ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ ଖୋଲା ରହିବ। ଏହାର ଅର୍ଥ ହେଉଛି ପାଞ୍ଚଟି କାର୍ଯ୍ୟଦିବସ ମଧ୍ୟରୁ ଚାରି ଦିନ ଛୁଟି ରହିବ ଏବଂ ଚତୁର୍ଥ ଶନିବାର ତଥା ରବିବାରର ଛୁଟି ତ ରହିବ ହିଁ ରହିବ। କିନ୍ତୁ ପ୍ରକୃତରେ ସେପରି ନୁହେଁ। ଯେଉଁ ୪ଟି ଛୁଟି ବିଷୟରେ ଉଲ୍ଲେଖ କରାଯାଇଛି, ତାହା ଭିନ୍ନ ଭିନ୍ନ ରାଜ୍ୟର ସୱତନ୍ତ୍ର ପର୍ୱପର୍ୱାଣୀ ପାଇଁ ର୍ନିଦ୍ଧାରିତ, ଯାହା କେବଳ ସେହି ର୍ନିଦ୍ଦିଷ୍ଟ ରାଜ୍ୟଗୁଡ଼ିକରେ ପାଳନ କରାଯାଏ। ସେହି ପର୍ୱଗୁଡ଼ିକର ଛୁଟି ପ୍ରଭାବ ଅନ୍ୟ ରାଜ୍ୟ ଉପରେ ପଡ଼ିନଥାଏ। ଦେଶର କେବଳ କିଛି ର୍ନିଦ୍ଦିଷ୍ଟ ରାଜ୍ୟ ଏବଂ ସହରରେ ହିଁ ଏହି ବ୍ୟାଙ୍କ ଛୁଟି ରହିବ।

ବାକି ଅନ୍ୟ ରାଜ୍ୟଗୁଡ଼ିକରେ ବ୍ୟାଙ୍କ ସୱାଭାବିକ ଭାବରେ ଖୋଲା ରହିବ। ଉଦାହରଣ ସୱରୂପ, ଶ୍ରୀମନ୍ତ ଶଙ୍କରଦେବଙ୍କ ଜନ୍ମୋତ୍ସବ / ଶ୍ରୀ ନାରାୟଣ ଗୁରୁ ସମାଧି ଉପଲକ୍ଷେ ୨୧ ସେପ୍ଟେମ୍ୱରରେ ଗୁଆହାଟୀ, କୋଚ୍ଚି ଏବଂ ତିରୁବନନ୍ତପୁରମ୍ରେ ବ୍ୟାଙ୍କ ବନ୍ଦ ରହିବ ଏବଂ ଅନ୍ୟ କୌଣସି ରାଜ୍ୟ ବା ସହରରେ ଏହି ଛୁଟି ରହିବ ନାହିଁ। ଆସନ୍ତୁ ଜାଣିବା, ଆସନ୍ତା ସପ୍ତାହ ପାଇଁ RBIର ଛୁଟି ତାଲିକା କ’ଣ କହୁଛି:

୨୧ ସେପ୍ଟେମ୍ୱର: ଶ୍ରୀମନ୍ତ ଶଙ୍କରଦେବଙ୍କ ଜନ୍ମୋତ୍ସବ / ଶ୍ରୀ ନାରାୟଣ ଗୁରୁ ସମାଧି ଉପଲକ୍ଷେ ଗୁଆହାଟୀ, କୋଚ୍ଚି ଏବଂ ତିରୁବନନ୍ତପୁରମ୍ରେ ବ୍ୟାଙ୍କ ଛୁଟି ରହିବ।
୨୨ ସେପ୍ଟେମ୍ୱର: କର୍ମ ପୂଜା ଉପଲକ୍ଷେ ରାଞ୍ଚିରେ ବ୍ୟାଙ୍କ ବନ୍ଦ ରହିବ।
୨୩ ସେପ୍ଟେମ୍ୱର: ମହାରାଜା ହରି ସିଂହ ଜୀଙ୍କ ଜନ୍ମଦିନ ଉପଲକ୍ଷେ ଜମ୍ମୁ ଏବଂ ଶ୍ରୀନଗରରେ ସମସ୍ତ ବ୍ୟାଙ୍କ ଛୁଟି ରହିବ।
୨୫ ସେପ୍ଟେମ୍ୱର: ଇନ୍ଦ୍ରଯାତ୍ରା ଉପଲକ୍ଷେ ଗ୍ୟାଙ୍ଗଟକ୍ରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ।
୨୬ ସେପ୍ଟେମ୍ୱର:ଚତୁର୍ଥ ଶନିବାର ଯୋଗୁଁ ସମଗ୍ର ଦେଶର ସମସ୍ତ ବ୍ୟାଙ୍କ ବନ୍ଦ ରହିବ।
୨୭ ସେପ୍ଟେମ୍ୱର: ରବିବାର ଯୋଗୁଁ ଦେଶର ସମସ୍ତ ବ୍ୟାଙ୍କ ଛୁଟି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?