୧ରୁ ବଟାନିକାଲ ଗାର୍ଡେନରେ ବଣଭୋଜି

ବାରଙ୍ଗ, ୨୭।୧୧ (ଡି.ଏନ୍‌.ଏ.): ଶୀତ ସହ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ରାଜ୍ୟର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ପର୍ଯ୍ୟଟକ ଯିବା ଆରମ୍ଭ ହୋଇଗଲାଣି। ଏହି ପରିପ୍ରେକ୍ଷୀରେ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନରେ ପର୍ଯ୍ୟଟକଙ୍କ ସଂଖ୍ୟା ଧୀରେ ଧୀରେ ବଢିବାକୁ ଲାଗିଛି। ଉଭୟ ପାର୍କ ଅଗଷ୍ଟ ୩ରେ ଖୋଲିଥିବା ବେଳେ ଏହାଭିତରେ ନନ୍ଦନକାନନରେ ପର୍ଯ୍ୟଟକମାନଙ୍କ ସଂଖ୍ୟା ୫ଲକ୍ଷ ଟପିଲାଣି। ଏବେ ପର୍ଯ୍ୟଟନ ଋତୁ ଚାଲୁଥିବାରୁ ପର୍ଯ୍ୟଟକମାନଙ୍କୁ ଅଧିକ ଆକୃଷ୍ଟ କରିବା ପାଇଁ ବଟାନିକାଲ ଗାର୍ଡେନରେ ବଣଭୋଜି କରିବାର ବ୍ୟବସ୍ଥା କରାଯାଇଛି। ଡିସେମ୍ବର ୫ ତାରିଖଠାରୁ ପର୍ଯ୍ୟଟକ ଏଠାରେ ବଣଭୋଜି କରିପାରିବେ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ ଶୁକ୍ରବାର ସୂଚନା ଦେଇଛନ୍ତି। ପାଖାପାଖି ୩ମାସର ବ୍ୟବଧାନ ପରେ ବଟାନିକାଲ ଗାର୍ଡେନରେ ବଣଭୋଜିର ମଜା ଉଠାଇବାକୁ ଯାଉଛନ୍ତି ପର୍ଯ୍ୟଟକ। ଏଥିପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ଉଚ୍ଚ ପଦାଧିକାରୀ ଏଥିପାଇଁ ନନ୍ଦନକାନନକୁ ସ୍ବୀକୃତି ପ୍ରଦାନ କରିଛନ୍ତି। ତେବେ ପ୍ରାଥମିକ ପର୍ଯ୍ୟାୟରେ ଛୋଟ ଛୋଟ ଗ୍ରୁପକୁ ବଣଭୋଜି କରିବା ପାଇଁ ସୁଯୋଗ ଦିଆଯିବ ବୋଲି କର୍ତ୍ତୃପକ୍ଷ କହିଛନ୍ତି। ବଟାନିକାଲ ଗାର୍ଡେନରେ ବଣଭୋଜି କରିବା ପାଇଁ ପର୍ଯ୍ୟଟକଙ୍କ ବିଶେଷଭାବେ ଆଗ୍ରହ ରହିଥାଏ। ପୂର୍ବରୁ ବଟାନିକାଲ ଗାର୍ଡେନକୁ ନନ୍ଦନକାନନ କର୍ତ୍ତୃପକ୍ଷ ଖୋଲିଥିଲେ ମଧ୍ୟ ବଣଭୋଜି ପାଇଁ ଅନୁମତି ଦେଇ ନ ଥିଲେ। ଏବେ ଡିସେମ୍ବର୧ରୁ ବଣଭୋଜିର ସୁବିଧା ପର୍ଯ୍ୟଟକମାନେ ପାଇପାରିବା ସହ ପ୍ରାଥମିକ ପର୍ଯ୍ୟାୟରେ ସୀମିତ ସଂଖ୍ୟାରେ ଲୋକଙ୍କୁ ନେଇ (୨୦ରୁ ୩୦) ବଣଭୋଜି କରିବାକୁ ଅନୁମତି ମିଳିଛି। ଏଥିନିମନ୍ତେ ପର୍ଯ୍ୟଟକମାନେ ସେମାନେ ଅନ୍‌ଲାଇନରେ ପିଣ୍ଡି ବୁକିଂ କରିପାରିବେ ବୋଲି ଭୁବନେଶ୍ୱର ଆଞ୍ଚଳିକ ବନ ସଂରକ୍ଷକ ତଥା ନନ୍ଦନକାନନ ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri