ବାଣପୁର ହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବାଣପୁର,୧୨।୫(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ଭୀମପୁର ହରିଜନ ସାହି ଗାଁ ଦାଣ୍ଡରେ ବିଭତ୍ସ ହତ୍ୟା ଘଟଣାରେ ବାଣପୁର ପୋଲିସ ଶୁକ୍ରବାର ଜଣଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି। ସୂଚନା ମୁତାବକ, ଗୁରୁବାର ବାଣପୁର ଭୀମପୁର ହରିଜନ ସାହିର ଦୁଇ ଭାଇ ରବିନ୍ଦ୍ର ନାଥ ନାୟକ ଓ ସାନ ଭାଇ ସୋମନାଥ ନାୟକ ନିଜ ଦାଣ୍ଡ ଦୁଆରେ ବସି କଥାବାର୍ତ୍ତା ହେଉଥିବା ବେଳେ ହଠାତ୍‌ ସେହି ଗ୍ରାମର ବସନ୍ତ ନାୟକ ଓରଫ କେଳୁ ଧାରୁଆ ଅସ୍ତ୍ରରେ ଦୁଇ ଭାଇଙ୍କୁ ମରଣାତ୍ମକ ଆକ୍ରମଣ କରିଥିଲେ। ଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ବଡ ଭାଇ ରବିନ୍ଦ୍ର ନାଥ ନାୟକଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ବାଣପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି କେସ ନମ୍ବର ୧୭୯/୨୨ରେ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଜାରି କରିଥିଲା। ଶୁକ୍ରବାର ଭୀମପୁର ହରିଜନ ସାହିର ଅଭିଯୁକ୍ତ ବସନ୍ତ ନାୟକ ଓରଫ କେଳୁ ନାୟକଙ୍କୁ ଗିରଫ କରିବା ସହିତ ତାଙ୍କ ବିରୋଧରେ ଆଇପିସି କେସ ନମ୍ବର ୧୪୭/୧୪୮/୩୪୧/୨୯୪/୩୨୩ / ୩୦୭/୩୦୨/୧୦୯/୧୪୯ରେ ମାମଲା ରୁଜୁ କରି ବାଣପୁର ଜେଏମଏଫସି କୋର୍ଟକୁ ପଠେଇ ଥିବାର ବାଣପୁର ଥାନାଧିକାରୀ ଜୟ ପ୍ରକାଶ ପରିଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri