ନିଲାମ ପୋଖରୀ ବିବାଦ: ଗୋଡ଼ାଇ ଗୋଡ଼ାଇ ହାଣିଲେ ସମ୍ପର୍କୀୟ ଭାଇ, ରକ୍ତ ଜୁଡୁବୁଡୁ ଅବସ୍ଥାରେ… 

ବାଙ୍କୀ,୧୯।୯( ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଥାନା ଅନ୍ତର୍ଗତ ବରପୁଟ ପଞ୍ଚାୟତ ସ୍ଥିତ ପାଥପୁର ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ନିଲାମ  ପୋଖରୀ ବିବାଦକୁ ନେଇ ବହୁ ଦିନ ଧରି ଚାଲିଥିଲା ବିବାଦ। ଆଜି ସକାଳ ପ୍ରାୟ  ସାଢ଼େ ୬ଟା ସମୟରେ ସଂସାରୀ ରାଉତ ଓ ଆନନ୍ଦ ରାଉତ ଦୁଇ ଭାଇ ବିଲକୁ ଯାଉଥିବା ସମୟରେ ପୁର୍ବରୁ ଛକି ରହିଥିବା ସମ୍ପର୍କୀୟ ଭାଇ ମାନେ ଗୋଡ଼ାଇ ଗୋଡ଼ାଇ ମାରଣାସ୍ତ୍ରରେ ସେମାନଙ୍କୁ ଆକ୍ରମଣ କରିଥିଲେ। ରକ୍ତ  ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିବା ବେଳେ ପରିବାରଲୋକେ ଖବର ପାଇ ଗାଡି କରି ବାଙ୍କୀ ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରିଥିଲେ। ଆନନ୍ଦଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ମେଡିକାଲକୁ ସ୍ଥାନାନ୍ତରିତ କରିଥିଲେ । ଘଟଣାରେ  ଅଭିଯୁକ୍ତମାନେ  କଟୁରୀ,  ଫାର୍ଶା , କୋଦାଳ, ଫାଉଡା ଆଦି ମାରଣାସ୍ତ୍ରରେ ଆକ୍ରମଣ କରିଥିବା ନେଇ ପରିବାର ଲୋକେ ବାଙ୍କୀ ଥାନାରେ ଅଭିଯୋଗ କରିଛନ୍ତି ।
ସୂଚନା  ଥାଉ କି, ନିଲାମ  ପୋଖୋରୀରେ  ମାଛ ଚାଷକୁ  କେନ୍ଦ୍ର  କରି  ଏଭଳି  ଘଟଣା  ଘଟିିଛି। ଘଟଣା ଘଟାଇ ଥିବା ଅଭିଯୁକ୍ତମାନେ ଫେରାର  ଥିବା ବେଳେ  ପୋଲିସ ଘଟଣାର ତଦନ୍ତ ଜାରି ରଖିଛନ୍ତି ବୋଲି ବାଙ୍କୀ ଥାନା ଆଇଆଇସି ଦିଲୀପ କୁମାର ମର୍ଦ୍ଦରାଜ ଭୂୟାଁ ସୂଚନା ଦେଇଛନ୍ତି । ଅନ୍ୟପଟେ ଦୃର୍ବୁତ୍ତ ମାନେ ଘଟଣା ଘଟାଇବା ପରେ ଜୀବନରେ ମାରିଦେବାକୁ ଧମକ ଦେଇଛନ୍ତି । ଫଳରେ ପରିବାର ଲୋକେ ଭୟଭୀତ ଅବସ୍ଥାରେ ରହିଥିବା ପ୍ରକାଶ କରିଛନ୍ତି । ଗାଁକୁ ଯିବା ବାଟରେ ଦୃର୍ବୁତ୍ତମାନେ ଛକି ରହିଛନ୍ତି ବୋଲି  ଭୟଭୀତ ଅବସ୍ଥାରେ ଆହତଙ୍କ ପରିବାରଲୋକେ ବାଙ୍କୀ ମେଡିକାଲରେ ଅଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri