ଜନକଲ୍ୟାଣ ଯୋଜନା ଉପରେ ବ୍ୟାଙ୍କଗୁଡ଼ିକ ଗୁରୁତ୍ୱ ଦିଅନ୍ତୁ: ଅନୁ

ଭୁବନେଶ୍ୱର,୧୪।୧୨(ଅନିଲ ଦାସ): ଆମ ବ୍ୟାଙ୍କ ଯୋଜନା, ମିଶନ ଶକ୍ତି ସ୍କୁଟର ଯୋଜନା, ଲକ୍ଷ୍ମୀ ଯୋଜନା, ବଳରାମ ଯୋଜନା, ମୋ ଘର ଯୋଜନା ଆଦି ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣ କାର୍ଯ୍ୟକ୍ରମ । ସେଗୁଡ଼ିକର ଆଶାନୁରୂପ ସଫଳତା ଦିଗରେ ବ୍ୟାଙ୍କଗୁଡ଼ିକର ନିଷ୍ଠାପର ସହଯୋଗ ଅପରିହାର୍ଯ୍ୟ । ବ୍ୟାଙ୍କଗୁଡ଼ିକ ସେସବୁ ଯୋଜନା ଉପରେ ଗୁରୁତ୍ୱାରୋପ କରିବାକୁ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପରାମର୍ଶ ଦେଇଛନ୍ତି ।
ମଙ୍ଗଳବାର ଲୋକସେବା ଭବନରେ ଅନୁଷ୍ଠିତ ୧୭୩ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସେ କହିଛନ୍ତି ଯେ ରାଜ୍ୟର ଶତକଡ଼ା ୬୫ ଭାଗ ଗ୍ରାମପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ ନ ଥିବାରୁ ଜନସାଧାରଣଙ୍କୁ ନିରବଚ୍ଛିନ୍ନ ବ୍ୟାଙ୍କ ସେବା ଓ ଋଣ ଯୋଗାଇ ଦେବା ପାଇଁ ୬ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସହଯୋଗରେ ସେସବୁ ଗ୍ରାମପଞ୍ଚାୟତରେ ସିଏସ୍‌ପି(ପ୍ଲସ୍‌) ବ୍ୟାଙ୍କ ଆଉଟ୍‌ଲେଟ ମାଧ୍ୟମରେ ବ୍ୟାଙ୍କ ସେବା ଯୋଗାଇ ଦେବା ନିମନ୍ତେ ମୁଖ୍ୟମନ୍ତ୍ରୀ ଆମ ବ୍ୟାଙ୍କ ଯୋଜନାର ଶୁଭାରମ୍ଭ କରିଛନ୍ତିା ଏହି ଯୁଗାନ୍ତକାରୀ ପଦକ୍ଷେପ ପାଇଁ ୬ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଅବଦାନ ଅଭିନନ୍ଦନୀୟ ା ୨୦୨୩ ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ରାଜ୍ୟର କ୍ରେଡିଟ୍‌ ଜମା ଅନୁପାତ ୮୧.୪୪% ଥିବାବେଳେ ଏବେ ଏହା ୮୧.୭୫% କରାଯାଇପାରିଛି। ଅଗ୍ରାଧିକାର କ୍ଷେତ୍ରକୁ ଋଣ ପ୍ରଦାନ, ବ୍ୟାଙ୍କ, ଯୋଜନା ଓ ଜିଲାୱାରି ଋଣ ପ୍ରଦାନ କ୍ଷେତ୍ରରେ ପରିଲକ୍ଷିତ ବ୍ୟବଧାନ ହ୍ରାସ ନିମନ୍ତେ ଯତ୍ନବାନ ହେବାକୁ ସେ ବ୍ୟାଙ୍କଗୁଡ଼ିକୁ ପରାମର୍ଶ ଦେଇଛନ୍ତି । ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ ବ୍ୟାଙ୍କଗୁଡ଼ିକର ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହ ଜନକଲ୍ୟାଣକାରୀ ଯୋଜନାରେ ବ୍ୟାଙ୍କଗୁଡ଼ିକ ସକ୍ରିୟ ଭୂମିକା ଗ୍ରହଣ କରିବାକୁ ପରାମର୍ଶ ଦେଇଛନ୍ତି । ବ୍ୟାଙ୍କଗୁଡ଼ିକ ଅଧିକ ଶାଖା ଓ ଅଧିକ ଏଟିଏମ୍‌ ଖୋଲିବା ଉପରେ ଗୁରୁତ୍ୱାରୋପ କରିବା ଆବଶ୍ୟକ ବୋଲି ସେ କହିଛନ୍ତି । ୟୁକୋ ବ୍ୟାଙ୍କର ମହାପ୍ରବନ୍ଧକ ତଥା ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକର ଆବାହକ ଗୌତମ ପାତ୍ର ସ୍ବାଗତ ଭାଷଣ ଦେଇଥିଲେ । ୟୁକୋ ବ୍ୟାଙ୍କର ଚେୟାରମ୍ୟାନ ବିଜୟ କୁମାର ଏନ୍‌.କାମ୍ବଲେ, ଭାରତୀୟ ରିଜର୍ଭ ବ୍ୟାଙ୍କର ଆଞ୍ଚଳିକ ନିର୍ଦ୍ଦେଶକ ଶାରଦା ପ୍ରସନ୍ନ ମହାନ୍ତି, ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା, ନାବାର୍ଡର ମୁଖ୍ୟ ମହାପ୍ରବନ୍ଧକ ସୁଧାଂଶୁ କେ.କେ. ମିଶ୍ର ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ।
ବୈଠକରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସଚିବ ଅରବିନ୍ଦ ପାଢ଼ୀ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ସଚିବ ଶାଶ୍ୱତ ମିଶ୍ର, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ସଚିବ ଏସ୍‌.କେ. ବଶିଷ୍ଠ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ଏସ୍‌.କେ. ଲୋହାନୀ, ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ସୁଜାତା ଆର୍‌. କାର୍ତ୍ତିକେୟନ୍‌ଙ୍କ ସମେତ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଏବଂ ବିଭିନ୍ନ ବ୍ୟାଙ୍କର କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ବିଭିନ୍ନ ବିଷୟ ଉପରେ ମତବ୍ୟକ୍ତ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?