ଜନକଲ୍ୟାଣ ଯୋଜନା ଉପରେ ବ୍ୟାଙ୍କଗୁଡ଼ିକ ଗୁରୁତ୍ୱ ଦିଅନ୍ତୁ: ଅନୁ

ଭୁବନେଶ୍ୱର,୧୪।୧୨(ଅନିଲ ଦାସ): ଆମ ବ୍ୟାଙ୍କ ଯୋଜନା, ମିଶନ ଶକ୍ତି ସ୍କୁଟର ଯୋଜନା, ଲକ୍ଷ୍ମୀ ଯୋଜନା, ବଳରାମ ଯୋଜନା, ମୋ ଘର ଯୋଜନା ଆଦି ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣ କାର୍ଯ୍ୟକ୍ରମ । ସେଗୁଡ଼ିକର ଆଶାନୁରୂପ ସଫଳତା ଦିଗରେ ବ୍ୟାଙ୍କଗୁଡ଼ିକର ନିଷ୍ଠାପର ସହଯୋଗ ଅପରିହାର୍ଯ୍ୟ । ବ୍ୟାଙ୍କଗୁଡ଼ିକ ସେସବୁ ଯୋଜନା ଉପରେ ଗୁରୁତ୍ୱାରୋପ କରିବାକୁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପରାମର୍ଶ ଦେଇଛନ୍ତି ।
ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ ୧୭୩ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସେ କହିଛନ୍ତି ଯେ ରାଜ୍ୟର ଶତକଡ଼ା ୬୫ ଭାଗ ଗ୍ରାମପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ ନ ଥିବାରୁ ଜନସାଧାରଣଙ୍କୁ ନିରବଚ୍ଛିନ୍ନ ବ୍ୟାଙ୍କ ସେବା ଓ ଋଣ ଯୋଗାଇ ଦେବା ପାଇଁ ୬ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସହଯୋଗରେ ସେସବୁ ଗ୍ରାମପଞ୍ଚାୟତରେ ସିଏସ୍‌ପି(ପ୍ଲସ୍‌) ବ୍ୟାଙ୍କ ଆଉଟ୍‌ଲେଟ ମାଧ୍ୟମରେ ବ୍ୟାଙ୍କ ସେବା ଯୋଗାଇ ଦେବା ନିମନ୍ତେ ମୁଖ୍ୟମନ୍ତ୍ରୀ ଆମ ବ୍ୟାଙ୍କ ଯୋଜନାର ଶୁଭାରମ୍ଭ କରିଛନ୍ତିା ଏହି ଯୁଗାନ୍ତକାରୀ ପଦକ୍ଷେପ ପାଇଁ ୬ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଅବଦାନ ଅଭିନନ୍ଦନୀୟ ା ୨୦୨୩ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ରାଜ୍ୟର କ୍ରେଡିଟ୍‌ ଜମା ଅନୁପାତ ୮୧.୪୪% ଥିବାବେଳେ ଏବେ ଏହା ୮୧.୭୫% କରାଯାଇପାରିଛି। ଅଗ୍ରାଧିକାର କ୍ଷେତ୍ରକୁ ଋଣ ପ୍ରଦାନ, ବ୍ୟାଙ୍କ, ଯୋଜନା ଓ ଜିଲାୱାରି ଋଣ ପ୍ରଦାନ କ୍ଷେତ୍ରରେ ପରିଲକ୍ଷିତ ବ୍ୟବଧାନ ହ୍ରାସ ନିମନ୍ତେ ଯତ୍ନବାନ ହେବାକୁ ସେ ବ୍ୟାଙ୍କଗୁଡ଼ିକୁ ପରାମର୍ଶ ଦେଇଛନ୍ତି । ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ ବ୍ୟାଙ୍କଗୁଡ଼ିକର ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଜନକଲ୍ୟାଣକାରୀ ଯୋଜନାରେ ବ୍ୟାଙ୍କଗୁଡ଼ିକ ସକ୍ରିୟ ଭୂମିକା ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି । ବ୍ୟାଙ୍କଗୁଡ଼ିକ ଅଧିକ ଶାଖା ଓ ଅଧିକ ଏଟିଏମ୍‌ ଖୋଲିବା ଉପରେ ଗୁରୁତ୍ୱାରୋପ କରିବା ଆବଶ୍ୟକ ବୋଲି ସେ କହିଛନ୍ତି । ୟୁକୋ ବ୍ୟାଙ୍କର ମହାପ୍ରବନ୍ଧକ ତଥା ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକର ଆବାହକ ଗୌତମ ପାତ୍ର ସ୍ବାଗତ ଭାଷଣ ଦେଇଥିଲେ । ୟୁକୋ ବ୍ୟାଙ୍କର ଚେୟାରମ୍ୟାନ ବିଜୟ କୁମାର ଏନ୍‌.କାମ୍ବଲେ, ଭାରତୀୟ ରିଜର୍ଭ ବ୍ୟାଙ୍କର ଆଞ୍ଚଳିକ ନିର୍ଦ୍ଦେଶକ ଶାରଦା ପ୍ରସନ୍ନ ମହାନ୍ତି, ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା, ନାବାର୍ଡର ମୁଖ୍ୟ ମହାପ୍ରବନ୍ଧକ ସୁଧାଂଶୁ କେ.କେ. ମିଶ୍ର ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ।
ବୈଠକରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସଚିବ ଅରବିନ୍ଦ ପାଢ଼ୀ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ସଚିବ ଶାଶ୍ୱତ ମିଶ୍ର, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ସଚିବ ଏସ୍‌.କେ. ବଶିଷ୍ଠ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଏସ୍‌.କେ. ଲୋହାନୀ, ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ସୁଜାତା ଆର୍‌. କାର୍ତ୍ତିକେୟନ୍‌ଙ୍କ ସମେତ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଏବଂ ବିଭିନ୍ନ ବ୍ୟାଙ୍କର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ବିଷୟ ଉପରେ ମତବ୍ୟକ୍ତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୨ଦିନ ପ୍ରବଳ ଶୀତ: ଆଜି ୯ ଜିଲାକୁ ଓ୍ୱାର୍ନିଂ

ଭୁବନେଶ୍ୱର,୧୨।୧୨: ଆହୁରି ୨ ଦିନ ଯାଏ ଶୀତ ଲହରି ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ଶୀତ ଲହରି...

ଭିନେଶ ଫୋଗଟଙ୍କ ବଡ଼ ଘୋଷଣା, ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଲେ….

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ...

୨୦୨୬ରେ ରାହୁ ଗୋଚର: ଏହି ୩ ରାଶିର ବଦଳିବ ଭାଗ୍ୟ, ୩ ରାଶିର ଭାଗ୍ୟ ଖରାପ

ନୂଆଦିଲ୍ଲୀ,୧୩।୧୨: ୨୦୨୬ ବର୍ଷ କିଛି ରାଶି ପାଇଁ ପରିବର୍ତ୍ତନଶୀଳ ବର୍ଷ ହୋଇପାରେ। ନୂତନ ବର୍ଷରେ ରାହୁ ଦୁଇଥର ନିଜର ସ୍ଥାନ ପରିବର୍ତ୍ତନ କରିବେ। ସମ୍ପତ୍ତି ଲାଭ...

ମାତ୍ର ୫ ହଜାର ଟଙ୍କାରେ ଆରମ୍ଭ କରନ୍ତୁ ଏହି ବ୍ୟବସାୟ: ପ୍ରଥମ ଦିନରୁ ଲାଭ ହିଁ ଲାଭ…

ନୂଆଦିଲ୍ଲୀ,୧୨।୧୨: ଅନେକ ଲୋକ ଚାକିରି ଛାଡି ନିଜର ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରୁଛନ୍ତି। ତଥାପି, ଅନେକ ଲୋକ ପାଣ୍ଠି ଅଭାବରୁ ଏହା କରିପାରୁ ନାହାଁନ୍ତି।...

ଭୋ ଭୋ ହୋଇ କାନ୍ଦିଲେ ହେମା ମାଳିନୀ: ୨ ଝିଅଙ୍କ ଆଗରେ ଘଟିଲା…

ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ନିକଟରେ ଦେହାନ୍ତ ହୋଇଥିଲା। ତାଙ୍କ ପରିବାର ଏବେ ବି ଏହି ଆଘାତରୁ ମୁକୁଳିପାରୁନାହିଁ। କିଛି ଦିନ ପୂର୍ବେ ସନ୍ନି ଦେଓଲ...

ନିଜକୁ ଶ୍ରମିକ କହିଲେ ମୋଦି, ଏନଡିଏ ସାଂସଦଙ୍କୁ କଣ ଗୁରୁମନ୍ତ୍ର ଦେଲେ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ଏନଡିଏ ସାଂସଦଙ୍କ ମଧ୍ୟରେ ବୈଠକ ଶେଷ ହୋଇଛି । ମିଡ଼ିଆ ରିପୋର୍ଟ ଅନୁସାରେ, ବୈଠକ ସକରାତ୍ମକ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri