ସରିଥିଲା ବ୍ୟାନର, ପୋଷ୍ଟର ଛପା : ରାତାରାତି ବଦଳିଗଲା ନିର୍ବାଚନୀ ଚିହ୍ନ

ବରଗଡ଼ ଅଫିସ୍‌,୨୮।୧: ପଞ୍ଚାୟତ ଭୋଟ୍‌କୁ ନେଇ ବରଗଡ଼ ଜିଲାରେ ଘଡ଼ିକେ ଘୋଡ଼ା ଛୁଟୁଛି। ଜିଲାର ଅମ୍ବାଭୋନା ବ୍ଲକର ଜିଲା ପରିଷଦ ଜୋନ-୨ରୁ କଂଗ୍ରେସ ଓ ଭାଜପା ପ୍ରାର୍ଥିନୀ ନାମାଙ୍କନ ପ୍ରତ୍ୟାହାର କରିବା ପରେ ସହଜରେ ବିଜେଡ଼ି ଏହି ଆସନକୁ ହାତେଇ ପାରିଛି ଏବଂ ଏହି ଆସନରୁ ରାଜ୍ୟରେ ପଞ୍ଚାୟତ ଭୋଟ୍‌ରେ ବିଜେଡ଼ି ଖାତା ଖୋଲିଛି। ଏହି ଘଟଣାକୁ ନେଇ ଚର୍ଚ୍ଚା ଥମି ନ ଥିବାବେଳେ ଉକ୍ତ ବ୍ଲକ ଅନ୍ତର୍ଗତ ଲଖନପୁର ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀ ସୀମାନ୍ତ କୁମାର ସାହୁଙ୍କ ନିର୍ବାଚନୀ ଚିହ୍ନ ରାତାରାତି ବଦଳିଯିବା ଏବେ ଆଲୋଚନାର ବିଷୟ ହୋଇଛି। ଏ ନେଇ ଶୁକ୍ରବାର ସରପଞ୍ଚ ପ୍ରାର୍ଥୀ ସୀମାନ୍ତ ବରଗଡ଼ ଉପଜିଲାପାଳ ଶୁଭେନ୍ଦ୍ର କୁମାର ସାମଲଙ୍କ ନିକଟରେ ଫେରାଦ ହୋଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏହାର ବିଧିବଦ୍ଧ ତଦନ୍ତ କରିବାକୁ ସେ ନିବେଦନ କରିଛନ୍ତି।
ପ୍ରକାଶ ଯେ, ଲଖନପୁର ପଞ୍ଚାୟତର ସରପଞ୍ଚ ଆସନ ପାଇଁ ୫ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ଗତ ୨୫ତାରିଖରେ ପ୍ରଥମେ ପ୍ରକାଶିତ ସରପଞ୍ଚ ପ୍ରାର୍ଥୀଙ୍କ ନିର୍ବାଚନୀ ଚିହ୍ନ ତାଲିକାରେ ପ୍ରାର୍ଥୀ ସୀମାନ୍ତଙ୍କୁ ଖୋଲାଛତା ଚିହ୍ନ ମିଳିଥିଲା ଏବଂ ସେ ନେଇ ପଞ୍ଚାୟତ ନୋଟିସ ବୋର୍ଡ଼ରେ ମଧ୍ୟ ଉଲ୍ଲେଖ ରହିଥିବା ସୀମାନ୍ତ କହିଛନ୍ତି। ଏହାପରେ ସେ ସେହି ଚିହ୍ନକୁ ନେଇ ବ୍ୟାନର, ପୋଷ୍ଟର ଛାପିଥିବାବେଳେ ତାଙ୍କ ସମର୍ଥକଙ୍କୁ ଖୋଲାଛତାରେ ପ୍ରଚାର କରିବାକୁ କହିଥିବା ସୀମାନ୍ତ ପ୍ରକାଶ କରିଛନ୍ତି। ପରବର୍ତ୍ତୀ ସମୟରେ ତାହା ପରିବର୍ତ୍ତନ କରାଯାଇ ଅନ୍ୟ ଏକ ତାଲିକାରେ ସୀମାନ୍ତଙ୍କୁ ଲଙ୍ଗଳ ଚିହ୍ନ ମିଳିଥିବା ନେଇ ଉଲ୍ଲେଖ ରହିଛି ଏବଂ ଏହାକୁ ନେଇ ତାଙ୍କ ସମର୍ଥକ ତଥା ଭୋଟରମାନେ ଦ୍ୱନ୍ଦ୍ୱରେ ପଡ଼ିଥିବା ସେ କହିଛନ୍ତି। ଏ ଦିଗରେ ବିହିତ ପଦକ୍ଷେପ ନେବାକୁ ସେ ଉପଜିଲାପାଳଙ୍କୁ ନିବେଦନ କରିଛନ୍ତି। ଏହି ପଞ୍ଚାୟତର ଅନ୍ୟ ୨ପ୍ରାର୍ଥୀଙ୍କ ନିର୍ବାଚନୀ ଚିହ୍ନ ବଦଳିଥିବା ସୂଚନା ମିଳିଛି । ଏ ସମ୍ପର୍କରେ ବିଧିବଦ୍ଧ ତଦନ୍ତ କରି ବିହିତ ପଦକ୍ଷେପ ନିଆଯିବ ବୋଲି ଅତିରିକ୍ତ ଜିଲାପାଳ ମିର୍ଦ୍ଧା ଟପ୍ପୋ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?