ବ୍ୟାଙ୍କ ଡକାୟତି ଘଟଣା, ୪ ଗିରଫ

କଟକ ଅଫିସ,୧୩।୧୧: ବ୍ୟାଙ୍କ ଡକାୟତି ଘଟଣାରେ ଜଗତ୍‌ପୁର ପୋଲିସ ଏକ ଆନ୍ତଃଜିଲା ଡକାୟତି ଗ୍ୟାଙ୍ଗର ୪ ଜଣଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଟାଙ୍ଗୀ ଥାନା ଅଧୀନ ଗୋବିନ୍ଦପୁର ଅଞ୍ଚଳରର ଦୁଇଭାଇ ଦୀପୁ ଓରଫ ଚକ୍ରଧର ସେଠୀ(୨୩) ଓ ଲିପୁ ଓରଫ କ୍ଷୀରୋଦ ଚନ୍ଦ୍ର ସେଠୀ(୨୦), ଚିକୁ ଓରଫ ଖଗେଶ୍ୱର ଜେନା(୨୭), ଜଗତ୍‌ସିଂହପୁର ଜିଲା ଏରସମା ଅଞ୍ଚଳର ବାବୁ ଓରଫ ପ୍ରତାପ ଦାସ(୨୭)। ସେମାନଙ୍କଠାରୁ ୨ଟି ବାଇକ୍‌, ୧ ଲକ୍ଷ ଟଙ୍କା, ଗୋଟିଏ ୯ ଏମ୍‌ଏମ୍‌ ପିସ୍ତଲ, ଗୋଟିଏ ଖେଳନା ବନ୍ଧୁକ, ଦୁଇଟି ଗୁଳି, ଗୋଟିଏ ମାରଣାସ୍ତ୍ର, ହେଲ୍‌ମେଟ୍‌, ନକଲି ନମ୍ବର ପ୍ଲେଟ୍‌ ଓ ୫ଟି ମୋବାଇଲ ଫୋନ୍‌ ଜବତ ହୋଇଥିବା ଡିସିପିଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଡିସିପି ପ୍ରତୀକ୍‌ ସିଂ ସୂଚନା ଦେଇଛନ୍ତି।
ଡିସିପିଙ୍କ କହିବାନୁଯାୟୀ, ପାଗା ନିକଟ ପୁରୁଷୋମପୁରଠାରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌ର ଏକ ଗ୍ରାହକ ସେବା କେନ୍ଦ୍ର ରହିଛି। ସେଠାରେ ବ୍ୟାଙ୍କ ସମ୍ବନ୍ଧୀୟ ସମସ୍ତ କାମ ହୋଇଥାଏ। ଗତ ମାସ ୪ ତାରିଖରେ ଉପଭୋକ୍ତାମାନେ ଟଙ୍କା ଜମା ଓ ଉଠାଣ ଲାଗି ଠିଆ ହୋଇଥିଲେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ ହଠାତ୍‌ ଦୁଇଜଣ ଦୁର୍ବୃତ୍ତ ଏକ କଳା ପଲ୍‌ସରରେ ସେଠାରେ ପହଞ୍ଚତ୍ଥିଲେ। ପରେ ଉଭୟ ହେଲ୍‌ମେଟ୍‌ ଓ ମାସ୍କ ପିନ୍ଧି ଉକ୍ତ କେନ୍ଦ୍ର ଭିତରକୁ ପଶି ଫାଙ୍କା ଗୁଳି ଚାଳନା କରିଥିଲେ। ଏହାପରେ ଉକ୍ତ କେନ୍ଦ୍ରର ପରିଚାଳକ ଅୟସକାନ୍ତ ସାହୁଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ କ୍ୟାସବାକ୍ସରୁ ୧ ଲକ୍ଷ ୨୯ ହଜାର ଟଙ୍କା ଲୁଟି ଚମ୍ପଟ ମାରିଥିଲେ। ଏନେଇ ଅୟସକାନ୍ତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରିଥିଲା। ଥାନାଧିକାରୀ ରବୀନ୍ଦ୍ରନାଥ ମେହେର ଏହି ଘଟଣାର ତଦନ୍ତ କରିବା ପାଇଁ ପାଗା ଫାଣ୍ଡି ଅଧିକାରୀ ରୋହିତ କୁମାର ବଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ପୋଲିସ ଉକ୍ତ କେନ୍ଦ୍ର ଓ ଏହାର ଆଖପାଖ ଅଞ୍ଚଳର ସିସିଟିଭି ଫୁଟେଜ ଯାଞ୍ଚ କରିଥିଲା। ତନ୍ମଧ୍ୟରୁ ଏକ ଫୁଟେଜରେ ଲୁଟେରା ଦ୍ୱୟ ବାଇକ ଧରି ଯାଉଥିବାର ଦୃଶ୍ୟ କଏଦ ହୋଇଥିଲା। ମାତ୍ର ଉକ୍ତ ବାଇକ୍‌ରେ ଅନ୍ୟ ଏକ ଗାଡିର ନମ୍ବର ପ୍ଲେଟ ଲାଗିଥିବାରୁ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ଫେଲ୍‌ ମାରିଥିଲା। ପରବର୍ତ୍ତୀ ସମୟରେ ଅଭିଯୁକ୍ତ ବାବୁଙ୍କୁ ଗିରଫ କରି ପଚରାଉଚରା କରିଥିଲା। ତାଙ୍କ ସୂଚନା ଆଧାରରେ ଗ୍ୟାଙ୍ଗର ଅନ୍ୟ ୩ ଜଣଙ୍କୁ ପୋଲିସ ଗିରଫ କରିଥିଲା। ଏହି ଘଟଣାରେ ବାବୁ ମୁଖ୍ୟ ଅଭିଯୁକ୍ତ ବୋଲି ଜଣାପଡିଛି। ବାବୁଙ୍କ ନାଁରେ ଶରଣକୁଳ, ଏରସମା, ଖୁଣ୍ଟୁଣୀ, ସାଲେପୁର, ବରି, ଟାଙ୍ଗୀ, ଚୌଦ୍ୱାର ଥାନାରେ ୧୦ଟି, ଲିପୁଙ୍କ ନାଁରେ ୭ଟି, ଦୀପୁଙ୍କ ନାଁରେ ୩ଟି ଓ ଚିକୁ ନାଁରେ ଗୋଟିଏ ମାମଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri