC Player of the Month ପାଇଁ ଏହି ୩ ଖେଳାଳି ମନୋନୀତ: ଜଣେ ଟିମ୍‌ଇଣ୍ଡିଆକୁ କନ୍ଦାଇଥିଲେ…

ନୂଆଦିଲ୍ଲୀ,୧୧।୯: ଅଗଷ୍ଟ ମାସ ପାଇଁ ‘ଆଇସିସି ପ୍ଲେୟାର ଅଫ ଦି ମନ୍ଥ’ (ICC Player of the Month) ପୁରସ୍କାର ନିମନ୍ତେ ତିନିଜଣ ଖେଳାଳିଙ୍କୁ ମନୋନୀତ କରାଯାଇଛି।…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ଆସିଗଲା UPI ‘Tap and Pay’; ଫୋନ ଛୁଆଁଇଲେ ହିଁ ହୋଇଯିବ ପେମେଣ୍ଟ

ନୂଆଦିଲ୍ଲୀ,୧୧।୯: UPI ମାଧ୍ୟମରେ ପେମେଣ୍ଟ କରିବାର ତରିକା ଏବେ ଆହୁରି ସହଜ ହେବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ସେପ୍ଟେମ୍ୱର ୨୦୨୬ରେ UPIର…

ଗ୍ରାହକ ତଥ୍ୟକୁ ବ୍ୟବସାୟିକ ସମ୍ପତ୍ତି ବିବେଚନା ନ କରିବା ଉଚିତ: ଆରବିଆଇ ଗଭର୍ନର

ମୁମ୍ବାଇ,୧୧ା୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଗଭର୍ନର ସଞ୍ଜୟ ମାଲହୋତ୍ରା ଗୁରୁବାର ଫିନ୍‌ଟେକ୍‌ କମ୍ପାନୀଗୁଡିକୁ ଗ୍ରାହକମାନଙ୍କ ଡାଟା ବା ତଥ୍ୟ ଉପଯୋଗକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ଫିନ୍‌ଟେକ୍‌…

କେନ୍ଦ୍ରୀୟ ବିଦ୍ୟାଳୟରେ ଶପଥ ଗ୍ରହଣ ସମାରୋହ: ନୂତନ ଦାୟିତ୍ୱ ନେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ନୂତନ ଶିକ୍ଷାବର୍ଷ ପାଇଁ ଶପଥ ଗ୍ରହଣ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ବିଦ୍ୟାଳୟରେ…

ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା

ନୂଆଦିଲ୍‌ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri