ଖୋଲିଲା ବାଙ୍କିଶୋଳ କୋଭିଡ୍‌ ହସ୍ପିିଟାଲ

ବାରିପଦା ଅଫିସ,୧୮।୧ ମୟୂରଭଞ୍ଜ ଜିଲାରେ କରୋନା ସଂକ୍ରମିତଙ୍କ ସ୍ବାସ୍ଥ୍ୟସେବା ନିମନ୍ତେ ବାରିପଦା ଉପକଣ୍ଠ ବାଙ୍କିଶୋଳସ୍ଥିତ ଘରୋଇ କୋଭିଡ୍‌ ହସ୍ପିିଟାଲ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଜିଲାପାଳ ବିନୀତ ଭରଦ୍ୱାଜ ଏହାକୁ ଉଦ୍‌ଘାଟନ କରିବା ସହ ରୋଗୀଙ୍କ ନିମନ୍ତେ ପ୍ରସ୍ତୁତ ହୋଇଥିବା ୱାର୍ଡ, ଆଇସିୟୁ ଓ ଏଚ୍‌ଡିୟୁକୁ ବୁଲି ସ୍ଥିତି ପରଖିଛନ୍ତି। ରୋଗୀଙ୍କୁ ଆବଶ୍ୟକ ସେବା ଯୋଗାଇଦେବା ସହ ଉପଯୁକ୍ତ ଚିକିତ୍ସା ସମ୍ପର୍କରେ ହସ୍ପିିଟାଲ ଦାୟିତ୍ୱରେ ଥିବା ଡାକ୍ତରଙ୍କ ସହିତ ଆଲୋଚନା କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲା କୋଭିଡ୍‌ ନୋଡାଲ ଅଫିସର ଡା. ଜ୍ଞାନରଞ୍ଜନ ମହାନ୍ତି, ଏଡିଏମ୍‌ଓ ଡା.ନିହାର ରଞ୍ଜନ ଦାଶ, ଜିଲା ଜରୁରୀକାଳୀନ ଅଧିକାରୀ ସୁଜୟ କୁମାର ପତି ପ୍ରମୁଖ ଉପସ୍ଥିତ ଥିଲେ। ଜିଲାରେ କରୋନା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ସୋମବାର ଜିଲାରୁ ଚିହ୍ନଟ ହୋଇଥିବା ୩୮୩ ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ହଜାର ପାର ହୋଇଛି। ତେବେ କରୋନା କଟକଣାକୁ ନ ମାନି ଜିଲାର ବିଭିନ୍ନ ସ୍ଥାନରେ ମକର ପର୍ବ ଅବସରରେ ମେଳା, ମହୋତ୍ସବ ହେଉଥିବାରୁ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ପ୍ରକାଶ ପାଇଛି। କଟକଣା ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲାବାସୀ ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri