ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍‌

ନୀଳଗିରି,୫ା୧(ସ୍ବ.ପ୍ର.): ସ୍ପଷ୍ଟ ଦିବାଲୋକରେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ ବରହମପୁର ଥାନା ଅଞ୍ଚଳରେ ପୁଣି କଳା ପଲସର ଆତଙ୍କ ସୃଷ୍ଟି ହୋଇଛି। ସ୍ପଷ୍ଟ ଦିବାଲୋକରେ ଗୁରୁବାର ୧୯ ନଂ ରାଜ୍ୟ ରାଜପଥ ଶେରଗଡ଼ – ନୀଳଗିରି – କପ୍ତିପଦା ରାସ୍ତା ଜାମୁନା ଛକରେ ଥିବା ଏକ ଏସ୍‌ବିଆଇ ଏଟିଏମ୍‌ରେ ଟଙ୍କା ଭର୍ତ୍ତି କରା ଯାଉଥିବା ବେଳେ ୭ଜଣ ଦୁର୍ବୃତ୍ତ ସେଠାରେ ପହଞ୍ଚି ବନ୍ଧୁକ ଓ ଭୁଜାଲି ଦେଖାଇ ଭଙ୍ଗାରୁଜା କରି ଟଙ୍କା ଲୁଟି ନେଇଛନ୍ତି।

 

ଅନ୍ୟପକ୍ଷରେ ବ୍ୟାଙ୍କ କର୍ମଚାରୀଙ୍କୁ ଓ ରୁଣ୍ଡ ହୋଇଥିବା ସ୍ଥାନୀୟ ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭୀତ କରିବା ସହ ୩ ଲକ୍ଷ ଟଙ୍କା ଧରି ମୟୂରଭଞ୍ଜ ଜିଲା କପ୍ତିପଦା ରାସ୍ତାରେ ଖସି ଯାଇଛନ୍ତି। ଉକ୍ତ ଏସ୍‌ବିଆଇ ଏଟିଏମ୍‌ ଓ କିଓସ୍କ ବ୍ୟାଙ୍କର ମାଲିକ ଚନ୍ଦନ କୁମାର ସାହୁଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଯିବା ସମୟରେ ଗୋଟିଏ ଭୁଜାଲିକୁ ଲୁଟେରାମାନେ ଛାଡ଼ି ଦେଇଛନ୍ତି। ଖବର ପାଇ ବରହମପୁର ପୋଲିସ ପହଞ୍ଚି ତନାଘନା କରିଥିବା ବେଳେ ଘଟଣାସ୍ଥଳଠାରୁ କିଛି ଦୂରରେ ଗୋଟିଏ ଗୁଳି ଜବତ କରିବା ସହ ସିସିଟିଭି ମାଧ୍ୟମରେ ଛାନ୍‌ଭିନ୍‌ କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri