ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ କୋଟି କୋଟି ଟଙ୍କାର ଜରିମାନା ଆଦାୟ କରିଛନ୍ତି। ଏହାକୁ ନେଇ ଆମ୍ ଆଦମୀ ପାର୍ଟି ଏମପି ରାଘବ ଚଢ଼ା ସରକାରଙ୍କୁ ଘେରିଛନ୍ତି।

ବଜେଟ୍ ଅଧିବେଶନରେ ଏମପି ରାଘବ ଚଢ଼ା ସରକାରୀ ତଥ୍ୟ ଉପସ୍ଥାପନ କରି ଏକ ଚକିତ କଲା ଭଳି ତଥ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଗତ ୩ଟି ଆର୍ଥିକ ବର୍ଷ (୨୦୨୨-୨୫) ମଧ୍ୟରେ ବ୍ୟାଙ୍କଗୁଡ଼ିକ କେବଳ ମିନିମମ ବାଲାନ୍ସ ଜରିମାନା ବାବଦକୁ ୧୯,୦୦୦ କୋଟି ଟଙ୍କା ସଂଗ୍ରହ କରିଛନ୍ତି।

ଏହି ଜରିମାନା ସବୁଠାରୁ ଗରିବ ଏବଂ ନିମ୍ନ ଆୟକାରୀ ବ୍ୟକ୍ତିଙ୍କ ଉପରେ ପଡୁଛି। କୌଣସି ଜରୁରୀ ପରିସ୍ଥିତିରେ ଟଙ୍କା ଉଠାଇ ନେଲେ ବ୍ୟାଙ୍କ ଜରିମାନା କାଟି ଦେଉଛି।

ଜଣେ ଗରିବ ଲୋକ ତା’ର ଜମା ପୁଞ୍ଜିରୁ କିଛି ଟଙ୍କା ଖର୍ଚ୍ଚ କଲେ, ବ୍ୟାଙ୍କ ମାସକୁ ୧୦୦ ଟଙ୍କା ହିସାବରେ ୬ ମାସରେ ୬୦୦ ଟଙ୍କା କାଟି ଦେଉଛି। ଫଳରେ ଗରିବ ଲୋକଟି ଅଧିକ ଗରିବ ହୋଇଯାଉଛି। ଗାଁ ଗହଳିର ବ୍ୟାଙ୍କ ଶାଖାରେ ୧ ରୁ ୩ ହଜାର ଟଙ୍କା ରଖିବାକୁ ପଡୁଛି। ଜରିମାନା ସହ ୧୮% GST ମଧ୍ୟ ଆଦାୟ କରାଯାଉଛି।

ରାଘବ ଚଢ଼ା କହିଛନ୍ତି ଯେ, ଏହି ବ୍ୟବସ୍ଥା “ଗରିବୀକୁ ଦଣ୍ଡିତ କରୁଛି”। ସେ ସରକାରଙ୍କ ନିକଟରେ ଦାବି କରିଛନ୍ତି, “ଯେପରି ଚାଷୀଙ୍କ ଋଣ ଛାଡ଼ କରାଯାଉଛି, ସେହିପରି ଗରିବଙ୍କ ଉପରୁ ମିନିମମ ବାଲାନ୍ସ ଜରିମାନା ମଧ୍ୟ ଛାଡ଼ କରାଯାଉ। ଏହାଦ୍ୱାରା ଲୋକେ ସଞ୍ଚୟ କରିବାକୁ ଉତ୍ସାହିତ ହେବେ ଏବଂ ଆର୍ଥିକ ଅନ୍ତର୍ଭୁକ୍ତିକରଣ ସଫଳ ହେବ।”


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ

ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ଡ. ପ୍ରସନ୍ନ ଆଚାର୍ଯ୍ୟ ଏନ୍‌ଏଲ୍‌ସି ଇଣ୍ଡିଆର ନୂତନ ଅଧ୍ୟକ୍ଷ

ଭୁବନେଶ୍ୱର,୧୯ା୯: ଡ. ପ୍ରସନ୍ନ କୁମାର ଆଚାର୍ଯ୍ୟ ତାମିଲନାଡୁର ନେଭେଲିସ୍ଥିତ ଏନ୍‌ଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ର କର୍ପୋରେଟ କାର୍ଯ୍ୟାଳୟ ଅଧ୍ୟକ୍ଷ-ତଥା-ପ୍ରବନ୍ଧ ନିର୍ଦ୍ଦେଶକ ଭାବେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?