ସ୍କୁଲରେ ମୋବାଇଲ ବ୍ୟବହାର ବନ୍ଦ: ନେଦରଲାଣ୍ଡ ସରକାରଙ୍କ ନିଷ୍ପତ୍ତି…

ଆମଷ୍ଟରଡାମ,୫।୭ : ନେଦରଲାଣ୍ଡ ସରକାର ଆସନ୍ତା ବର୍ଷ ସୁଦ୍ଧା ବିଦ୍ୟାଳୟରେ ମୋବାଇଲ ଫୋନ, ଟାବଲେଟ ଏବଂ ସ୍ମାର୍ଟ ୱାଚ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ ଯାଉଛନ୍ତି। ସରକାରଙ୍କ ଅନୁସାରେ ଏହି ଜିନିଷଗୁଡିକ ଛାତ୍ରମାନଙ୍କ ଅଧ୍ୟୟନରେ ବାଧା ସୃଷ୍ଟି କରୁଛି, ଯେଉଁଥିପାଇଁ ସେସବୁକୁ ବାରଣ କରିବାକୁ ନିଷ୍ପତ୍ତି ନିଆଯାଇଛି ।

ଏହି ପ୍ରସଙ୍ଗରେ ଅଭିଭାବକ ଏବଂ ଶିକ୍ଷକଙ୍କ ସହମତି ନେବାକୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ଅଧ୍ୟୟନ ସମୟରେ ମୋବାଇଲ ଫୋନର ବ୍ୟବହାର ପିଲାମାନଙ୍କ ଉପରେ କ୍ଷତିକାରକ ପ୍ରଭାବ ପକାଇଥାଏ ଏବଂ ଏହାର ପରିଣାମ ଦ୍ରୁତ ଗତିରେ ବଢୁଛି ବୋଲି ନେଦରଲାଣ୍ଡ ସରକାର କହିଛନ୍ତି। ଏହି ଉପକରଣଗୁଡ଼ିକ ଯୋଗୁ, ଛାତ୍ରମାନେ ଏକାଗ୍ର ହେବାରେ ସକ୍ଷମ ନୁହଁନ୍ତି, ଯାହାକି ସେମାନଙ୍କର କାର୍ଯ୍ୟଦକ୍ଷତାକୁ ସିଧାସଳଖ ପ୍ରଭାବିତ କରୁଛି। ଏହି କାରଣରୁ, ୧ ଜାନୁଆରୀ ୨୦୨୪ ରୁ ମୋବାଇଲ ଫୋନ, ସ୍ମାର୍ଟ ୱାଚ ଏବଂ ଟାବଲେଟ ସ୍କୁଲରେ ଅନୁମତି ଦିଆଯିବ ନାହିଁ। ଅଭିଭାବକ ଓ ଶିକ୍ଷକମାନଙ୍କୁ ଏହି ପ୍ରସଙ୍ଗରେ ସହମତ ହେବାକୁ ସରକାର ଅକ୍ଟୋବର ପର୍ଯ୍ୟନ୍ତ ସମୟ ଦେଇଛନ୍ତି।

ଏହି ନିଷ୍ପତ୍ତି ସାଂସ୍କୃତିକ ପରିବର୍ତ୍ତନ ଆଣିବ ବୋଲି ଡଚ ଶିକ୍ଷା ମନ୍ତ୍ରୀ ରବର୍ଟ ଡିକଗ୍ରାଫ କହିଛନ୍ତି। ଏହାପୂର୍ବରୁ ୨୦୧୮ରେ, ଫ୍ରାନ୍ସ ପ୍ରାଥମିକ ତଥା ମଧ୍ୟମ ବିଦ୍ୟାଳୟରେ ମୋବାଇଲ ବ୍ୟବହାର ଉପରେ ରୋକ ଲଗାଇଥିଲା। ବ୍ରିଟେନ ମଧ୍ୟ ଏଭଳି ପ୍ରତିବନ୍ଧକକୁ ଯଥାର୍ଥତା ଦେଇଥିଲା। ବ୍ରିଟେନ ଶିକ୍ଷା ମନ୍ତ୍ରୀ କହିଥିଲେ ଅଧିକାଂଶ ବିଦ୍ୟାଳୟରେ ମୋବାଇଲ ଫୋନ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri