ଆଦର୍ଶ ଆଇନଜୀବୀ ଭାବେ ପରିଚିତ ଥିଲେ ବଂଶୀଧର, ଆଜି ତାଙ୍କୁ ଝୁରୁଛି ଓକିଲ ସଂଘ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟ ବରିଷ୍ଠ ଆଇନଜୀବୀ ବଂଶୀଧର ପାଳଙ୍କ ଭୁବନେଶରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି। ଗତ ୧୯୪୯ ଜୁନ୍‌ ୨୮ରେ ଜନ୍ମଗ୍ରହଣ କରିଥିବା ବଂଶୀଧର ବ୍ରହ୍ମପୁରରେ ଓକିଲାତି କରୁଥିଲେ। ସେ ତାଙ୍କର ପେସାକୁ ସେବା ଭାବରେ ଗ୍ରହଣ କରି ଜଣେ ଆଦର୍ଶ ଆଇନଜୀବୀ ଭାବେ ବେଶ ପରିଚିତ ଥିଲେ। ସେ ଦିଗପହଣ୍ଡି କୋର୍ଟକୁ ମଧ୍ୟ ଆସି ତାଙ୍କ ମହକିଲମାନଙ୍କ ପାଇଁ ମୋକଦ୍ଦମା ଲଢୁୁଥିଲେ। ତାଙ୍କ ଆକସ୍ମିକ ବିୟୋଗରେ ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ବୁଧବାର ମଧ୍ୟାହ୍ନରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା। ସଂଘର ସମ୍ପାଦକ ସନ୍ତୋଷ କୁମାର ସାହୁ, ପୂର୍ବତନ ସଭାପତି ସୂର୍ଯ୍ୟ ନାରାୟଣ ସାହୁ, ରସାନନ୍ଦ ରାଉତ, ଚନ୍ଦ୍ରଧ୍ବଜ ସିଂହ, ରବୀନ୍ଦ୍ର ନାଥ ପାଣିଗ୍ରାହୀ, ରତ୍ନାକର ମେକାପ, ହରପ୍ରସାଦ ରଥ, ରବୀନ୍ଦ୍ର ସାହୁ,ରଞ୍ଜନ କୁମାର ବେହେରା, ସରକାରୀ ଓକିଲ ପରେଶ ଚନ୍ଦ୍ର ରଥ, ହେମନ୍ତ କୁମାର ପାଣିଗ୍ରାହୀ, ସୀମାଞ୍ଚଳ ପ୍ରଧାନ ଙ୍କ ସମେତ ପ୍ରଦୀପ କୁମାର ନାୟକ, ନୀଳମାଧବ ରଥ, କିଶୋର ଚନ୍ଦ୍ର ଗୌଡ଼, ଅକ୍ଷୟ କୁମାର ମହାନ୍ତି, ସଚିକାନ୍ତ ରଥ ପ୍ରମୁଖ ବହୁ ଆଇନଜୀବୀ ଉପସ୍ଥିତ ରହି ତାଙ୍କ ସ୍ମୃତିଚାରଣ କରିବା ସହ ଅମର ଆତ୍ମାର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୨ ବର୍ଷ ପରେ ଜୀବିତ ମିଳିଲେ ଶକୁନ୍ତଳା! ଯାହାଙ୍କ ମୃତ୍ୟୁକୁ ନେଇ ସ୍ବାମୀ-ଶ୍ୱଶୁରଙ୍କ ନାଁରେ ହୋଇଥିଲା କେସ୍

ପାଟନା,୧୬ା୯: ବିହାରର ୧୨ ବର୍ଷ ପୁରୁଣା ଏକ ହତ୍ୟା ମାମଲାରେ ଆସିଛି ଚାଞ୍ଚଲ୍ୟକର ମୋଡ଼ । ୨୦୧୪ରେ ନିଖୋଜ ହୋଇଥିବା ଶକୁନ୍ତଳା ଦେବୀଙ୍କୁ ମୃତ ଭାବି ତାଙ୍କ…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍‌ ପାଇଁ ଲାଗୁଥିବା…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ଶ୍ରୀଦେବୀଙ୍କ ସମ୍ପତ୍ତିକୁ ନେଇ ଉଠିଲାଣି ବିବାଦ; ସୁପ୍ରିମକୋର୍ଟ ଦେଲେ ଏମିତି ପରାମର୍ଶ

ନୂଆଦିଲ୍ଲୀ,୧୬।୯: ସୁପ୍ରିମକୋର୍ଟ ବଲିଉଡର ସ୍ବର୍ଗତ ଅଭିନେତ୍ରୀ ଶ୍ରୀଦେବୀଙ୍କ ପାରିବାରିକ ସମ୍ପତ୍ତି ସହ ଜଡ଼ିତ ବିବାଦର ସମାଧାନ ପାରସ୍ପରିକ ଆଲୋଚନା ମାଧ୍ୟମରେ କରିବାକୁ ପରାମର୍ଶ ଦେଇଛନ୍ତି। ଚେନ୍ନାଇର ଶୋଲିଙ୍ଗାନାଲୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?