ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ୍‌ ସେବା ବାଧାପ୍ରାପ୍ତ

ଭୁବନେଶ୍ୱର,୧୭ା୧୨:କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଗୁରୁବାର ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟର ପ୍ରଥମ ଦିନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଥିବା ସୂଚନା ରହିଛି। ଏହି ଧର୍ମଘଟ ଯୋଗୁ ଗୁରୁବାର ବ୍ୟାଙ୍କ ସେବା ଏକ ପ୍ରକାର ପ୍ରଭାବିତ ହୋଇଛି। ତେବେ ଆସନ୍ତା ଶନିବାର ମାସର ୩ୟ ଶନିବାର ପଡୁଥିବାରୁ ସେ ଦିନ ମଧ୍ୟ ବ୍ୟାଙ୍କଗୁଡ଼ିକ ଖୋଲା ରହି ନ ପାରେ କିନ୍ତୁ କେତେକ ରାଜ୍ୟରେ ସ୍ଥାନୀୟ ଛୁଟି ଯୋଗୁ ବ୍ୟାଙ୍କଗୁଡ଼ିକ ଶନିବାର ବି ବନ୍ଦ ରହିବ। ସେହିଭଳି ରବିବାର ଯୋଗୁ ୪ର୍ଥ ଦିନ ପାଇଁ ବ୍ୟାଙ୍କ ବନ୍ଦ ରହିବ। ଫଳରେ କ୍ରମାଗତ ୪ ଦିନ ବ୍ୟାଙ୍କ ବନ୍ଦ ରହିବ ବୋଲି ଜଣାପଡିଛି। ଦେଶର ୯ଟି ଭିନ୍ନ ଭିନ୍ନ ବ୍ୟାଙ୍କ ୟୁନିୟନର ମିଳିତ ମଞ୍ଚ ୟୁନାଇଟେଡ୍‌ ଫୋରମ ଅଫ୍‌ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍‌ବିୟୁ) ପକ୍ଷରୁ ଏହି ଧର୍ମଘଟ ଡାକରା ଦିଆଯାଇଛି। ଏହି ଧର୍ମଘଟ ଯୋଗୁ ବ୍ୟାଙ୍କ କାରବାର ବନ୍ଦ ନେଇ ଷ୍ଟେଟ ବ୍ୟାଙ୍କ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ସେଣ୍ଟ୍ରାଲ ବ୍ୟାଙ୍କ, ଆର୍‌ବିଏଲ୍‌ ଭଳିି ବ୍ୟାଙ୍କ ଷ୍ଟକ୍‌ ବଜାରକୁ ଏ ସମ୍ପର୍କରେ ଅବଗତ କରାଇଛନ୍ତି। ଦେଶରେ ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାଗୁଡ଼ିକର ସଫଳ ରୂପାୟନ ପାଇଁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଅଗ୍ରଣୀ ଭୂମିକା ନେଉଥିବାବେଳେ ଘରୋଇକରଣ ହେଲେ ସାଧାରଣ ଲୋକେ ପ୍ରଭାବିତ ହେବେ ବୋଲି ୟୁନିୟନର ଆବାହକ ମତବ୍ୟକ୍ତ କରିଛନ୍ତି। ଚଳିତ ମାସ ୧୬ ଏବଂ ୧୭ ତାରିଖରେ ଦେଶର ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଶାଖା ବନ୍ଦ ରହିବ। ଏହି ପରିପ୍ରେକ୍ଷୀରେ ଅନ୍‌ଲାଇନ ବ୍ୟାଙ୍କିଙ୍ଗ୍‌ ସେବା ଓ ଏଟିଏମ୍‌ କେନ୍ଦ୍ରଗୁଡିକ ଖୋଲା ରହିବ ବୋଲି ୟୁଏଫ୍‌ବିୟୁ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୨ଦିନିଆ ଧର୍ମଘଟରେ ଓଡ଼ିଶାରୁ ପ୍ରାୟ ୬୦୦୦ ଶାଖା ଓ ୩୦ହଜାର ସଦସ୍ୟ ସହଯୋଗ ପ୍ରଦାନ କରିଥିବା ୟୁଏଫ୍‌ବିୟୁ ପକ୍ଷରୁ ସୂଚନା ଦିଆଯାଇଛି। ଧର୍ମଘଟରେ ୟୁଏଫ୍‌ବିୟୁର ସମସ୍ତ ସଦସ୍ୟ ଓ ବିଭିନ୍ନ ଶାଖାର କର୍ମଚାରୀ ଓ ଅଧିକାରୀ ନିଜ ନିଜ ବ୍ୟାଙ୍କ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ୟୁନିୟନର ଉପଦେଷ୍ଟା ବରିଷ୍ଟ ବ୍ୟାଙ୍କର ଦାମୋଦର ନନ୍ଦ ରାଜ୍ୟର ସମସ୍ତ ରାଷ୍ଟ୍ରାୟତ୍ତ ବ୍ୟାଙ୍କର କର୍ମଚାରୀ ଓ ଅଧିକାରୀଙ୍କ ସହଯୋଗ ପାଇଁ ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?