ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ ମଧ୍ୟ ବ୍ୟାଙ୍କ ଖୋଲା ରହିଛି। ଅନ୍ୟପଟେ ବ୍ୟାଙ୍କ କର୍ମଚାରୀମାନେ କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଇ ପ୍ରତିବାଦ ଜଣାଇଛନ୍ତି।

ଏହି ପରିପ୍ରେକ୍ଷୀରେ ଛତ୍ରପୁରସ୍ଥିତ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ମୁଖ୍ୟ କାର୍ଯ୍ୟାଳୟ ଖୋଲାଯାଇଥିବାରୁ ଗ୍ରାହକମାନେ ଆସି ନିଜନିଜ ବିଭିନ୍ନ କାର୍ଯ୍ୟ କରୁଛନ୍ତି। ଏହା ସହିତ ବ୍ୟାଙ୍କ ଆଜି ଖୋଲିଥିବାରୁ ସେମାନେ ଖୁସି ଜାହିର କରିଛନ୍ତି। ଅନ୍ୟ ପଟେ ଅସମ୍ଭିଧାନିକ ଭାବେ ଆଜି ବ୍ୟାଙ୍କ ଖୋଲାଯାଇଛି। ତଥାପି ଗ୍ରାହକମାନଙ୍କ ହିତ ନିମନ୍ତେ ଆମେ ନିଜ ଦାୟିତ୍ୱ ତୁଲାଉଛୁ ବୋଲି ମଧ୍ୟ ବ୍ୟାଙ୍କ କର୍ମଚାରୀ ସଂଘର ନେତା ଜିତେନ୍ଦ୍ର ପଲାଇ କହିଛନ୍ତି l

ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିଅନ୍ସ ପକ୍ଷରୁ ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ତିନିଦିନିଆ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ତେବେ ଧର୍ମଘଟ ପ୍ରସଙ୍ଗରେ ସରକାରଙ୍କ ପକ୍ଷରୁ ଆଲୋଚନା ମାଧ୍ୟମରେ ଦାବିଗୁଡ଼ିକର ସମାଧାନ କରିବାକୁ ବ୍ୟାଙ୍କ କର୍ମଚାରୀ ସଂଘଗୁଡ଼ିକୁ ଅନୁରୋଧ କରାଯାଇଛି। ଏହା ସତ୍ତ୍ୱେ ୨୮ରୁ ୩୦ ତାରିଖ ଧର୍ମଘଟ କାର୍ଯ୍ୟକ୍ରମ ଘୋଷଣା ଅନୁସାରେ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ଳେଷା ନକ୍ଷତ୍ରରେ ଗୁରୁ ବୃହସ୍ପତିଙ୍କ ପ୍ରବେଶ: ୬ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଧନବର୍ଷା ଯୋଗ! ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ଦେବଗୁରୁ ବୃହସ୍ପତି ଆସନ୍ତା ଅକ୍ଟୋବର ୮ ତାରିଖ ସନ୍ଧ୍ୟା ୭ଟା ୦୩ ମିନିଟରେ ଅଶ୍ଳେଷା ନକ୍ଷତ୍ରର ଚତୁର୍ଥ ପଦରେ ପ୍ରବେଶ କରିବେ।…

ରାଜନୀତିରେ ହଇଚଇ! ଯୁବକଙ୍କୁ ରାସ୍ତାରେ ଚାପୁଡ଼ା ମାରିଲେ ମନ୍ତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀର PWD ମନ୍ତ୍ରୀ ପ୍ରବେଶ ବର୍ମାଙ୍କ ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି । ଭିଡିଓରେ ସେ ଜଣେ ଯୁବକଙ୍କୁ ଚାପୁଡ଼ା ମାରୁଥିବା…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?