କନ୍ଧମାଳରେ ୭ ଦିନ ବ୍ୟାଙ୍କ ବନ୍ଦ

ଦାରିଙ୍ଗବାଡ଼ି,୨୨।୭(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବା ସହ ଲୋକାଲ କେସ୍‌ ମଧ୍ୟ ବଢ଼ି ଚାଲିଛି। କନ୍ଧମାଳ ଜିଲାରେ ଏକାଧିକ ବ୍ୟାଙ୍କର ଶାଖା ପରିଚାଳକ ସମେତ ଅନ୍ୟ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଜିଲାପ୍ରଶାସନ ପକ୍ଷରୁ ସମସ୍ତ ବ୍ୟାଙ୍କକୁ ବୁଧବାର ଠାରୁ ୭ ଦିନିଆ ବନ୍ଦ କରିଦିଆଯାଇଛି। ଏହି ଘୋଷଣା ସମସ୍ତ ଗ୍ରାହକଙ୍କ ନିକଟରେ ପହଞ୍ଚି ନ ଥିବା ବେଳେ ସକାଳୁ ଏହି ସମସ୍ତ ବ୍ୟାଙ୍କକୁ ବନ୍ଦ କରାଯାଇଛି। ଏ ନେଇ କୌଣସି ବ୍ୟାଙ୍କରେ ନୋଟିସ ଲଗାଯାଇ ନ ଥିଲା। ଫଳରେ ବହୁ ଲୋକ ବ୍ୟାଙ୍କକୁ ଆସି ନିରାସ ହୋଇ ଫେରିଛନ୍ତି। କନ୍ଧମାଳ ଜିଲାରେ ଏହି ପଦକ୍ଷେପ ନିଆଯାଇଥିବା ବେଳେ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ସିମନବାଡ଼ି ସମେତ ବ୍ରାହ୍ମଣୀଗାଁ, ଗଦାପୁର, ବୁଡାଗୁଡ଼ା ଆଦି ଅଞ୍ଚଳରେ ରହିଥିବା ସମସ୍ତ ବ୍ୟାଙ୍କ ବନ୍ଦ ରହିଛି।
ସୂଚନାଯୋଗ୍ୟ ଯେ, ଦାରିଙ୍ଗବାଡ଼ି ଭାରତୀୟ ଷ୍ଟେଟବ୍ୟାଙ୍କର ଶାଖା ପରିଚାଳକ କରୋନା ସଂକ୍ରମଣ ହୋଇଥିବା ଜଣାପଡ଼ିବା ପରେ ଶୁକ୍ରବାରଠାରୁ ଉକ୍ତ ବ୍ୟାଙ୍କ ସମେତ ନିକଟକୁ ଲାଗିରହିଥିବା ମାର୍କେଟ ବିଲ୍ଡିଂ କୋଠାକୁ ମଧ୍ୟ ନିଷିଦ୍ଧାଞ୍ଚଳଭାବେ ଘୋଷଣା କରାଯାଇଛି। ଦିର୍ଘ ୬ ଦିନ ଧରି ଉକ୍ତ ବ୍ୟାଙ୍କ ବନ୍ଦ ହୋଇଥିବା ବେଳେ ଏବେ ସମସ୍ତ ବ୍ୟାଙ୍କକୁ ବନ୍ଦ କରିଦିଆଯାଇଛି। ସଂକ୍ରମଣ ଭୟରେ ଦାରିଙ୍ଗବାଡ଼ି ଅଞ୍ଚଳରେ ରହିଥିବା ଗ୍ରାହକ ସେବାକେନ୍ଦ୍ର ଗୁଡ଼ିକ ମଧ୍ୟ ନିଜ ଆଡ଼ୁ ବନ୍ଦ କରିଦେଇଥିବା ସିମନବାଡ଼ି ଗ୍ରାମର କିଓସ୍କୋର ମାଲିକ ଏସ୍‌. ସୁଶିଳ କୁମାର ସୁବୁଦ୍ଧି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ଇରାନ ଯୁଦ୍ଧରେ ଫସିଗଲେ ଟ୍ରମ୍ପ, ହରାଇବେ ପଦ! ଇସ୍ତଫା ଦାବି କଲେ…

ଓ୍ବାଶିଂଟନ୍‌,୮।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ ୨୮ ତାରିଖରେ ଯେତେବେଳେ ଇସ୍ରାଏଲ ସହ ମିଶି ଇରାନ ବିରୁଦ୍ଧରେ ଆକ୍ରମଣ ଆରମ୍ଭ କରିଥିଲେ, ସେତବେଳେ ସେ ଭେନେଜୁଏଲାରେ…

ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି: ଚିଠି କରି କାମ ସାରିଦେଲେ…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ…

ଯୁଦ୍ଧ ବନ୍ଦ କରିବା ପରେ ପାକିସ୍ତାନର ପ୍ରଧାନମନ୍ତ୍ରୀଙ୍କ ବିସ୍ଫୋରକ ବୟାନ: ମୁଁ ଘୋଷଣା କରୁଛି ଯେ, ଆଗାମୀ ଦିନରେ…

ଇସଲାମାବାଦ,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଶେଷରେ ଆମେରିକା ଏବଂ ଇରାନ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା…

ଇରାନ-ଆମେରିକା ଯୁଦ୍ଧବିରତିରେ ଏହି ଦେଶର ବଲ୍ଲେବଲ୍ଲେ, ଆଦାୟ କରିବ ହର୍ମୁଜ ଉପରେ ଶୁଳ୍କ

ଓ୍ବାଶିଂଟନ୍‌,୮।୪: ପଶ୍ଚିମ ଏସିଆରେ ପାଞ୍ଚ ସପ୍ତାହରୁ ଅଧିକ ସମୟ ଧରି ଲାଗି ରହିଥିବା ଯୁଦ୍ଧର ନିଆଁ ଶେଷରେ ଥଣ୍ଡା ପଡ଼ିଛି। ଆମେରିକା ଏବଂ ଇରାନ ଦୁଇ ସପ୍ତାହ…

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri