ବ୍ୟାଙ୍କ ଅଧିକାରୀ ନିଖୋଜ: ପୋଲ ଉପରୁ ମିଳିଲା ବାଇକ୍‌

ଲୋଇସିଂହା,୧୧।୮(ଡି.ଏନ.ଏ): ବଲାଙ୍ଗୀର ଶାନ୍ତିପଡା ନିବାସୀ ତଥା ବରଗଡ଼ ଜିଲା ବରପାଲିସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ଏଗ୍ରିକଲଚର ଅଧିକାରୀ ଦିବ୍ୟରଞ୍ଜନ ମିଶ୍ର(୩୮) ବୁଧବାର ରାତିରୁ ନିଖୋଜ ହୋଇଯାଇଛନ୍ତି। ତାଙ୍କ ବାଇକକୁ ଲୋଇସିଂହା ପୋଲିସ ସାଲେଭଟା ଅଙ୍ଗନଦୀ ପୋଲ ଉପରୁ ଉଦ୍ଧାର କରିଛି। ଦିବ୍ୟରଞ୍ଜନ ନଦୀକୁ ଡେଇଁଥିବା ସନ୍ଦେହରେ ଗୁରୁବାର ସକାଳୁ ସୁବର୍ଣ୍ଣପୁର ଜିଲା ଡୁଙ୍ଗରିପାଲି ଅଗ୍ନିଶମ ବିଭାଗ ନଦୀରେ ଖୋଜାଖୋଜି ଚଳାଇଛି। ହେଲେ ସନ୍ଧ୍ୟା ସୁଦ୍ଧା ତାଙ୍କର କୌଣସି ଖୋଜଖବର ମିଳିନାହିଁ। ଦିବ୍ୟରଞ୍ଜନ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ଅପହରଣ କରି ନେଇଛି ତାହାକୁ ନେଇ ପୋଲିସ ତନାଘନା ଚଳାଇଛି।

ବୁଧବାର ଦିବ୍ୟରଞ୍ଜନ କ୍ଷେତ୍ର ଅଧୀନ ସୁବର୍ଣ୍ଣପୁର ଜିଲା ବିନକାକୁ ଯାଇ ସନ୍ଧ୍ୟାରେ ଘରକୁ ଫେରୁଥିବା ନେଇ ପରିବାର ଲୋକଙ୍କୁ ଫୋନ କରି ଜଣାଇଥିଲେ। ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ତାଙ୍କ ମୋବାଇଲ ଫୋନକୁ ଯୋଗାଯୋଗ କରିବାରୁ ସୁଇଚ ଅଫ ରହିଥିଲା। ଅପରପକ୍ଷେ ବଲାଙ୍ଗୀର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥ ସାଲେଭଟା ଅଙ୍ଗନଦୀ ପୋଲ ଉପରେ କେହି ଜଣେ ବାଇକ ରଖି କେହି ନଦୀକୁ ଡିଆଁ ମାରିଥିବା କେତେକ ଲୋକେ ସେହି ରାତିରେ ସାଲେଭାଟ ପୋଲିସକୁ ସୂଚନା ଦେଇଥିଲେ।

ସାଲେଭଟା ପୋଲିସ ଓ ଡୁଙ୍ଗରିପାଲି ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ କରିଥିଲେ ହେଁ କୌଣସି ସନ୍ଧାନ ପାଇ ନ ଥିଲେ। ଗୁରୁବାର ସକାଳେ ଓଡ୍ରାଫ ଟିମ୍‌ ଘଟଣାସ୍ଥଳରୁ ନଦୀର ଦିଗଶିରା ଯାଏ ଖୋଜାଖୋଜି କରିଥିଲେ। ନଦୀରେ ପାଣିସ୍ରୋତ ଅଧିକ ଥିବା ଯୋଗୁ ଖୋଜିବାରେ ସମସ୍ୟା ହେଉଥିବା ଓଡ୍ରାଫ ଦଳ କହିଛି। ସାଲେଭଟା ଫାଣ୍ଡି ଅଧିକାରୀ ସୁଶାନ୍ତ ଭୋଇ କହିଛନ୍ତି, ରାତି ପ୍ରାୟ ୧୧ଟାରେ କେହି ଜଣେ ନଦୀକୁ ଡେଉଁଥିବା ବରଗଡ଼ ଅମ୍ବାପାଲି ଅଞ୍ଚଳର ଜନୈକ ବ୍ୟକ୍ତି ଦେଖିଥିବା ପୋଲିସକୁ ସୂଚନା ଦେଇଥିଲେ। ତେବେ ଦିବ୍ୟରଞ୍ଜନଙ୍କ ବିନିକାସ୍ଥିତ ପିଏନ୍‌ବିର ଷ୍ଟାଫ ବିନିକା ଥାନାରେ ନିଖୋଜ ଅଭିଯୋଗ କରିଛନ୍ତି। ଅପରପକ୍ଷରେ ଦିବ୍ୟରଞ୍ଜନଙ୍କର କାହାରି ସହ ଶତ୍ରୁତା ନ ଥିଲା। ଏପରିକି ସେ ଆମତ୍ହତ୍ୟା କଲା ଭଳି ଲୋକ ନୁହନ୍ତି। ତାଙ୍କୁ ଅପହରଣ କରାଯାଇ ଥାଇ ପାରେ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri