ବିପଦ ସଙ୍କେତ ଉପରେ ବଂଶଧାରା, ବନ୍ୟା ଆଶଙ୍କା

ପାରଳାଖେମୁଣ୍ଡି/ଆର. ଉଦୟଗିରି/କାଶୀନଗର, ୧୫ା୮(ଡି.ଏନ୍‌.ଏ): ଗଜପତି ଜିଲା କାଶୀନାଗରଠାରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବଂଶଧାରା ନଦୀ ଜଳ। ରବିବାର ରାତି ୯ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୫୪.୯୧ ମି.ରେ ପହଞ୍ଚତ୍ଛି। ଏଠାରେ ବିପଦ ସଂକେତ ୫୫.୭୫ମି. ଥିବାବେଳେ ଉପର ମୁଣ୍ଡରେ ବର୍ଷାର ପରିମାଣ ଅଧିକ ହେଲେ ଜଳସ୍ତର ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ଜଳସ୍ତରକୁ ନଜରରେ ରଖି ଗୋଟା ବ୍ୟାରେଜର ସମସ୍ତ ୨୨ଟି ଗେଟ ଖୋଲାଯାଇଛି। ଯଦି ବର୍ଷାର ପରିମାଣ ବୃଦ୍ଧିପାଏ କିମ୍ବା ଉପରେ ମୁଣ୍ଡରେ ବର୍ଷା ଲାଗିରହେ ତା’ହେଲେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ସମେତ ୧୧ ପଞ୍ଚାୟତ ଓ ରାୟଗଡ଼ା ଜିଲାର ଗୁଣୁପୁର ସବ୍‌ଡିଭିଜନ ପ୍ରଭାବିତ ହେବା ଆଶଙ୍କା ରହିଛି । ତଳି ଅଞ୍ଚଳରେ ଏନେଇ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଜାରି କରାଯାଇଛି। ସମସ୍ତ ବ୍ଲକରେ ତହସିଲଦାର ଓ ବିଡିଓମାନଙ୍କୁ ସଜାଗ କରାଯାଇଛି। ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଖୋଲାଯାଇଛି। ଯେ କୌଣସି ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରଶାସନ ସଜାଗ ରହିଛି ବୋଲି କହିଛନ୍ତି ଅତିରିକ୍ତ ଜିଲାପାଳ ସଂଗ୍ରାମ ଶେଖର ପଣ୍ଡା। ପାରଳାଖେମୁଣ୍ଡି ସହର ସମେତ ଆର.ଉଦୟଗିରି, ରାୟଗଡ, ମୋହନା, ନୂଆଗଡ, ଗୋଷାଣୀ, କାଶୀନଗର ଓ ଗୁମ୍ମା ବ୍ଲକ ଅଞ୍ଚଳରେ ବର୍ଷା ଲାଗିରହିଛି। ଜିଲାରେ ରବିବାର ମୋଟ ୪୧୦.୮୦ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ହାରାହାରି ୫୧.୩୫ମିମି ବର୍ଷା ହୋଇଥିବା ଜିଲା ଜରୁରିକାଳୀନ ବିଭାଗ ପକ୍ଷରୁ ଜଣାଯାଇଛି । କାଶୀନଗର ବ୍ଲକରେ ୨୦ ମିମି, ପାରଳାଖେମୁଣ୍ଡି ସହରରେ ୨୨ ମିମି, ରାୟଗଡ ବ୍ଲକରେ ୫୮ମିମି, ଗୁମ୍ମା ବ୍ଲକରେ ୫୩ ମିମି, ନୂଆଗଡ ବ୍ଲକରେ ୭୦.୨୦ମିମି, ଆର୍‌.ଉଦୟଗିରି ବ୍ଲକରେ ୧୦୪ ମିମି, ମୋହନା ବ୍ଲକରେ ୩୯.୬ମିମି, ଗୋଷାଣୀ ବ୍ଲକରେ ୪୪ ମିମି ଏପରି ଭାବେ ମୋଟ ୪୧୦.୮୦ମିମି ବର୍ଷା ହୋଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ବାପା-ଝିଅ ଯାଉଥିଲେ, ଜଳିଗଲା ବ୍ୟାଟେରୀ ସ୍କୁଟି

କେନ୍ଦୁଝର,୧୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର-ଗୋବର୍ଦ୍ଧନ ମଝିରେ ଥିବା ପେଟ୍ରୋଲପମ୍ପ ଓ ଇଟାଫେକ୍ଟ୍ରି ନିକଟରେ ଏକ(ଓଡି-୩୩-ଏ ଏଫ-୯୯୭୪)ଓକିନାୱା ନାମକ ବ୍ୟାଟେରୀ...

ନିର୍ବାଚନ ପୂର୍ବରୁ ଝଟ୍‌କା: ବିଜେଡି ଛାଡ଼ିଲେ ପୂର୍ବତନ ପୌରାଧ୍ୟକ୍ଷ

ଝାରସୁଗୁଡ଼ା,୧୮ା୪(ସଞ୍ଜୟ ମାଲି): ଝାରସୁଗୁଡ଼ା ଜିଲା ବେଲପାହାଡ଼ ଟାଉନ ବିଜେଡି ସଭାପତି ତଥା ବେଲପାହାଡ଼ ପୌର ପରିଷଦ ପୂର୍ବତନ ଅଧ୍ୟକ୍ଷ କୈଳାସ ନାଏକ ବିଜେଡି ଛାଡିଥିବା ନେଇ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri