ଟଙ୍କାଛପା କାଗଜ କାରଖାନା ଲାଗି ସ୍ଥିତି ଅନୁଧ୍ୟାନ

ବାଲେଶ୍ୱର ଅଫିସ, ୭।୯: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ବାଲେଶ୍ୱର ଜିଲାରେ ଟଙ୍କାଛପା କାଗଜ କାରଖାନା ସ୍ଥାପନ ଲାଗି ନିଷ୍ପତ୍ତି ହେବା ପରେ ଅଧିକାରୀମାନଙ୍କ ପକ୍ଷରୁ ବାରମ୍ବାର ଜମି ସର୍ବେକ୍ଷଣ କରାଯାଉଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପୂର୍ବାହ୍ନରେ ଆର୍‌ବିଆଇର ୩ଜଣିଆ ଟିମ୍‌ ସହ ଇଡ୍‌କୋ, ଆର୍‌ଡବ୍ଲ୍ୟୁଏସ୍‌ଏସ୍‌, ଆର୍‌ ଆଣ୍ଡ ବିର ମୁଖ୍ୟ ୮ଜଣିଆ ଟିମ୍‌ ମିଳିତ ଭାବେ ବାଲେଶ୍ୱର ଜିଲାପାଳଙ୍କ ଅଫିସ୍‌ରେ ପହଞ୍ଚିଥିଲେ। ସେଠାରେ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ, ଅତିରିକ୍ତ ଜିଲାପାଳ ଭବେଶ ନାୟକ ଓ ବିଭିନ୍ନ ଲାଇନ୍‌ ଡିପାର୍ଟମେଣ୍ଟ ଅଧିକାରୀଙ୍କ ସହ ଆଲୋଚନା କରିବା ପରେ ଜିଲା ପ୍ରଶାସନ ସହ ରେମୁଣା ବ୍ଲକ ଅଧୀନ ପଦାବଡ଼ଗାଁ ଅଞ୍ଚଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଆର୍‌ବିଆଇ ଟଙ୍କା ଛପା କାଗଜ କାରଖାନାର ମୁଖ୍ୟ ମାନସ ମହାନ୍ତିଙ୍କ ସମେତ ଉଚ୍ଚ ଅଧିକାରୀମାନେ ପଦାବଡ଼ଗାଁରେ ପହଞ୍ଚି ଥିବା ବେଳେ ଏଠାରେ ଏହି ପ୍ରକଳ୍ପ ହେବା ଏକପ୍ରକାର ସିଦ୍ଧାନ୍ତ କରାଯାଉଥିବା ସୂଚନା ମିଳିଛି।
କାରଖାନା ଲାଗି ୧୫୦ ଏକର ଜମି ଓ ରାସ୍ତା ପାଇଁ ପ୍ରାୟ ୬ ଏକର ଜମି ଆବଶ୍ୟକତା ରହିଛି। ଏହି ଜମି ବୁଢ଼ାବଳଙ୍ଗ ନଦୀ ନିକଟରେ ଥିବାରୁ ବନ୍ୟା ସ୍ଥିତିକୁ ନେଇ ପ୍ରଶାସନ ସହ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ଆବଶ୍ୟକ ପଡ଼ିଲେ ବନ୍ୟାଜଳକୁ କେନାଲ ଦେଇ ନିୟନ୍ତ୍ରଣ କରାଯାଇପାରିବ ବୋଲି ଅଧିକାରୀମାନଙ୍କୁ ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ଏହି ପ୍ରକଳ୍ପ ପାଇଁ ପୂର୍ବରୁ ଗତ ଏପ୍ରିଲରେ ପ୍ରଥମଥର ପାଇଁ ଆର୍‌ବିଆଇର ୩ଜଣିଆ ଟିମ୍‌ ଇଡ୍‌କୋ ଏବଂ ଜିଲା ପ୍ରଶାସନ ସହଯୋଗରେ ରେମୁଣା ବ୍ଲକ ପଦାବଡ଼ଗାଁ, ବାଉଁଶମୁହାଁ ଏବଂ ନରହରିପୁର ଅଞ୍ଚଳରେ ଥିବା ସରକାରୀ ଜମିକୁ ବୁଲି ଦେଖିଥିଲେ। ପୁନର୍ବାର ଗତ ଜୁଲାଇ ୧୨ତାରିଖରେ ଆର୍‌ବିଆଇର ଏକ ଟିମ୍‌ ଜିଲାପାଳଙ୍କ ଅଫିସ୍‌ରେ ପହଞ୍ଚି ସେଠାରେ କିଛି ସମୟ ଆଲୋଚନା ପରେ ଜମି ସର୍ବେକ୍ଷଣ ପାଇଁ ପଦାବଡ଼ଗାଁ ଅଞ୍ଚଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri