ବାଣପୁର ଆଇଆଇସିଙ୍କୁ ତଦନ୍ତ ନିର୍ଦ୍ଦେଶ

କଟକ ଅଫିସ,୨୪ା୪: ଏକ ପରିବାରକୁ ବାସନ୍ଦ କରାଯାଇଥିବା ନେଇ ପୋଲିସର ନିଷ୍କ୍ରିୟତା ବିରୋଧରେ ଆଗତ ମାମଲାରେ ବାଣପୁର ଥାନା ଆଇଆଇସିଙ୍କୁ ହାଇକୋର୍ଟ ଉପଯୁକ୍ତ ତଦନ୍ତ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ବିଚାରପତି ଏସ୍‌. କେ. ପାଣିଗ୍ରାହୀ ମାମଲାର ଶୁଣାଣି କରି ଅଭିଯୁକ୍ତମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେବା ସହ ମାମଲାର ଅନ୍ତ ଘଟାଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ପ୍ରତାପ ଗ୍ରାମର ବାସନ୍ତୀ ବେହେରାଙ୍କୁ କେତେଜଣ ବ୍ୟକ୍ତି ଗ୍ରାମରୁ ବାସନ୍ଦ କରିଥିବା ନେଇ ସେ ଥାନାରେ ଅଭିଯୋଗ କରିଥିଲେ। ପୂର୍ବରୁ ହାଇକୋର୍ଟରେ ଅପରପକ୍ଷଙ୍କ ବିରୋଧରେ ବାସନ୍ତୀ କରିଥିବା ମାମଲା ବିଚାରାଧୀନ ରହିଛି। ହେଲେ ଅପରପକ୍ଷ କେସ୍‌ ଉଠାଇନେବାକୁ ବାସନ୍ତୀଙ୍କ ସ୍ବାମୀଙ୍କୁ କହିଥିଲେ। କେସ୍‌ ନ ଉଠାଇଲେ ଜୀବନରୁ ମାରିଦେବା ପାଇଁ ସେମାନେ ଧମକ ଦେଇଥିଲେ। କଙ୍ଗାରୁ କୋର୍ଟ ବସି ତାଙ୍କ ଉପରେ ମୋଟାଅଙ୍କର ଜରିମାନା କରି ଗ୍ରାମରୁ ବାସନ୍ଦ କରିଥିଲେ। ଗ୍ରାମର ଲୋକମାନେ କେହି ତାଙ୍କ ପରିବାରକୁ ସହଯୋଗ ନ କରିବାକୁ ମଧ୍ୟ ହୁଇପ୍‌ ଜାରି କରିଥିଲେ। ଏହାଦ୍ୱାରା ବାସନ୍ତୀଙ୍କ ପରିବାର ଗ୍ରାମରେ ଶାନ୍ତିରେ ରହିପାରୁ ନ ଥିବାରୁ ସେ ବାଣପୁର ଥାନାରେ ଲିଖିତ ଭାବେ ଜଣାଇଥିଲେ। ହେଲେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ଫଳରେ ସେ ପୁନର୍ବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ବାଣପୁର ଥାନା ଆଇଆଇସିଙ୍କୁ ଘଟଣାର ତଦନ୍ତ କରି ଅଭିଯୁକ୍ତମାନଙ୍କୁ ଗିରଫ କରିବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ନିବେଦନ କରିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଜୟଦେବ ବେହେରା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

Video: ଶାହରୁଖ ଖାନଙ୍କ କ୍ରିକେଟ ଷ୍ଟାଡିୟମ! ଅଲିମ୍ପିକ୍ସ ସମୟରେ ଏହି ସ୍ଥାନରେ ଖେଳାଯିବ ମ୍ୟାଚ, ପୂଜାରୀଙ୍କୁ ଡାକି ହେଲା ପୂଜା

ନୂଆଦିଲ୍ଲୀ,୨।୭: ୧୨୮ ବର୍ଷର ଲମ୍ବା ଅପେକ୍ଷା ପରେ ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ପୁନରାଗମନ କରୁଛି, ଏବଂ ପ୍ରଶଂସକମାନେ ଏହାକୁ ନେଇ ଅତ୍ୟନ୍ତ ଉତ୍ସାହିତ। ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri