Posted inରାଜ୍ୟ

ରିଭଲଭର ଦେଖାଇ ଲୁଟିଲେ ବ୍ୟାଙ୍କ୍‌

ସୁନ୍ଦରଗଡ଼, ୨୭।୭(ଡି.ଏନ୍‌.ଏ.)- ସୁନ୍ଦରଗଡ଼ ସହର ଉପକଣ୍ଠ କିରେଇସ୍ଥିତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରୁ ମଙ୍ଗଳବାର ଅପରାହ୍ନରେ ଡକାୟତି ହୋଇଛି। ୪ ଜଣ ଦୁର୍ବୃତ୍ତ ବ୍ୟାଙ୍କ କର୍ମଚାରୀଙ୍କୁ ରିଭଲଭର୍‌ ଦେଖାଇ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟି ନେଇଛନ୍ତି। ଖବର ପାଇ ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥ, ସଦର ଏସ୍‌ଡିପିଓ ମଧୁସିକ୍ତା ମିଶ୍ର ଓ ସଦର ଥାନା ଆଇଆଇସି ଦାୟିତ୍ୱରେ ଥିବା ତାଲିମପ୍ରାପ୍ତ ଡିଏସ୍‌ପି ସନ୍ତୋଷ କୁମାର ବାରିକ ସାଇଣ୍ଟିଫିକ୍‌ ଟିମ୍‌ ସହିତ ବ୍ୟାଙ୍କରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ବ୍ୟାଙ୍କର ଶାଖା ପରିଚାଳକ ନୀଳକଣ୍ଠ କୁମାର ସନ୍ଧ୍ୟାରେ ଏନେଇ ସଦର ଥାନାରେ ଲିଖିତ ଭାବେ ରିପୋର୍ଟ କରିବା ପରେ ପୋଲିସ ଏକ ମାମଲା ରୁଜୁ କରିଛି। ୪ଜଣ ଦୁର୍ବୃତ୍ତ ବିଜୁ ଏକ୍ସପ୍ରେସ୍‌ ଓ୍ବେ ପାର୍ଶ୍ୱରେ ଏକ ନୂତନ କୋଠାରେ ଚାଲିଥିବା ଏହି ବ୍ୟାଙ୍କ ଭିତରକୁ ମଧ୍ୟାହ୍ନ ପ୍ରାୟ ୧ଟା ୪୦ରେ ପଶି ଆସିଥିଲେ। ସେମାନେ ରିଭଲଭର ଦେଖାଇ କର୍ମଚାରୀ ଓ ଗ୍ରାହକମାନଙ୍କୁ ବନ୍ଦ କରିଦେଇଥିଲେ ଗୋଟିଏ କୋଠରିରେ। କ୍ୟାଶ କାଉଣ୍ଟରରୁ ୨ଲକ୍ଷ ୮୭ହଜାର ଟଙ୍କା ଲୁଟି ନେଇଥିଲେ। ଏହା ସହ ଜଣେ ମହିଳା କର୍ମଚାରୀ ଓ ଗ୍ରାହକଙ୍କଠାରୁ ସୁନାଚେନ୍‌, ମୋବାଇଲ ଫୋନ୍‌, ଏଟିଏମ୍‌ କାର୍ଡ ଲୁଟି ୨ଟା ୨୦ରେ ବ୍ୟାଙ୍କରୁ ଫେରାର ହୋଇଯାଇଥିଲେ।

କର୍ମଚାରୀ ଓ ଗ୍ରାହକମାନଙ୍କ ସୂଚନା ମୁତାବକ ଏହି ଦୁର୍ବୃତ୍ତମାନେ ୨ଟି ବାଇକ୍‌ରେ ଆସିଥିଲେ। ସେମାନେ ଝାଡଖଣ୍ଡୀ ହିନ୍ଦୀ ଭାଷାରେ କଥା ହେଉଥିଲେ। ୨ଜଣ ମାସ୍କ ପିନ୍ଧିଥିବାବେଳେ ୨ଜଣ ପିନ୍ଧି ନ ଥିଲେ। ଏସ୍‌ପି ସାଗରିକା ନାଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ବ୍ୟାଙ୍କର ସିସିଟିିଭି ଫୁଟେଜ୍‌ ଆଧାରରେ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?