ସମ୍ବଲପୁରରେ ପୁଣି ନିଷିଦ୍ଧ କଫ୍‌ସିରପ୍‌ ଜବତ, ୧୨ ଜଣଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର,୨୦ା୧୧: ସମ୍ବଲପୁରରେ ପୁଣି ବିପୁଳ ପରିମାଣର ନିଷିଦ୍ଧ କଫ୍‌ସିରପ ଜବତ ହୋଇଛି। ଗତ ୧୭ ତାରିଖରେ ସଦରଥାନା ପୋଲିସ ଦ୍ବାରା ୧୦୦ ମିଲିମିଟର ବିଶିଷ୍ଟ ୨୨୭୨ଟି ଓ୍ବିନ୍ସିରେକ୍ସ କଫ୍‌ସିରପ୍‌ ଜବତ ହୋଇଥିବାବେଳେ ଏ ସଂକ୍ରାନ୍ତରେ ୨୦ ଜଣଙ୍କୁ ଗିରଫ କରାଯାଇଥିଲା। ଏହାର ମାତ୍ର ୩ ଦିନ ପରେ ହୀରାକୁଦ ଥାନା ପୋଲିସ ଦ୍ୱାରା ବୁଧବାର ପୁଣି ୨୪୦୦ ନିଷିଦ୍ଧ କଫ୍‌ସିରପ୍‌ ଜବତ କରିଛି। ଏହାସହ ଏଥିରେ ସମ୍ପୃକ୍ତ ୧୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ବୁଧବାର ଅପରାହ୍ନରେ ଜିଲା ପୋଲିସ ମୁଖ୍ୟାଳୟରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍‌ଙ୍କ ଉପସ୍ଥିତିରେ ଏନେଇ ଆରକ୍ଷୀ ଅଧୀକ୍ଷକ ମୁକେଶ ଭାମୁ ସୂଚନା ଦେଇଛନ୍ତି।

ସୂଚନାନୁସାରେ, କୋଲକାତାରୁ ଭୁବନେଶ୍ବର ଦେଇ ବରଗଡ଼ ପଠାଇବା ପାଇଁ ବିପୁଳ ମାତ୍ରାରେ ନିଷିଦ୍ଧ କଫ୍‌ସିରପ୍‌ ସମ୍ବଲପୁରକୁ ଚୋରାଚାଲାଣ ହେଉଥିବା ସମ୍ପର୍କରେ ଖବର ପାଇ ହୀରାକୁଦ ଥାନା ପୋଲିସ ହୀରାକୁଦ ଭଙ୍ଗାମୁଣ୍ଡାସ୍ଥିତ ତିଓ୍ବାରୀ ଢାବାରେ ଅତର୍କିତ ଚଢ଼ାଉ କରି କଫ୍‌ସିରପ୍‌ ଜବତ କରିବା ସହ ଚୋରାଚାଲାଣରେ ସାମିଲ ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା। ସେହିପରି ନିଷିଦ୍ଧ କଫ୍‌ସିରପ୍‌ ଚୋରାଚାଲାଣରେ ବ୍ୟବହୃତ ଦୁଇଟି ପିକ୍‌ଅପ୍‌ ସହ ଗୋଟିଏ ସ୍କୁଟିକୁ ମଧ୍ୟ ପୋଲିସ ଜବତ କରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରୁ ଅଧିକାଂଶ ଅଭିଯୁକ୍ତଙ୍କ ନାମରେ ବିଭିନ୍ନ ଥାନାରେ ମାମଲା ରହିଛି। ତେବେ ସମ୍ବଲପୁରକୁ ନିଷିଦ୍ଧ କଫ୍‌ସିରପ୍‌ ଓ ସମ୍ପୂର୍ଣ୍ଣ ନିଶାମୁକ୍ତ କରିବା ଲକ୍ଷ୍ୟରେ ସମ୍ବଲପୁର ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି ବୋଲି କହିଛନ୍ତି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ୍‌। ସେ କହିଛନ୍ତି, ଏହି ଅଭିଯାନ ଆଜି ନଭେମ୍ବର ୨୦ରୁ ଆସନ୍ତା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ସମ୍ବଲପୁରରୁ ନିଶା କାରବାରର ବିଶେଷକରି ନିଷିଦ୍ଧ କଫ୍‌ସିରପ୍‌ର ମୂଳୋତ୍ପାଟନ ପାଇଁ ସମ୍ବଲପୁର ଆରକ୍ଷୀ ଅଧୀକ୍ଷକଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଦଳ ଗଠନ କରାଯାଇଛି।

ସେହିପରି ବିଭିନ୍ନ ବର୍ଗର ଲୋକଙ୍କୁ ନେଇ କମିଟି ଗଠନ କରାଯାଇ ଏନେଇ ଲୋକଙ୍କ ମଧ୍ୟରେ ସଚେତନତା ଜାଗ୍ରତ କରାଯିବ। ସେହିପରି ନିଶା କାରବାରରେ ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୋଧରେ ମଧ୍ୟ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ତେବେ ସମ୍ବଲପୁରକୁ ସମ୍ପୂର୍ଣ୍ଣ ନିଶାମୁକ୍ତ କରିବା ପାଇଁ ପୋଲିସ ପକ୍ଷରୁ ଆରମ୍ଭ ହୋଇଥିବା ଡ୍ରଗ୍ସ ନିବାରଣ ସ୍ବତନ୍ତ୍ର ଅଭିଯାନର ସଫଳତାରେ ସମସ୍ତଙ୍କ ସହଯୋଗ ଲୋଡ଼ା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri