ବାଟରେ ଅଟକାଇ ମାଗୁଥିଲେ ଟଙ୍କା, ନଦେବାରୁ ବିଦ୍ୟାଳୟରେ ପଶି ପ୍ରଧାନଶିକ୍ଷକଙ୍କୁ ହତ୍ୟା ଧମକ; ବାଙ୍କି ଥାନାର…

ବାଙ୍କୀ , ୯।୯( ଶୁଭେନ୍ଦୁ ମହାପାତ୍ର ):   ବିଦ୍ୟାଳୟ ଭିତରେ ଛାତ୍ରୀଛାତ୍ରମାନଙ୍କୁ ପ୍ରଧାନଶିକ୍ଷକ ପାଠ ପଢ଼ାଉଥିବା ସମୟରେ ଜଣେ ବ୍ୟକ୍ତି ଅଣ୍ଟାରେ ଏକ ଧାରୁଆ ଅସ୍ତ୍ର ଲୁଚାଇ ରଖି ଶ୍ରେଣୀ ଗୃହରେ ପଶି   ହତ୍ୟା ଧମକ।  ଏଭଳି ଏକ ଘଟଣା ବାଙ୍କୀ ଥାନା ତାଳବସ୍ତ ଫାଣ୍ଡି ଅନ୍ତର୍ଗତ ତାଳବସ୍ତପୁଟ ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଘଟିଛି। ଏନେଇ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ମୁଦୁଲି ଥାନାର ଦ୍ୱରସ୍ଥ ହୋଇଛନ୍ତି।
ସୂଚନାନୁଯାୟୀ, ତାଳବସ୍ତ ପୁଟ ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟରତ ପ୍ରଶାନ୍ତ କୁମାର ବିଦ୍ୟାଳୟକୁ ଆସୁଥିବା ବେଳେ ବାଟରେ ତାଳବସ୍ତ ଗ୍ରାମର ପତିତପାବନ ବେହେରାଙ୍କ ପୁତ୍ର ଆଲୋକ ରଞ୍ଜନ ଦଳବେହେରା ତାଙ୍କୁ ଟଙ୍କା ମାଗିଥିଲେ। ଶିକ୍ଷକ ଟଙ୍କା ଦେବାକୁ ମନା କରି ସେଠାରୁ ସ୍କୁଲକୁ ଚାଲି ଆସିଥିଲେ । ଏହାପରେ ଶ୍ରେଣୀ ଗୃହରେ ପ୍ରଧାନଶିକ୍ଷକ ପାଠ ପଢ଼ାଉଥିବା ବେଳେ ଆଲୋକ ପଶି ହୋ ହଲ୍ଲା କରିବା ସହିତ ମୁଁ ଟଙ୍କା ମାଗିଲି କାହିଁକି ଦେଲୁନାହିଁ କହି ଅଣ୍ଟାରେ ରଖିଥିବା ଧାରୁଆ ଅସ୍ତ୍ର ବାହାର କରି ମାରିବାକୁ ଉଦ୍ୟମ କରିିଥିଲେ। ଏହି ସମୟରେ ସେଠାରେ ଅନ୍ୟ ଶିକ୍ଷକ ମାନେ ପହଞ୍ଚି ତାଙ୍କୁ ଛଡ଼ାଇ ଥିଲେ । ଏଭଳି ଘଟଣା ସମ୍ପର୍କରେ ପ୍ରଧାନ ଶିକ୍ଷକ ମୁଦୁଲି ବାଙ୍କୀ ଥାନାରେ ଲିଖିତ ଅଭିଯୋଗ କରିବା ପରେ ବାଙ୍କୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ । ଘଟଣା ଘଟାଇବା ପରେ ଆଲୋକ ଫେରାର ହୋଇଯାଇଥିବା ବେଳେ ବାଙ୍କୀ ଥାନା କେସ ନଂ ୩୧୭/୨୫ ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି ବୋଲି ଆଇଆଇସି ଦିଲୀପ କୁମାର ମର୍ଦ୍ଦରାଜ ଭୂୟାଁ କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri