ଜମା, ଉଠାଣରେ ଚାର୍ଜ ନେବେ ବ୍ୟାଙ୍କ;କଂଗ୍ରେସ କହିଲା ସରକାରଙ୍କ ‘କମର ତୋଡ ତୋଫା’

ନୂଆଦିଲ୍ଲୀ: ଜମା ଏବଂ ଉଠାଣ କ୍ଷେତ୍ରରେ କିଛି ବ୍ୟାଙ୍କ ଗ୍ରାହକଙ୍କଠାରୁ ଚାର୍ଜ ଆଦାୟ କରିବେ। ରିପୋର୍ଟ ମୁତାବକ ବ୍ୟାଙ୍କ ଅଫ୍‌ ବରୋଦା ନିର୍ଦ୍ଧାରିତ ନେଣଦେଣଠାରୁ ଅଧିକ ଥର ନେଣଦେଣରେ ନଭେମ୍ବର ପହିଲାରୁ ଏଭଳି ନିୟମ ଲାଗୁ କରିଛି। ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ, ଆକ୍ସିସ ବ୍ୟାଙ୍କ ଏବଂ ସେଣ୍ଟ୍ରାଲ ବ୍ୟାଙ୍କ ଏହି ନିୟମ ମଧ୍ୟ ସେମାନଙ୍କ ଗ୍ରାହକଙ୍କ କ୍ଷେତ୍ରରେ କାର୍ଯ୍ୟକାରୀ କରାଇବାକୁ ଯାଉଥିବା ରିପୋର୍ଟରେ ପ୍ରକାଶ ପାଇଛି। ଏହି ବ୍ୟାଙ୍କଗୁଡିକ କେବେ ସୁଦ୍ଧା ଏହାକୁ ଲାଗୁ କରାଉଛନ୍ତି ତାହା ଦେଖିବାକୁ ବାକି ରହିଛି। ବ୍ୟାଙ୍କଗୁଡିକର ଏଭଳି ପଦକ୍ଷେପ ଗ୍ରାହକଙ୍କୁ ପ୍ରଭାବିତ କରିବ। କାରଣ ଫ୍ରି ଟ୍ରାଞ୍ଜାକଶନ ବାଦ ଯଦି ଜଣେ ନେଣଦେଣ କରିବେ ତେବେ ତାଙ୍କୁ ଅଧିକ ଅର୍ଥ ଗଣିବାକୁ ପଡିବ।
କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତିକୁ କଂଗ୍ରେସ ପାର୍ଟି ପକ୍ଷରୁ ସମାଲୋଚନା କରାଯାଇଛି। ଏହି ରିପୋର୍ଟ ଆସିବା ପରେ କଂଗ୍ରେସର ଜେନେରାଲ ସେକ୍ରେଟାରି ରଣଦୀପ ସିଂ ସୁର୍ଜଓ୍ବୋଲା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସରକାରଙ୍କ ଏଭଳି ପଦକ୍ଷେପ ଲୋକଙ୍କ ପାଇଁ ‘କମର ତୋଡ ତୋଫା’ ବା ଜବରଦସ୍ତ ଉପହାର ବୋଲି ସେ ମତବ୍ୟକ୍ତ କରିଛନ୍ତି।
ସୂଚନାଯୋଗ୍ୟ, ମାସକୁ ୩ଥର ଉଠାଣ କ୍ଷେତ୍ରରେ ଲୋକଙ୍କୁ କୌଣସି ଚାର୍ଜ ଲାଗିବ ନାହିଁ। ମାତ୍ର ଫ୍ରି ଉଠାଣ ସୀମା ପରେ ଟ୍ରାଞ୍ଜାକଶନ ଚାର୍ଜ ଭାବେ ଫ୍ଲାଟ ୧୫୦ ଟଙ୍କା ଗଣିବାକୁ ପଡିବ। ସେହିଭଳି ମାସରେ ୩ଥର ଜମାକୁ ଫ୍ରି କରାଯାଇଛି। ଏହା ପରେ ଜମା କରିବା ଉପରେ ପ୍ରତି ଟ୍ରାଞ୍ଜାକଶନ ପିଛା ଗ୍ରାହକଙ୍କୁ ୪୦ ଟଙ୍କା ଦେବାକୁ ପଡିବ। ଲୋକମାନେ ନିଜ ଟଙ୍କାକୁ ଜମା କିମ୍ବା ଉଠାଣ କରିବା ଉପରେ ଚାର୍ଜ ଦେବାକୁ ପଡୁଥିବା ସୁର୍ଜଓ୍ବୋଲା ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

ବ୍ରେକ୍‌ଅପ୍‌ ପରେ ପ୍ରେମିକଙ୍କ ଉପରେ ଅଜବ ପ୍ରତିଶୋଧ ନେଲେ ପ୍ରେମିକା: ଘରର ତାପମାତ୍ରା ବଢ଼ାଇ ଭାଙ୍ଗିଦେଲେ…

ଯେତେବେଳେ ହୃଦୟ ଭାଙ୍ଗିଯାଏ ବା କେହି ବିଶ୍ୱାସଘାତକତା କରି ଆଗକୁ ବଢ଼ିଯାଏ, ସେତେବେଳେ ବ୍ୟକ୍ତି ପ୍ରତିଶୋଧ ନେବା ପାଇଁ ଅଜବ ଅଜବ ଉପାୟ ସବୁ ଆପଣାଇଥାଏ। ବ୍ରିଟେନର…

୧୨ ଅକ୍ଟୋବରରୁ ୩ ରାଶି ମାଲାମାଲ! ବିଶାଖା ନକ୍ଷତ୍ରରେ ବୁଧଙ୍କ ଚଳନ, ଚମକିବ ଆପଣଙ୍କ ଭାଗ୍ୟ?

ବୈଦିକ ଜ୍ୟୋତିଷରେ ବୁଧଙ୍କୁ “ଗ୍ରହମାନଙ୍କ ରାଜକୁମାର” ବୋଲି କୁହାଯାଏ। ବୁଧ ହେଉଛନ୍ତି ବୁଦ୍ଧି, ବାଣୀ, ତର୍କ ଏବଂ ବ୍ୟବସାୟର କାରକ ଗ୍ରହ। ବର୍ତ୍ତମାନ ବୁଧ ତାଙ୍କ ମିତ୍ର…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

‘ମାତୃଭୂମି’କୁ ମିଳିଲା ଗ୍ରୀନ ସିଗ୍‌ନାଲ: ଏବେ ସଲମାନ…

ମୁମ୍ବାଇ,୩।୧୦: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଗାମୀ ୱାର୍‌-ଡ୍ରାମା ଫିଲ୍ମ ନେଇ ଆସିଛି ଖୁସି ଖବର। ଦୀର୍ଘଦିନ ଧରି ରିଲିଜକୁ ନେଇ ଚାଲିଥିବା ଅନିଶ୍ଚିତତା ମଧ୍ୟରେ ଫିଲ୍ମକୁ…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?