ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ। ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଗ୍ରାହକମାନଙ୍କୁ ପରାମର୍ଶ ଦେଇଛି ଯେ, ୨୮ ରୁ ୩୦ ସେପ୍ଟେମ୍ୱର ୨୦୨୬ ମଧ୍ୟରେ ପ୍ରସ୍ତାବିତ ତିନିଦିନିଆ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟକୁ ଦୃଷ୍ଟିରେ ରଖି ୨୫ ସେପ୍ଟେମ୍ୱର ସୁଦ୍ଧା ଶାଖା ସହିତ ଜଡ଼ିତ ସମସ୍ତ ଗୁରୁତ୍ୱପୂର୍ଣ୍ଣ କାମ ଶେଷ କରିନିଅନ୍ତୁ। ବ୍ୟାଙ୍କ ନିଜର ଅଫିସିଆଲ ’ଏକ୍ସ’ (X) ହ୍ୟାଣ୍ଡେଲରେ ଏକ ପୋଷ୍ଟ ମାଧ୍ୟମରେ ସୂଚନା ଦେଇଛି ଯେ, ଏହି ଧର୍ମଘଟ ସମୟରେ ବ୍ୟାଙ୍କ ଶାଖାଗୁଡ଼ିକରେ ବ୍ୟାଙ୍କିଙ୍ଗ ସେବା ପ୍ରଭାବିତ ହୋଇପାରେ।

ତଥାପି, ଏଟିଏମ (ATM), ମୋବାଇଲ ବ୍ୟାଙ୍କିଙ୍ଗ, ଇଣ୍ଟରନେଟ ବ୍ୟାଙ୍କିଙ୍ଗ, ୟୁପିଆଇ (UPI) ଏବଂ ବିଜନେସ କରେସପଣ୍ଡେଣ୍ଟ ଭଳି ଡିଜିଟାଲ ସେବାଗୁଡ଼ିକୁ ଚାଲୁ ରଖିବାକୁ ଚେଷ୍ଟା କରାଯିବ। ୨୮ ରୁ ୩୦ ସେପ୍ଟେମ୍ୱରର ଏହି ଧର୍ମଘଟ ପୂର୍ୱରୁ ୨୬ ସେପ୍ଟେମ୍ୱରରେ ଚତୁର୍ଥ ଶନିବାର ଏବଂ ୨୭ ସେପ୍ଟେମ୍ୱରରେ ରବିବାର ପଡୁଛି। ଏପରି ସ୍ଥିତିରେ, ଯଦି ଆପଣଙ୍କର ଏପରି କିଛି କାମ ଅଛି ଯାହା ପାଇଁ ବ୍ୟାଙ୍କ ଶାଖାକୁ ଯିବା ଜରୁରୀ, ତେବେ ତାହା ପୂର୍ୱରୁ ହିଁ ଶେଷ କରିନିଅନ୍ତୁ।

PNB ଗ୍ରାହକମାନଙ୍କୁ କ’ଣ ପରାମର୍ଶ ଦେଇଛି?

* ୨୫ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଶାଖା ସହିତ ଜଡ଼ିତ ସମସ୍ତ ଜରୁରୀ ବ୍ୟାଙ୍କିଙ୍ଗ କାମ ଶେଷ କରିନିଅନ୍ତୁ।
* ଟଙ୍କା ଜମା କିମ୍ୱା ନଗଦ ଉଠାଣ ଭଳି ଜରୁରୀ କାର୍ଯ୍ୟ ସମୟ ଥାଉ ଥାଉ ସାରିଦିଅନ୍ତୁ।
* ଆବଶ୍ୟକୀୟ କାଗଜପତ୍ର ଦାଖଲ କରିବା କିମ୍ୱା ଶାଖା ସମ୍ପର୍କିତ ଅନ୍ୟାନ୍ୟ କାର୍ଯ୍ୟକୁ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ ସ୍ଥଗିତ ରଖନ୍ତୁ ନାହିଁ।
* ଧର୍ମଘଟ ସମୟରେ ଶାଖାଗୁଡ଼ିକରେ କାର୍ଯ୍ୟ ପ୍ରଭାବିତ ହେଲେ ଆପଣଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ।

PNB ପକ୍ଷରୁ କୁହାଯାଇଛି ଯେ, ଧର୍ମଘଟ ସମୟରେ ଗ୍ରାହକଙ୍କ ଆବଶ୍ୟକତା ପୂରଣ ପାଇଁ ATM, ମୋବାଇଲ ବ୍ୟାଙ୍କିଙ୍ଗ, ଇଣ୍ଟରନେଟ ବ୍ୟାଙ୍କିଙ୍ଗ ଏବଂ UPI ଭଳି ଡିଜିଟାଲ ସେବାଗୁଡ଼ିକୁ ଉପଲବ୍ଧ ରଖିବାକୁ ପ୍ରୟାସ କରାଯିବ। ତେଣୁ ଯେଉଁ କାମ ଅନଲାଇନ ମାଧ୍ୟମରେ ହୋଇପାରିବ, ସେଥିପାଇଁ ଗ୍ରାହକମାନେ ଡିଜିଟାଲ ବ୍ୟାଙ୍କିଙ୍ଗ ବ୍ୟବହାର କରିପାରିବେ।

ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ (UFBU) ଏବଂ ଏହାର ସହବନ୍ଧିତ ସଂଗଠନଗୁଡ଼ିକ ପକ୍ଷରୁ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ତିନିଦିନିଆ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ବ୍ୟାଙ୍କ କର୍ମଚାରୀ ୟୁନିଅନ୍ର ପ୍ରମୁଖ ଦାବି ମଧ୍ୟରେ ବ୍ୟାଙ୍କଗୁଡ଼ିକରେ ’ସପ୍ତାହକୁ ପାଞ୍ଚ ଦିନ କାର୍ଯ୍ୟଦିବସ’ (୫-ଡେ ୱାର୍କ ୱିକ) ଲାଗୁ କରିବା ଅନ୍ତର୍ଭୁକ୍ତ। ଏଥିସହିତ ସରକାରଙ୍କ ପକ୍ଷରୁ ଧର୍ମଘଟକୁ ସ୍ଥଗିତ ରଖିବା ଏବଂ ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ କରିବାକୁ ନିବେଦନ ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ରାହୁ-କେତୁଙ୍କ କୃପାରୁ ସିଂହ ସମେତ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା: ବର୍ଷ ଶେଷ ସୁଦ୍ଧା ଧନଲାଭର ଯୋଗ! ହେବ ଏକ୍ସଟ୍ରା ରୋଜଗାର

ଭୁବନେଶ୍ୱର: ବର୍ଷ ଶେଷରେ ରାହୁ-କେତୁଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୫ ଡିସେମ୍ବର ୨୦୨୬ରେ ରାହୁ କୁମ୍ଭ ରାଶିରୁ ବାହାରି ମକର ରାଶିରେ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?