୧ରୁ ବଟାନିକାଲ ଗାର୍ଡେନରେ ବଣଭୋଜି

ବାରଙ୍ଗ, ୨୭।୧୧ (ଡି.ଏନ୍‌.ଏ.): ଶୀତ ସହ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ରାଜ୍ୟର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ପର୍ଯ୍ୟଟକ ଯିବା ଆରମ୍ଭ ହୋଇଗଲାଣି। ଏହି ପରିପ୍ରେକ୍ଷୀରେ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନରେ ପର୍ଯ୍ୟଟକଙ୍କ ସଂଖ୍ୟା ଧୀରେ ଧୀରେ ବଢିବାକୁ ଲାଗିଛି। ଉଭୟ ପାର୍କ ଅଗଷ୍ଟ ୩ରେ ଖୋଲିଥିବା ବେଳେ ଏହାଭିତରେ ନନ୍ଦନକାନନରେ ପର୍ଯ୍ୟଟକମାନଙ୍କ ସଂଖ୍ୟା ୫ଲକ୍ଷ ଟପିଲାଣି। ଏବେ ପର୍ଯ୍ୟଟନ ଋତୁ ଚାଲୁଥିବାରୁ ପର୍ଯ୍ୟଟକମାନଙ୍କୁ ଅଧିକ ଆକୃଷ୍ଟ କରିବା ପାଇଁ ବଟାନିକାଲ ଗାର୍ଡେନରେ ବଣଭୋଜି କରିବାର ବ୍ୟବସ୍ଥା କରାଯାଇଛି। ଡିସେମ୍ବର ୫ ତାରିଖଠାରୁ ପର୍ଯ୍ୟଟକ ଏଠାରେ ବଣଭୋଜି କରିପାରିବେ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ଶୁକ୍ରବାର ସୂଚନା ଦେଇଛନ୍ତି। ପାଖାପାଖି ୩ମାସର ବ୍ୟବଧାନ ପରେ ବଟାନିକାଲ ଗାର୍ଡେନରେ ବଣଭୋଜିର ମଜା ଉଠାଇବାକୁ ଯାଉଛନ୍ତି ପର୍ଯ୍ୟଟକ। ଏଥିପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ଉଚ୍ଚ ପଦାଧିକାରୀ ଏଥିପାଇଁ ନନ୍ଦନକାନନକୁ ସ୍ବୀକୃତି ପ୍ରଦାନ କରିଛନ୍ତି। ତେବେ ପ୍ରାଥମିକ ପର୍ଯ୍ୟାୟରେ ଛୋଟ ଛୋଟ ଗ୍ରୁପକୁ ବଣଭୋଜି କରିବା ପାଇଁ ସୁଯୋଗ ଦିଆଯିବ ବୋଲି କର୍ତ୍ତୃପକ୍ଷ କହିଛନ୍ତି। ବଟାନିକାଲ ଗାର୍ଡେନରେ ବଣଭୋଜି କରିବା ପାଇଁ ପର୍ଯ୍ୟଟକଙ୍କ ବିଶେଷଭାବେ ଆଗ୍ରହ ରହିଥାଏ। ପୂର୍ବରୁ ବଟାନିକାଲ ଗାର୍ଡେନକୁ ନନ୍ଦନକାନନ କର୍ତ୍ତୃପକ୍ଷ ଖୋଲିଥିଲେ ମଧ୍ୟ ବଣଭୋଜି ପାଇଁ ଅନୁମତି ଦେଇ ନ ଥିଲେ। ଏବେ ଡିସେମ୍ବର୧ରୁ ବଣଭୋଜିର ସୁବିଧା ପର୍ଯ୍ୟଟକମାନେ ପାଇପାରିବା ସହ ପ୍ରାଥମିକ ପର୍ଯ୍ୟାୟରେ ସୀମିତ ସଂଖ୍ୟାରେ ଲୋକଙ୍କୁ ନେଇ (୨୦ରୁ ୩୦) ବଣଭୋଜି କରିବାକୁ ଅନୁମତି ମିଳିଛି। ଏଥିନିମନ୍ତେ ପର୍ଯ୍ୟଟକମାନେ ସେମାନେ ଅନ୍‌ଲାଇନରେ ପିଣ୍ଡି ବୁକିଂ କରିପାରିବେ ବୋଲି ଭୁବନେଶ୍ୱର ଆଞ୍ଚଳିକ ବନ ସଂରକ୍ଷକ ତଥା ନନ୍ଦନକାନନ ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri