ବ୍ୟାଙ୍କ ଋଣ ଶୁଝିବା ଆଳରେ ଠକେଇ, ୨ ଗିରଫ

ବ୍ରହ୍ମପୁର ଅଫିସ,୨୭ା୫: ମାଲିକଙ୍କ ମୃତ୍ୟୁ ପରେ ବ୍ୟାଙ୍କ ଋଣ ଶୁଝିବା ଆଳରେ ଗ୍ୟାରେଜ ଓ ସ୍ପେୟାର ପାର୍ଟସ ଦୋକାନର ଚାବି ନେଇ ୬୦ଲକ୍ଷ ଟଙ୍କାର ସାମଗ୍ରୀ ବିକ୍ରି କରି ଟଙ୍କା ଠକି ନେଇଥିବା ଅଭିଯୋଗରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଆସ୍କାରୋଡ ପାଣିଗ୍ରାହୀପେଣ୍ଠର ଅରୁଣ କୁମାର ପାଣିଗ୍ରାହୀ ଓ ଗୋଷାଣି ନୂଆଗଁାର କିରଣ କୁମାର ଦଳାଇ। ମାମଲା ନଂ.୧୨୭/୨୨ରେ ଟାଉନ ଥାନା ପୋଲିସ ଉଭୟଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରିଥିଲା। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛିି। ପ୍ରକାଶ ଯେ, ଗଞ୍ଜାମ ବୁଢାମ୍ବ ଗ୍ରାମର ସୁଦର୍ଶନ ମହାରଣା ବ୍ୟବସାୟ ପାଇଁ ବ୍ରହ୍ମପୁର ଆସି ବ୍ୟାଙ୍କ କଲୋନୀରେ ଏକ ଘର ଭଡା ନେଇ ପରିବାର ସହ ରହୁଥିଲେ। ସେ ଗେଟ୍‌ବଜାର ଅଞ୍ଚଳରେ ଏକ ଗ୍ୟାରେଜ ଓ ସ୍ପେୟାର ପାର୍ଟସ ଦୋକାନ କରିଥିଲେ। ଉକ୍ତ ଦୋକାନରେ ଅରୁଣ ଓ କିରଣ କାମ କରୁଥିଲେ। ଗତବର୍ଷ ମେ ୩ରେ ସୁଦର୍ଶନଙ୍କ ମୃତ୍ୟୁ ଘଟିଥିଲା। ୧୪ ଦିନ ପରେ ୧୭ ତାରିଖରେ ଅଭିଯୁକ୍ତ ଦ୍ୱୟ ବ୍ୟାଙ୍କ କଲୋନୀକୁ ଆସି ଦୋକାନ ମାଲିକାଣି ସାଗରିକା ମହାରଣାଙ୍କୁ ଭେଟି ଗ୍ୟାରେଜ ଓ ସ୍ପେୟାର ପାର୍ଟସ ଦୋକାନ ଚାବି ମାଗିଥିଲେ। ବ୍ୟବସାୟ ପାଇଁ ମାଲିକ ପୂର୍ବରୁ ବ୍ୟାଙ୍କରୁ ଆଣିଥିବା ୧୭ଲକ୍ଷ ଟଙ୍କା ଋଣ ଶୁଝିବୁ ବୋଲି ପ୍ରତିଶ୍ରୁତି ଦେଇ ସେମାନେ ଚାବି ନେଇଥିଲେ। କିଛିମାସ ପରେ ଜିଏସ୍‌ଟି ଓ ବ୍ୟାଙ୍କ ଋଣ ଶୁଝାଯିବ କହି ଏକ ସାଦା କାଗଜରେ ମାଲିକାଣିଙ୍କ ଦସ୍ତଖତ ମଧ୍ୟ ନେଇଥିଲେ। ବ୍ୟାଙ୍କ ଋଣ ଶୁଝିବା ପରିବର୍ତ୍ତେ ଉଭୟେ ଦୋକାନରୁ ସମସ୍ତ ସ୍ପେୟାର ପାର୍ଟସ ଓ ଗ୍ୟାରେଜରେ ଥିବା ଗାଡିଗୁଡିକୁ ବିକ୍ରି କରି ପ୍ରାୟ ୬୦ ଲକ୍ଷ ଟଙ୍କା ହଡପ କରିନେଇଥିଲେ। ଷଡ଼ଯନ୍ତ୍ର କରି ଟଙ୍କା ଠକେଇ ହୋଇଥିବା ଜାଣିବା ପରେ ସାଗରିକା ଏନେଇ ଟାଉନ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri