ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କ ପୁରସ୍କୃତ ହେବେ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟର କୃଷକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏସ୍‌ଜି) ଏବଂ ଏମ୍‌ଏସ୍‌ଏମ୍‌ଇକୁ ଋଣ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅର୍ଥନୀତିର ପୁନରୁଦ୍ଧାର ଲାଗି ଲକ୍ଷଲକ୍ଷ ଚାଷୀ, ମିଶନ ଶକ୍ତି ଗୋଷ୍ଠୀ ଏବଂ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟୋଗୀଙ୍କୁ ଋଣ ପ୍ରଦାନ ବର୍ତ୍ତମାନ ସମୟରେ ସବୁଠାରୁ ବଡ଼ ଆବଶ୍ୟକତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୃଷକ, ମିଶନ ଶକ୍ତି ଓ ଏମ୍‌ଏସ୍‌ଏମ୍‌ଇକୁ ଋଣ ପ୍ରଦାନ ସମ୍ପର୍କରେ ଜିଲାପାଳ ଓ ବ୍ୟାଙ୍କରମାନଙ୍କ ସହିତ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଋଣ ପ୍ରଦାନ ମାଧ୍ୟମରେ ଅର୍ଥନୀତିର ପୁନରୁଦ୍ଧାର ଆଶାକୁ ରାଜ୍ୟର ପ୍ରତ୍ୟେକ ପରିବାର ନିକଟରେ ପହଞ୍ଚାଇବାକୁ ଗୁରୁତ୍ୱ ଦେଇଥିଲେ। କୃଷକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଏମ୍‌ଏସ୍‌ଏମ୍‌ଇକୁ ଋଣ ପ୍ରଦାନ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ବ୍ୟାଙ୍କ୍‌ଗୁଡ଼ିକୁ ପରାମର୍ଶ ଦେଇଥିଲେ। ଗତ କିଛି ସପ୍ତାହ ମଧ୍ୟରେ ଋଣ ପ୍ରଦାନ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହୋଇଥିଲେ ମଧ୍ୟ ଋଣ ଚାହୁଁଥିବା ପ୍ରତ୍ୟେକ ନାଗରିକର ଆବଶ୍ୟକତା ପୂରଣ ହେବା ପର୍ଯ୍ୟନ୍ତ ଏହି ଧାରା ଅବ୍ୟାହତ ରଖିବାକୁ ସେ ପରାମର୍ଶ ଦେଇଥିଲେ।
ଚଳିତ ଆର୍ଥକବର୍ଷର ଶେଷ ୩ମାସ ମଧ୍ୟରେ ସବୁ ଜିଲା ଓ ବ୍ୟାଙ୍କଗୁଡ଼ିକ ସେମାନଙ୍କ ଋଣ ପ୍ରଦାନର ଲକ୍ଷ୍ୟ ପୂରଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିବା ସହ ଫେବୟାରୀ ୨୬ ତାରିଖରେ ଏ ସଂପର୍କରେ ସେ ଆଉ ଥରେ ସମୀକ୍ଷା କରିବେ ବୋଲି କହିଥିଲେ। ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କଗୁଡ଼ିକ ସମ୍ପର୍କରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅବଗତ କରାଯିବ ଏବଂ ସେମାନଙ୍କୁ ଚଳିତ ଆର୍ଥିକବର୍ଷ ଶେଷରେ ପୁରସ୍କୃତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କୃଷି, ମହିଳା ଓ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ବ୍ୟାପକ ଅର୍ଥନୈତିକ କାର୍ଯ୍ୟକ୍ରମର ଆବଶ୍ୟକତା ରହିଛି ଏବଂ ଏ କ୍ଷେତ୍ରକୁ ପର୍ଯ୍ୟାପ୍ତ ପରିମାଣରେ ଋଣପ୍ରଦାନ କରିବାକୁ କହିଥିଲେ। କୃଷି ଓ ପଶୁପାଳନରେ କିଶାନ କ୍ରେଡିଟ କାର୍ଡ ଓ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାକୁ ଋଣପ୍ରଦାନ କ୍ଷେତ୍ରରେ ବ୍ୟାଙ୍କଗୁଡିକ ଗୁରୁତ୍ୱ ଦେବାକୁ କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ ଏବଂ ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗ ସଚିବ ଆର୍‌. ରଘୁପ୍ରସାଦ କହିଥିଲେ। ବର୍ତ୍ତମାନ ସୁଦ୍ଧା ୬୩% ଋଣପ୍ରଦାନ ଲକ୍ଷ୍ୟ ହାସଲ ହୋଇସାରିଛି ଏବଂ ବର୍ଷ ଶେଷସୁଦ୍ଧା ସମ୍ପୂର୍ଣ୍ଣ ଲକ୍ଷ୍ୟ ପୂରଣ ହେବ ବୋଲି ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ କହିଥିଲେ। ସେହିଭଳି ପ୍ରତ୍ୟେକ ସ୍ବୟଂ ସହାୟକ ଗୋଷ୍ଠୀକୁ ଅତିକମ୍‌ରେ ୨ ଲକ୍ଷ ଟଙ୍କା ଋଣ ଦେବା ଏବଂ ଋଣପ୍ରଦାନ ଆବେଦନକୁ ବ୍ୟାଙ୍କ୍‌ଗୁଡ଼ିକ ପକାଇ ନ ରଖି ତୁରନ୍ତ ଫଇସଲା କରିବାକୁ ମିଶନ ଶକ୍ତି ନିର୍ଦ୍ଦେଶିକା ସୁଜାତା କାର୍ତ୍ତିକେୟନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri