‘ହିତାଧିକାରୀଙ୍କୁ ବ୍ୟାଙ୍କ ତୁରନ୍ତ ଋଣ ଦେଉ’

ଜଗତ୍‌ସିଂହପୁର ଅଫିସ,୯ା୪: ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ହିତାଧିକାରୀଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ବ୍ୟାଙ୍କଗୁଡିକ ସକାରାତ୍ମକ ପଦକ୍ଷେପ ଗ୍ରହଣ କରନ୍ତୁ। ନୂଆ ଆର୍ଥିକ ବର୍ଷ ଆରମ୍ଭ ହୋଇଯାଇଥିବାରୁ ଗତ ବର୍ଷର ସମସ୍ୟାଗୁଡିକୁ ଦୃଷ୍ଟିରେ ରଖି ବ୍ୟାଙ୍କରମାନେ ଆଗୁଆ ପଦକ୍ଷେପ ଗ୍ରହଣ କରନ୍ତୁ। ଏଥିସହ ଜିଲାର ଚାଷୀ, ବଳରାମ ଯୋଜନା, ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ହିତାଧିକାରୀ, ଉଦ୍ୟୋଗୀ, ବୁଣାକାର ଓ ଦୁଗ୍ଧ ଚାଷୀଙ୍କ ଆବେଦନଗୁଡିକୁ ବିଚାରକୁ ନେଇ ଋଣ ପ୍ରଦାନ କରିବା ଉଚିତ। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ବ୍ୟାଙ୍କ ସମୂହ ଜିଲା ପରାମର୍ଶଦାତା କମିଟି ଓ ଜିଲାସ୍ତରୀୟ ସମୀକ୍ଷା କମିଟି ବୈଠକରେ ପୌରୋହିତ୍ୟ କରି ଜିଲାପାଳ ପାରୁଲ ପଟୱାରୀ ଉପସ୍ଥିତ ବ୍ୟାଙ୍କ ଅଧିକାରୀଙ୍କୁ ଏହି ପରାମର୍ଶ ଦେଇଥିଲେ। ସେ କହିଥିଲେ, ପ୍ରତି ୩ ମାସରେ ବ୍ୟାଙ୍କୱାରୀ ସମୀକ୍ଷା କରାଯିବ । ଜିଲାର ବିଭିନ୍ନ ବ୍ୟାଙ୍କର ଜିଲା ସଂଯୋଜକମାନେ ଏହି ବୈଠକରେ ଉପସ୍ଥିତ ରହି ସେମାନଙ୍କ ଶାଖା ବ୍ୟାଙ୍କଗୁଡିକ କେତେ ଋଣ ଦେଇଛନ୍ତି ତାରି ଅଗ୍ରଗତି ସମ୍ପର୍କରେ ସୂଚନା ଉପସ୍ଥାପନ କରିବେ। ବୈଠକରେ ଜିଲା ପରିଷଦ ସଭାପତି ମନୋଜ ଭୋଇ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନରେ ବ୍ୟାଙ୍କରମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି ଏସ୍‌ଏଚ୍‌ଜି ଲିଙ୍କେଜ, ଜୀବିକା ମିଶନ ଏ ସମ୍ପର୍କରେ ଆଲୋଚନା କରିଥିଲେ। ରିଜର୍ଭ ବ୍ୟାଙ୍କ ଏଲ୍‌ଡିଓ ରଶ୍ମିରଞ୍ଜନ ସାହୁ ବ୍ୟାଙ୍କରମାନଙ୍କ ସହାୟତାରେ ଜିଲାର ଉନ୍ନତି ସମ୍ଭବ ବୋଲି କହିଥିଲେ। ପ୍ରାରମ୍ଭରେ ରାଜଲକ୍ଷ୍ମୀ ମହାନ୍ତି କାର୍ଯ୍ୟସୂଚୀ ଅନୁଯାୟୀ ଆଲୋଚନା କରିଥିଲେ। ନାବାର୍ଡ ଡିଡିଏମ୍‌ ବିଶ୍ୱଭୂଷଣ ମହାନ୍ତି ବ୍ୟାଙ୍କରମାନଙ୍କୁ ବଳରାମ ଯୋଜନା ଓ କେସିସି ଉପରେ ଅଧିକ ସଂଖ୍ୟକ ହିତାଧିକାରୀଙ୍କୁ ଋଣ ପ୍ରଦାନ ଉପରେ ପରାମର୍ଶ ଦେଇଥିଲେ। ଜିଲାରେ ସିଡି ଅନୁପାତ ୩୯% ଥିବା ଅଗ୍ରଣୀ ବ୍ୟାଙ୍କ ପରିଚାଳକ ପ୍ରକାଶ କରିଥିଲେ। ବୈଠକରେ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା। ଏସ୍‌ବିଆଇ ଆଞ୍ଚଳିକ ପରିଚାଳକ ସୁବାସ ଚନ୍ଦ୍ର ବେହେରା, ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଆଞ୍ଚଳିକ ପରିଚାଳକ ଯତୀନ୍ଦ୍ରନାଥ ଷଡ଼ଙ୍ଗୀ, ଜିଲା ମୁଖ୍ୟ କୃଷି ଅଧିକାରୀ, ଡିଆଇସି ସାଧାରଣ ପରିଚାଳକ, ଜିଲା ମତ୍ସ୍ୟ ଅଧିକାରୀ, ଉଦ୍ୟାନ କୃଷି ଉପନିର୍ଦ୍ଦେଶକ, ମିଶନ ଶକ୍ତି ସଂଯୋଜକଙ୍କ ସମେତ ବିଭିନ୍ନ ବ୍ୟାଙ୍କର ଶାଖା ପରିଚାଳକମାନେ ଯୋଗ ଦେଇଥିଲେ। ଏଲ୍‌ଡିଏମ୍‌ ଦମୟନ୍ତୀ ମୁର୍ମୁ ଶେଷରେ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri