‘ହିତାଧିକାରୀଙ୍କୁ ବ୍ୟାଙ୍କ ତୁରନ୍ତ ଋଣ ଦେଉ’

ଜଗତ୍‌ସିଂହପୁର ଅଫିସ,୯ା୪: ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ହିତାଧିକାରୀଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ବ୍ୟାଙ୍କଗୁଡିକ ସକାରାତ୍ମକ ପଦକ୍ଷେପ ଗ୍ରହଣ କରନ୍ତୁ। ନୂଆ ଆର୍ଥିକ ବର୍ଷ ଆରମ୍ଭ ହୋଇଯାଇଥିବାରୁ ଗତ ବର୍ଷର ସମସ୍ୟାଗୁଡିକୁ ଦୃଷ୍ଟିରେ ରଖି ବ୍ୟାଙ୍କରମାନେ ଆଗୁଆ ପଦକ୍ଷେପ ଗ୍ରହଣ କରନ୍ତୁ। ଏଥିସହ ଜିଲାର ଚାଷୀ, ବଳରାମ ଯୋଜନା, ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ହିତାଧିକାରୀ, ଉଦ୍ୟୋଗୀ, ବୁଣାକାର ଓ ଦୁଗ୍ଧ ଚାଷୀଙ୍କ ଆବେଦନଗୁଡିକୁ ବିଚାରକୁ ନେଇ ଋଣ ପ୍ରଦାନ କରିବା ଉଚିତ। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ବ୍ୟାଙ୍କ ସମୂହ ଜିଲା ପରାମର୍ଶଦାତା କମିଟି ଓ ଜିଲାସ୍ତରୀୟ ସମୀକ୍ଷା କମିଟି ବୈଠକରେ ପୌରୋହିତ୍ୟ କରି ଜିଲାପାଳ ପାରୁଲ ପଟୱାରୀ ଉପସ୍ଥିତ ବ୍ୟାଙ୍କ ଅଧିକାରୀଙ୍କୁ ଏହି ପରାମର୍ଶ ଦେଇଥିଲେ। ସେ କହିଥିଲେ, ପ୍ରତି ୩ ମାସରେ ବ୍ୟାଙ୍କୱାରୀ ସମୀକ୍ଷା କରାଯିବ । ଜିଲାର ବିଭିନ୍ନ ବ୍ୟାଙ୍କର ଜିଲା ସଂଯୋଜକମାନେ ଏହି ବୈଠକରେ ଉପସ୍ଥିତ ରହି ସେମାନଙ୍କ ଶାଖା ବ୍ୟାଙ୍କଗୁଡିକ କେତେ ଋଣ ଦେଇଛନ୍ତି ତାରି ଅଗ୍ରଗତି ସମ୍ପର୍କରେ ସୂଚନା ଉପସ୍ଥାପନ କରିବେ। ବୈଠକରେ ଜିଲା ପରିଷଦ ସଭାପତି ମନୋଜ ଭୋଇ ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସଫଳ ରୂପାୟନରେ ବ୍ୟାଙ୍କରମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି ଏସ୍‌ଏଚ୍‌ଜି ଲିଙ୍କେଜ, ଜୀବିକା ମିଶନ ଏ ସମ୍ପର୍କରେ ଆଲୋଚନା କରିଥିଲେ। ରିଜର୍ଭ ବ୍ୟାଙ୍କ ଏଲ୍‌ଡିଓ ରଶ୍ମିରଞ୍ଜନ ସାହୁ ବ୍ୟାଙ୍କରମାନଙ୍କ ସହାୟତାରେ ଜିଲାର ଉନ୍ନତି ସମ୍ଭବ ବୋଲି କହିଥିଲେ। ପ୍ରାରମ୍ଭରେ ରାଜଲକ୍ଷ୍ମୀ ମହାନ୍ତି କାର୍ଯ୍ୟସୂଚୀ ଅନୁଯାୟୀ ଆଲୋଚନା କରିଥିଲେ। ନାବାର୍ଡ ଡିଡିଏମ୍‌ ବିଶ୍ୱଭୂଷଣ ମହାନ୍ତି ବ୍ୟାଙ୍କରମାନଙ୍କୁ ବଳରାମ ଯୋଜନା ଓ କେସିସି ଉପରେ ଅଧିକ ସଂଖ୍ୟକ ହିତାଧିକାରୀଙ୍କୁ ଋଣ ପ୍ରଦାନ ଉପରେ ପରାମର୍ଶ ଦେଇଥିଲେ। ଜିଲାରେ ସିଡି ଅନୁପାତ ୩୯% ଥିବା ଅଗ୍ରଣୀ ବ୍ୟାଙ୍କ ପରିଚାଳକ ପ୍ରକାଶ କରିଥିଲେ। ବୈଠକରେ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା। ଏସ୍‌ବିଆଇ ଆଞ୍ଚଳିକ ପରିଚାଳକ ସୁବାସ ଚନ୍ଦ୍ର ବେହେରା, ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଆଞ୍ଚଳିକ ପରିଚାଳକ ଯତୀନ୍ଦ୍ରନାଥ ଷଡ଼ଙ୍ଗୀ, ଜିଲା ମୁଖ୍ୟ କୃଷି ଅଧିକାରୀ, ଡିଆଇସି ସାଧାରଣ ପରିଚାଳକ, ଜିଲା ମତ୍ସ୍ୟ ଅଧିକାରୀ, ଉଦ୍ୟାନ କୃଷି ଉପନିର୍ଦ୍ଦେଶକ, ମିଶନ ଶକ୍ତି ସଂଯୋଜକଙ୍କ ସମେତ ବିଭିନ୍ନ ବ୍ୟାଙ୍କର ଶାଖା ପରିଚାଳକମାନେ ଯୋଗ ଦେଇଥିଲେ। ଏଲ୍‌ଡିଏମ୍‌ ଦମୟନ୍ତୀ ମୁର୍ମୁ ଶେଷରେ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri