ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ୍‌ ସେବା ବାଧାପ୍ରାପ୍ତ

ଭୁବନେଶ୍ୱର,୧୭ା୧୨:କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଗୁରୁବାର ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟର ପ୍ରଥମ ଦିନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଥିବା ସୂଚନା ରହିଛି। ଏହି ଧର୍ମଘଟ ଯୋଗୁ ଗୁରୁବାର ବ୍ୟାଙ୍କ ସେବା ଏକ ପ୍ରକାର ପ୍ରଭାବିତ ହୋଇଛି। ତେବେ ଆସନ୍ତା ଶନିବାର ମାସର ୩ୟ ଶନିବାର ପଡୁଥିବାରୁ ସେ ଦିନ ମଧ୍ୟ ବ୍ୟାଙ୍କଗୁଡ଼ିକ ଖୋଲା ରହି ନ ପାରେ କିନ୍ତୁ କେତେକ ରାଜ୍ୟରେ ସ୍ଥାନୀୟ ଛୁଟି ଯୋଗୁ ବ୍ୟାଙ୍କଗୁଡ଼ିକ ଶନିବାର ବି ବନ୍ଦ ରହିବ। ସେହିଭଳି ରବିବାର ଯୋଗୁ ୪ର୍ଥ ଦିନ ପାଇଁ ବ୍ୟାଙ୍କ ବନ୍ଦ ରହିବ। ଫଳରେ କ୍ରମାଗତ ୪ ଦିନ ବ୍ୟାଙ୍କ ବନ୍ଦ ରହିବ ବୋଲି ଜଣାପଡିଛି। ଦେଶର ୯ଟି ଭିନ୍ନ ଭିନ୍ନ ବ୍ୟାଙ୍କ ୟୁନିୟନର ମିଳିତ ମଞ୍ଚ ୟୁନାଇଟେଡ୍‌ ଫୋରମ ଅଫ୍‌ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍‌ବିୟୁ) ପକ୍ଷରୁ ଏହି ଧର୍ମଘଟ ଡାକରା ଦିଆଯାଇଛି। ଏହି ଧର୍ମଘଟ ଯୋଗୁ ବ୍ୟାଙ୍କ କାରବାର ବନ୍ଦ ନେଇ ଷ୍ଟେଟ ବ୍ୟାଙ୍କ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ସେଣ୍ଟ୍ରାଲ ବ୍ୟାଙ୍କ, ଆର୍‌ବିଏଲ୍‌ ଭଳିି ବ୍ୟାଙ୍କ ଷ୍ଟକ୍‌ ବଜାରକୁ ଏ ସମ୍ପର୍କରେ ଅବଗତ କରାଇଛନ୍ତି। ଦେଶରେ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାଗୁଡ଼ିକର ସଫଳ ରୂପାୟନ ପାଇଁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଅଗ୍ରଣୀ ଭୂମିକା ନେଉଥିବାବେଳେ ଘରୋଇକରଣ ହେଲେ ସାଧାରଣ ଲୋକେ ପ୍ରଭାବିତ ହେବେ ବୋଲି ୟୁନିୟନର ଆବାହକ ମତବ୍ୟକ୍ତ କରିଛନ୍ତି। ଚଳିତ ମାସ ୧୬ ଏବଂ ୧୭ ତାରିଖରେ ଦେଶର ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଶାଖା ବନ୍ଦ ରହିବ। ଏହି ପରିପ୍ରେକ୍ଷୀରେ ଅନ୍‌ଲାଇନ ବ୍ୟାଙ୍କିଙ୍ଗ୍‌ ସେବା ଓ ଏଟିଏମ୍‌ କେନ୍ଦ୍ରଗୁଡିକ ଖୋଲା ରହିବ ବୋଲି ୟୁଏଫ୍‌ବିୟୁ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୨ଦିନିଆ ଧର୍ମଘଟରେ ଓଡ଼ିଶାରୁ ପ୍ରାୟ ୬୦୦୦ ଶାଖା ଓ ୩୦ହଜାର ସଦସ୍ୟ ସହଯୋଗ ପ୍ରଦାନ କରିଥିବା ୟୁଏଫ୍‌ବିୟୁ ପକ୍ଷରୁ ସୂଚନା ଦିଆଯାଇଛି। ଧର୍ମଘଟରେ ୟୁଏଫ୍‌ବିୟୁର ସମସ୍ତ ସଦସ୍ୟ ଓ ବିଭିନ୍ନ ଶାଖାର କର୍ମଚାରୀ ଓ ଅଧିକାରୀ ନିଜ ନିଜ ବ୍ୟାଙ୍କ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ୟୁନିୟନର ଉପଦେଷ୍ଟା ବରିଷ୍ଟ ବ୍ୟାଙ୍କର ଦାମୋଦର ନନ୍ଦ ରାଜ୍ୟର ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କର କର୍ମଚାରୀ ଓ ଅଧିକାରୀଙ୍କ ସହଯୋଗ ପାଇଁ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ…

କନ୍ୟା ରାଶିରେ ପ୍ରବେଶ କରିବେ ବୁଧ: ୭ ସେପ୍ଟେମ୍ବରରୁ ଏହି ୩ ରାଶିକୁ ଘାରିବ ସଙ୍କଟ, ରହନ୍ତୁ ସତର୍କ ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୭ ସେପ୍ଟେମ୍ବର ୨୦୨୬ରେ ବୁଧଦେବ କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିକୁ ବୁଧଙ୍କ ସ୍ବରାଶି ଏବଂ ଉଚ୍ଚ ରାଶି ଭାବେ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ହାଇୱେରେ ଅପରିଷ୍କାର ଟଏଲେଟ୍‌ ଦେଖିଲେ ଉଠାନ୍ତୁ ଫଟୋ, ମିଳିବ ୧,୦୦୦ ଟଙ୍କାର FASTag ରିଚାର୍ଜ, ଜାଣନ୍ତୁ NHAIର ନିୟମ

ନୂଆଦିଲ୍ଲୀ,୪।୯: ଜାତୀୟ ରାଜପଥ କିମ୍ବା ଏକ୍ସପ୍ରେସୱେରେ ଯାତ୍ରା ସମୟରେ ଖରାପ ପବ୍ଲିକ ଟଏଲେଟ୍‌କୁ ନେଇ ଯାତ୍ରୀମାନେ ପ୍ରାୟତଃ ଅସୁବିଧାରେ ପଡ଼ନ୍ତି। ଟଏଲେଟ୍‌ ନିର୍ମାଣ ହୋଇଥିଲେ ମଧ୍ୟ ନିୟମିତ…

ଛଟେଇ ଝଡ଼; ୨୦୨୬ରେ ବିଦା ହେଲେଣି ୧,୩୦,୦୦୦ରୁ ଅଧିକ ଚାକିରିଆ

ନୂଆଦିଲ୍ଲୀ,୪।୯: କୃତ୍ରିମ ବୁଦ୍ଧିମତ୍ତା ବା ‘ଏଆଇ’ ଏବେ ଚାକିରିଆଙ୍କ ପାଇଁ କାଳ ହୋଇଛି । ବିଶ୍ୱସ୍ତରରେ ଏଆଇର ପ୍ରଚଳନ ବଢ଼ି ଚାଲିଥିବାବେଳେ ଅନ୍ୟପଟେ ବିଭିନ୍ନ କ୍ଷେତ୍ରରୁ ଲୋକେ…

ବୟସ ଜାଲିଆତି କରି ଫସିଲେ ଏହି କ୍ରିକେଟର୍‌: ୨ ବର୍ଷ ବାସନ୍ଦ କଲା BCCI

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର୍‌ ରୋହିତ ଯାଦବଙ୍କୁ ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ଆଗାମୀ ଦିନିକିଆ ଏବଂ ବହୁ-ଦିବସୀୟ ସିରିଜ ପାଇଁ ଅଣ୍ଡର-୧୯ ଦଳରେ ଚୟନ କରାଯାଇଥିଲା। ଜୁନିଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri