ପ୍ରଭାବିତ ହୋଇପାରେ ବ୍ୟାଙ୍କ ସେବା

ନୂଆଦିଲ୍ଲୀ,୧୫।୩: ସୋମବାର ଏବଂ ମଙ୍ଗଳବାର ୨ ଦିନ ସାରା ଦେଶରେ ବ୍ୟାଙ୍କ ସେବା ବାଧାପ୍ରାପ୍ତ ହୋଇପାରେ। ୟୁନାଇଟେଡ ଫୋରମ ଅଫ୍‌ ବ୍ୟାଙ୍କ ୟୁନିୟନ୍ସ (ୟୁଏଫ୍‌ବିୟୁ) ପକ୍ଷରୁ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଥିବାରୁ ବ୍ୟାଙ୍କ ସେବାରେ ଏଭଳି ବାଧା ଆସିବ ବୋଲି ଆଶଙ୍କା କରାଯାଉଛି। ୨ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଘରୋଇକରଣକୁ ସଂଘଗୁଡିକ ବିରୋଧ କରୁଛନ୍ତି। କର୍ମଚାରୀମାନେ ଧାରଣା ଦେବାକୁ ଥିବାରୁ ବ୍ୟାଙ୍କ ଶାଖାଗୁଡିକରେ ଉଠାଣ, ଜମା, ଚେକ୍‌ କ୍ଲିୟରାନ୍ସ ଏବଂ ଋଣ ମଞ୍ଜୁରୀ ଭଳି କାର୍ଯ୍ୟ ପ୍ରଭାବିତ ହେବା ନେଇ ଆଶଙ୍କା କରାଯାଉଛି।
ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀଙ୍କ ୯ ସଂଘର ଛାମୁଆ ସଙ୍ଗଠନ ୟୁଏଫ୍‌ବିୟୁ ସୂଚନା ମୁତାବକ, ୧୦ ଲକ୍ଷ କର୍ମଚାରୀ ଧର୍ମଘଟରେ ସାମିଲ ହେବେ। ଧର୍ମଘଟରେ କର୍ମଚାରୀ ବହୁ ମାତ୍ରାରେ ଯଦି ସାମିଲ ହୁଅନ୍ତି ତେବେ ବ୍ୟାଙ୍କ ସେବା ବାଧାପ୍ରାପ୍ତ ହେବା ନେଇ ଏସ୍‌ବିଆଇ ଏହାର ଗ୍ରାହକଙ୍କୁ ଅବଗତ କରାଇ ଦେଇଛି। ବ୍ୟାଙ୍କ ଶାଖା ଏବଂ କାର୍ଯ୍ୟାଳୟ ଯେଭଳି ଠିକ୍‌ ଭାବେ କାର୍ଯ୍ୟ କରିବ ତାକୁ ଧ୍ୟାନରେ ରଖାଯାଉଛି ବୋଲି ଏସ୍‌ବିଆଇ କହିଛି। ଗତ ମାସରେ ଆସିଥିବା ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଘୋଷଣା କରିଥିଲେ ଯେ, ସରକାରଙ୍କ ପୁଞ୍ଜି ପ୍ରତ୍ୟାହାର ଯୋଜନା ମୁତାବକ, ୨ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଘରୋଇକରଣ କରାଯିବ।
ସୂଚନାଯୋଗ୍ୟ, ସରକାର ଆଇଡିବିଆଇ ବ୍ୟାଙ୍କକୁ ଘରୋଇକରଣ କରିସାରିଛନ୍ତି। ଏହି ବ୍ୟାଙ୍କରେ ରହିଥିବା ଅଧିକାଂଶ ଅଂଶଧନକୁ ସରକାର ଏଲ୍‌ଆଇସିକୁ ୨୦୧୯ରେ ବିକ୍ରି କରିଦେଇଥିଲେ। ଗତ ୪ ବର୍ଷରେ ୧୪ ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ମିଶ୍ରଣ କରାଯାଇଛି। ଅତିରିକ୍ତ ମୁଖ୍ୟ ଶ୍ରମ ଆୟୁକ୍ତଙ୍କ ସହ ହୋଇଥିବା ବୈଠକରେ କୌଣସି ନିଷ୍କର୍ଷ ନ ବାହାରିବାକୁ ବାଧ୍ୟ ହୋଇ ଧର୍ମଘଟକୁ ଓହ୍ଲାଉଥିବା ସର୍ବଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ(ଏଆଇବିଇଏ)ସାଧାରଣ ସମ୍ପାଦକ ସି.ଏଚ୍‌. ଭେଙ୍କଟଚଳମ କହିଛନ୍ତି। ବର୍ତ୍ତମାନ ୟୁଏଫ୍‌ବିୟୁରେ ଏଆଇବିଇଏ, ଏଆଇବିଓସି, ଏନ୍‌ସିବିଇ, ଏଆଇବିଓଏ, ବିଇଏଫ୍‌ଆଇ ସଂଘ ରହିଛନ୍ତି। ସେହିଭଳି ଅନ୍ୟ ସଙ୍ଗଠନଗୁଡିକ ମଧ୍ୟରେ ଆଇଏନ୍‌ବିଇଏଫ୍‌, ଆଇଏନ୍‌ବିଓସି, ଏନ୍‌ଓବିଡ୍ଲ୍ୟୁ ଏବଂ ଏନ୍‌ଓବିଓ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri