Posted inଜାତୀୟ

ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଝିଅ ବାଂସୁରୀ: ଲେଖିଲେ ଭାବପ୍ରବଣ ପୋଷ୍ଟ

ନୂଆଦିଲ୍ଲୀ,୬।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ଆଜି ପୂଣ୍ୟତିଥି। ଏହି ଅବସରରେ ସୁଷମା ସ୍ବରାଜଙ୍କ ଝିଅ ବାଂସୁରୀ ସ୍ବରାଜ ତାଙ୍କୁ ମନେପକାଇଛନ୍ତି। ଏଥିସହ ସେ ଏକ ଭାବପ୍ରବଣ ପୋଷ୍ଟ ଟୁଇଟ କରିଛନ୍ତି। ମା’ ସୁଷମାଙ୍କ ଏକ ଫଟୋ ଶେୟାର କରି ବାଂସୁରୀ କ୍ୟାପସନ୍‌ରେ ଲେଖିଛନ୍ତି, ଆଜି ବି ମା’ ତମେ ମୋର ଶକ୍ତି ହୋଇ ଶିରାପ୍ରଶିରାରେ ପ୍ରବାହିତ ହେଉଛ। ତୁମର ବିବେକ ମୋ ନିଷ୍ପତ୍ତି ସହ ଜଡିତ ଏବଂ ତୁମର ଆଦର୍ଶ ମୋ ଜୀବନ ପଥକୁ ପ୍ରଜ୍ୱଳିତ କରୁଛି। ହେ କୃଷ୍ଣ, ତୁମେ ତ ମୋଠୁଁ ମା’ଙ୍କୁ ଚୋରାଇନେଲ ଏବେ ତାଙ୍କୁ ସାଇତି ରଖିବ ବୋଲି ବାଂସୁରୀ ଉକ୍ତ ପୋଷ୍ଟରେ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୯ରେ ୬୭ ବର୍ଷ ବୟସରେ ହୃଦଘାତ ଯୋଗୁ ପୂର୍ବତନ ବର୍ହିବ୍ୟାପାରମନ୍ତ୍ରୀ ସୁଷମା ସ୍ବରାଜଙ୍କ ଦେହାନ୍ତ ହେଇଥିଲା। ସୁଷମା ହରିୟାଣାଠାରୁ ନିଜର ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ। ୧୯୭୭ ରେ ପ୍ରଥମ ଥର ପାଇଁ ହରିୟାଣା ବିଧାନସଭା ନିର୍ବାଚନରେ ଜିତିଥିଲେ। ୨୫ ବର୍ଷ ବୟସରେ ସେ ଚୌଧୁରୀ ଦେବୀ ଲାଲ ସରକାରରେ ରାଜ୍ୟର ଶ୍ରମମନ୍ତ୍ରୀ ହୋଇଥିଲେ। ଏଥିସହ ହରିୟାଣା ସରକାରରେ ସୁଷମା ସର୍ବ କନିଷ୍ଠ କ୍ୟାବିନେଟ ମନ୍ତ୍ରୀ ରହିଥିଲେ। ଏତଦ୍‌ ବ୍ୟତୀତ ଦେଶର ରାଜଧାନୀ ଦିଲ୍ଲୀର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ହୋଇଥିଲେ ସୁଷମା ସ୍ବରାଜ। ଡିସେମ୍ବର ୧୯୯୮ ପର୍ଯ୍ୟନ୍ତ ସୁଷମା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ରହିଥିବା ବେଳେ ସେ ଦିଲ୍ଲୀର ପଞ୍ଚମ ମୁଖ୍ୟମନ୍ତ୍ରୀ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri