ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କ ପୁରସ୍କୃତ ହେବେ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟର କୃଷକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏସ୍‌ଜି) ଏବଂ ଏମ୍‌ଏସ୍‌ଏମ୍‌ଇକୁ ଋଣ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅର୍ଥନୀତିର ପୁନରୁଦ୍ଧାର ଲାଗି ଲକ୍ଷଲକ୍ଷ ଚାଷୀ, ମିଶନ ଶକ୍ତି ଗୋଷ୍ଠୀ ଏବଂ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉଦ୍ୟୋଗୀଙ୍କୁ ଋଣ ପ୍ରଦାନ ବର୍ତ୍ତମାନ ସମୟରେ ସବୁଠାରୁ ବଡ଼ ଆବଶ୍ୟକତା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୃଷକ, ମିଶନ ଶକ୍ତି ଓ ଏମ୍‌ଏସ୍‌ଏମ୍‌ଇକୁ ଋଣ ପ୍ରଦାନ ସମ୍ପର୍କରେ ଜିଲାପାଳ ଓ ବ୍ୟାଙ୍କରମାନଙ୍କ ସହିତ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଋଣ ପ୍ରଦାନ ମାଧ୍ୟମରେ ଅର୍ଥନୀତିର ପୁନରୁଦ୍ଧାର ଆଶାକୁ ରାଜ୍ୟର ପ୍ରତ୍ୟେକ ପରିବାର ନିକଟରେ ପହଞ୍ଚାଇବାକୁ ଗୁରୁତ୍ୱ ଦେଇଥିଲେ। କୃଷକ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏବଂ ଏମ୍‌ଏସ୍‌ଏମ୍‌ଇକୁ ଋଣ ପ୍ରଦାନ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ବ୍ୟାଙ୍କ୍‌ଗୁଡ଼ିକୁ ପରାମର୍ଶ ଦେଇଥିଲେ। ଗତ କିଛି ସପ୍ତାହ ମଧ୍ୟରେ ଋଣ ପ୍ରଦାନ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହୋଇଥିଲେ ମଧ୍ୟ ଋଣ ଚାହୁଁଥିବା ପ୍ରତ୍ୟେକ ନାଗରିକର ଆବଶ୍ୟକତା ପୂରଣ ହେବା ପର୍ଯ୍ୟନ୍ତ ଏହି ଧାରା ଅବ୍ୟାହତ ରଖିବାକୁ ସେ ପରାମର୍ଶ ଦେଇଥିଲେ।
ଚଳିତ ଆର୍ଥକବର୍ଷର ଶେଷ ୩ମାସ ମଧ୍ୟରେ ସବୁ ଜିଲା ଓ ବ୍ୟାଙ୍କଗୁଡ଼ିକ ସେମାନଙ୍କ ଋଣ ପ୍ରଦାନର ଲକ୍ଷ୍ୟ ପୂରଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିବା ସହ ଫେବୟାରୀ ୨୬ ତାରିଖରେ ଏ ସଂପର୍କରେ ସେ ଆଉ ଥରେ ସମୀକ୍ଷା କରିବେ ବୋଲି କହିଥିଲେ। ଭଲ ପ୍ରଦର୍ଶନ କରୁଥିବା ବ୍ୟାଙ୍କଗୁଡ଼ିକ ସମ୍ପର୍କରେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅବଗତ କରାଯିବ ଏବଂ ସେମାନଙ୍କୁ ଚଳିତ ଆର୍ଥିକବର୍ଷ ଶେଷରେ ପୁରସ୍କୃତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କୃଷି, ମହିଳା ଓ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରରେ ବ୍ୟାପକ ଅର୍ଥନୈତିକ କାର୍ଯ୍ୟକ୍ରମର ଆବଶ୍ୟକତା ରହିଛି ଏବଂ ଏ କ୍ଷେତ୍ରକୁ ପର୍ଯ୍ୟାପ୍ତ ପରିମାଣରେ ଋଣପ୍ରଦାନ କରିବାକୁ କହିଥିଲେ। କୃଷି ଓ ପଶୁପାଳନରେ କିଶାନ କ୍ରେଡିଟ କାର୍ଡ ଓ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାକୁ ଋଣପ୍ରଦାନ କ୍ଷେତ୍ରରେ ବ୍ୟାଙ୍କଗୁଡିକ ଗୁରୁତ୍ୱ ଦେବାକୁ କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ ଏବଂ ମତ୍ସ୍ୟ ଓ ପଶୁସଂପଦ ବିକାଶ ବିଭାଗ ସଚିବ ଆର୍‌. ରଘୁପ୍ରସାଦ କହିଥିଲେ। ବର୍ତ୍ତମାନ ସୁଦ୍ଧା ୬୩% ଋଣପ୍ରଦାନ ଲକ୍ଷ୍ୟ ହାସଲ ହୋଇସାରିଛି ଏବଂ ବର୍ଷ ଶେଷସୁଦ୍ଧା ସମ୍ପୂର୍ଣ୍ଣ ଲକ୍ଷ୍ୟ ପୂରଣ ହେବ ବୋଲି ଏମ୍‌ଏସ୍‌ଏମ୍‌ଇ ବିଭାଗ ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ କହିଥିଲେ। ସେହିଭଳି ପ୍ରତ୍ୟେକ ସ୍ବୟଂ ସହାୟକ ଗୋଷ୍ଠୀକୁ ଅତିକମ୍‌ରେ ୨ ଲକ୍ଷ ଟଙ୍କା ଋଣ ଦେବା ଏବଂ ଋଣପ୍ରଦାନ ଆବେଦନକୁ ବ୍ୟାଙ୍କ୍‌ଗୁଡ଼ିକ ପକାଇ ନ ରଖି ତୁରନ୍ତ ଫଇସଲା କରିବାକୁ ମିଶନ ଶକ୍ତି ନିର୍ଦ୍ଦେଶିକା ସୁଜାତା କାର୍ତ୍ତିକେୟନ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?