ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏନ୍‌ବିଜି ସ୍ଥାପନା ଦିବସ

ଭୁବନେଶ୍ୱର,୩।୧(ଅନୁରାଧା ମହାରଣା): ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ନ୍ୟାଶନାଲ ବ୍ୟାଙ୍କିଙ୍ଗ୍‌ ଗ୍ରୁପ୍‌ (ଏନ୍‌ବିଜି)ର ସ୍ଥାପନା ଦିବସ ମଙ୍ଗଳବାର ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଓଆଇ, ଏନ୍‌ବିଜିର ଡିଜିଏମ୍‌ ରବୀନ୍ଦ୍ର ନାଥ ସରକାର କହିଥିଲେ, ୨୦୨୩ ଜାନୁଆରୀରେ ଆରମ୍ଭ ହୋଇଥିବା ଏନ୍‌ବିଜି ବିଭିନ୍ନ କ୍ଷେତ୍ରରୁ ଗ୍ରାହକମାନଙ୍କୁ ଆକୃଷ୍ଟ କରିବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛି। ବ୍ୟାଙ୍କ ୩୫,୦୦୦ରୁ ଊଦ୍ଧର୍‌ବ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କୁ ଋଣ ମଞ୍ଜୁର କରି ମହିଳା ବର୍ଗଙ୍କୁ ସାହାଯ୍ୟ କରିବା ସହ ମୁଦ୍ରା ଏବଂ ପିଏମ୍‌ ସ୍ବନିଧି ଯୋଜନା ଅଧୀନରେ ଆର୍ଥିକ ଦୁର୍ବଳ ଶ୍ରେଣୀର ବ୍ୟକ୍ତିମାନଙ୍କୁ ରଣ ଯୋଗାଇ ସମାଜର ଉନ୍ନତୀକରଣରେ ପ୍ରମୁଖ ଭୂମିକା ଗ୍ରହଣ କରିଛି। ବ୍ୟାଙ୍କ ପକ୍ଷରୁ ଉଦ୍ୟୋଗୀମାନଙ୍କ ପାଇଁ ବିଭିନ୍ନ ଷ୍ଟାର୍ଟ ଅପ୍‌ ଯୋଜନା ଅନ୍ତର୍ଗତ ଏସ୍‌ଏସ୍‌ଏମ୍‌ଇ ଋଣ ଯୋଗାଇ ଦିଆଯାଇଛି। େଜୋନାଲ ମ୍ୟାନେଜର ଏସ୍‌. ମଳୟ ଦାସ କହିଥିଲେ, ବଡ଼ ବଡ଼ ଶିଳ୍ପଗୁଡିକୁ ଆର୍ଥିକ ସହାୟତା ଯୋଗାଇବା ପୂର୍ବକ ରିଟେଲ, କୃଷି ଏବଂ ଏମ୍‌ଏସ୍‌ଏମ୍‌ଇ ବିଭାଗ ଅଧୀନରେ ୧୦୦୦କୋଟିରୁ ଉର୍ଦ୍ଧ୍ୱ ଋଣ ବିତରଣ କରିଛି। ବ୍ୟାଙ୍କ ଅଫ୍‌ ଇଣ୍ଡିଆ ସବୁ ପ୍ରକାର ବ୍ୟାଙ୍କିଙ୍ଗ୍‌ କ୍ରେଡିଟ୍‌ କାର୍ଡ, ଇନ୍‌ସ୍ୟୁରାନ୍ସ ଏବଂ ମ୍ୟୁଚୁଆଲ ଫଣ୍ଡ ଆଦିର ସେବା ପ୍ରଦାନ କରୁଛି। ୩୦ଟି ଜିଲାରେ ଏନ୍‌ବିଜି ଅଧୀନରେ ବ୍ୟାଙ୍କର କେନ୍ଦୁଝର, ବାରିପଦା, ସମ୍ବଲପୁର ଏବଂ ଭୁବନେଶ୍ୱର ଜୋନ୍‌ ସମେତ ୨୫୮ଟି ଶାଖା କାର୍ଯ୍ୟ କରୁଛି। ଏନ୍‌ବିଜି ଓଡ଼ିଶା ୭ ଏସ୍‌ଏମ୍‌ଇସିସି ମାଧ୍ୟମରେ ଏସ୍‌ଏସ୍‌ଏମଇ ଓ ଏବଂ ୭ ଆର୍‌ବିସି ମାଧ୍ୟମରେ ରିଟେଲ ସେବା ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri