Posted inଖେଳ

ବାଙ୍କୁଆଳ ପ୍ରିମିୟର ଲିଗ୍‌: କେଶୁରା ଚାମ୍ପିୟନ

ପୁରୁଣା ଭୁବନେଶ୍ୱର,୨୯।୧ (ସୁବାସ ଚନ୍ଦ୍ର ପ୍ରଧାନ): ଜଗବନ୍ଧୁ ମେମୋରିଆଲ ବାଙ୍କୁଆଳ ପ୍ରିମିୟର ଲିଗ୍‌ ଉଦ୍‌ଯାପିତ ହୋଇଯାଇଛି। ଏହାର ଫାଇନାଲରେ ଯାଆଁଳା କ୍ରିକେଟ୍‌ କ୍ଲବକୁ ହରାଇ କେଶୁରା ଚାମ୍ପିୟନ ହୋଇଛି। ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଯାଆଁଳା ୧୭.୩ ଓଭରରେ ୧୩୩ ରନକରି ଅଲ୍‌ଆଉଟ ହୋଇଥିଲା। ଜବାବରେ କେଶୁରା ଦଳ ୯ ଉଇକେଟ ହରାଇ ଶେଷ ଓଭରରେ ମ୍ୟାଚ ଜିତିଥିଲା। କେଶୁରା ଦଳ ପକ୍ଷରୁ ଲୋକନାଥ ପାତ୍ର ୫ ଉଇକେଟ ସଫଳତା ପାଇବା ସହ ୩୫ରନ କରି ଅଲ୍‌ରାଉଣ୍ଡ ସଫଳତା ଅର୍ଜନ କରିଥିଲେ। ଫଳରେ ତାଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ କରାଯାଇଥିଲା। ଯାଆଁଳା ଦଳର ଅଭିମନ୍ୟୁ ସ୍ବାଇଁ ପ୍ଲେୟର ଅଫ୍‌ ଦି ସିରିଜ ପୁରସ୍କାର ପାଇଥିଲେ। ଚାମ୍ପିୟନ ଦଳକୁ ଟ୍ରଫି ସହ ୫୦,୦୦୦ ଓ ରନରଅପ୍‌ ଦଳକୁ ୩୫,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା। ବିଧାୟକ ବାବୁ ସିଂ ମୁଖ୍ୟ ଅତିଥି ଏବଂ ଧଉଳି ମଣ୍ଡଳ ଭାଜପା ସଭାପତି ସୂର୍ଯ୍ୟ ରଞ୍ଜନ ସାହୁ, ସାମାଜିକ କର୍ମୀ ବିଜୟ ପ୍ରଧାନ, ଗ୍ରାମ୍ୟ କମିଟି ସଭାପତି କବିରାଜ ସ୍ବାଇଁ, ସାମାଜିକ କର୍ମୀ କ୍ଷୀରୋଦ କୁମାର ସ୍ବାଇଁଁ, ପ୍ରଫୁଲ୍ଲ କୁମାର ସ୍ବାଇଁ, ଭାଗବତ ମୁଖୀ, ଲକ୍ଷ୍ମୀଧର ପ୍ରଧାନ, ତ୍ରୈଲୋକ୍ୟ ସ୍ବାଇଁ, ହାଡିବନ୍ଧୁ ସ୍ବାଇଁ, ଅଭିମନ୍ୟୁ ସାମନ୍ତରାୟ, ରିଲା ଭଞ୍ଜ ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri