ବ୍ୟାଙ୍କଗୁଡ଼ିକୁ ମିଳିପାରେ ୧୪,୫୦୦ କୋଟି

ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷ ୪ର୍ଥ ତ୍ରୈମାସରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ସରକାର ୧୪,୫୦୦ କୋଟି ଟଙ୍କା ଯୋଗାଣ କରିପାରନ୍ତି। ଏହା ଉପରେ ଅର୍ଥ ମନ୍ତ୍ରଣାଳୟ ବିଚାର କରିପାରେ ବୋଲି ଏକ ରିପୋର୍ଟ ଆସିଛି। ଚଳିତ ଆର୍ଥତ୍କ ବର୍ଷର ପ୍ରଥମାର୍ଦ୍ଧରେ ସରକାର ବ୍ୟାଙ୍କଗୁଡିକର ଆର୍ଥତ୍କ ପରଫରମାନ୍ସ ସମୀକ୍ଷା କରିଛନ୍ତି। ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ କହିଛନ୍ତି, ମୋଟ ୧୨ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମଧ୍ୟରୁ ପଞ୍ଜାବ ଆଣ୍ଡ ସିନ୍ଧ ବ୍ୟାଙ୍କ ୫,୫୦୦ କୋଟି ଟଙ୍କାର ପୁଞ୍ଜି ଆବଶ୍ୟକ କରୁଛି। ନିୟାମକ ଆବଶ୍ୟକତା ପୂରଣ ଲାଗି ବ୍ୟାଙ୍କକୁ ଏଭଳି ପୁଞ୍ଜିର ଆବଶ୍ୟକତା ରହିଛି। ଏହି ବ୍ୟାଙ୍କର ଇକ୍ୱିଟି ଶେୟାରର ପ୍ରିଫରେନ୍ସିଆଲ ଆଲଟମେଣ୍ଟ ଦ୍ୱାରା ପୁଞ୍ଜି ଯୋଗାଣକୁ ଗତ ମାସରେ ସରକାର ଗୁରୁତ୍ୱ ଦେଇଛନ୍ତି। ୨୦୨୦-୨୧ ଲାଗି ପ୍ରଥମ ବ୍ୟାଚ୍‌ରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ଲାଗି ଅତିରିକ୍ତ ଖର୍ଚ୍ଚଦାବି ଅଧୀନରେ ପୁଞ୍ଜି ଯୋଗାଣ ପ୍ରସ୍ତାବକୁ ପାର୍ଲାମେଣ୍ଟ ମଞ୍ଜୁରୀ ପ୍ରଦାନ କରିଛି। ଏହାଦ୍ୱାରା ୨୦ ହଜାର କୋଟି ଟଙ୍କାର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ପଞ୍ଜାବ ଏବଂ ସିନ୍ଧ ବ୍ୟାଙ୍କକୁ ଏହା ମଧ୍ୟରୁ ୫,୫୦୦ କୋଟି ଟଙ୍କା ଯୋଗାଣ ହେବ।
ମୋଟ ଅର୍ଥ ମଧ୍ୟରୁ କେନ୍ଦ୍ର ସରକାରଙ୍କ ନିକଟରେ ଆଉ ୧୪,୫୦୦ କୋଟି ଟଙ୍କା ରହିଛି। କୋଭିଡ୍‌ ଯୋଗୁ ବ୍ୟାଙ୍କ ବିଭିନ୍ନ ସମସ୍ୟା ସାମ୍ନା କରିଛନ୍ତି। ୨୦୧୯-୨୦ରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକୁ ୭୦ ହଜାର କୋଟି ଟଙ୍କା ଯୋଗାଣ କରିବା ଲାଗି ସରକାର ପ୍ରସ୍ତାବ ଦେଇଥିଲେ। ଋଣ ଯୋଗାଣ ଦ୍ୱାରା ଅର୍ଥ ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ସରକାରଙ୍କ ଲକ୍ଷ୍ୟ ରହିଥିଲା। ୨୦୨୦-୨୧ରେ ବ୍ୟାଙ୍କଗୁଡିକୁ ପୁଞ୍ଜି ଯୋଗାଣ ନେଇ ସରକାର ବଜେଟରେ କୌଣସି ପ୍ରସ୍ତାବ ରଖି ନାହାନ୍ତି। ବ୍ୟାଙ୍କ ବଜାରରୁ ଆବଶ୍ୟକ ମୁତାବକ ପୁଞ୍ଜି ଉଠାଇବା ନେଇ ସରକାର ଆଶା ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆଜି ୫୦ ହଜାର କୋଟି ସାମ୍ରାଜ୍ୟର ମାଲିକ ୨୫ ବର୍ଷର ଏହି ଯୁବକ! ୧୪ ବର୍ଷ ବୟସରୁ କଲେଜ ଛାଡି ଆରମ୍ଭ କରିଥିଲେ…

ନୂଆଦିଲ୍ଲୀ,୧୭।୬: : ଏଲନ ମସ୍କଙ୍କ କମ୍ପାନୀ ସ୍ପେସଏକ୍ସ (SpaceX), ଏଆଇ-ଆଧାରିତ (AI-based) କୋଡିଂ ପ୍ଲାଟଫର୍ମ ‘କର୍ସର’ (Cursor)ର ପ୍ୟାରେଣ୍ଟ କମ୍ପାନୀ ‘ଏନିସ୍ପିୟର ଇଙ୍କ’ (Anysphere Inc)କୁ ୬୦…

ଇଥାନଲ୍ ବ୍ୟବସାୟରୁ ବମ୍ପର ଲାଭ! କମ୍ ନିବେଶରେ କୋଟିପତି ବନାଇବ ଏହି ୩ଟି ସୁପରହିଟ୍ ବିଜନେସ୍ ଆଇଡିଆ

ନୂଆଦିଲ୍‌ଲୀ,୧୭।୬: ଭାରତରେ ଗ୍ରୀନ ଏନର୍ଜି (ଶକ୍ତି) ଏବଂ ବୈକଳ୍ପିକ ଇନ୍ଧନର ଚାହିଦା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହି ସମୟରେ ଇଥାନଲ (Ethanol) ଏଭଳି ଏକ ସେକ୍ଟର…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri