Posted inଜାତୀୟ

ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଝିଅ ବାଂସୁରୀ: ଲେଖିଲେ ଭାବପ୍ରବଣ ପୋଷ୍ଟ

ନୂଆଦିଲ୍ଲୀ,୬।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ଆଜି ପୂଣ୍ୟତିଥି। ଏହି ଅବସରରେ ସୁଷମା ସ୍ବରାଜଙ୍କ ଝିଅ ବାଂସୁରୀ ସ୍ବରାଜ ତାଙ୍କୁ ମନେପକାଇଛନ୍ତି। ଏଥିସହ ସେ ଏକ ଭାବପ୍ରବଣ ପୋଷ୍ଟ ଟୁଇଟ କରିଛନ୍ତି। ମା’ ସୁଷମାଙ୍କ ଏକ ଫଟୋ ଶେୟାର କରି ବାଂସୁରୀ କ୍ୟାପସନ୍‌ରେ ଲେଖିଛନ୍ତି, ଆଜି ବି ମା’ ତମେ ମୋର ଶକ୍ତି ହୋଇ ଶିରାପ୍ରଶିରାରେ ପ୍ରବାହିତ ହେଉଛ। ତୁମର ବିବେକ ମୋ ନିଷ୍ପତ୍ତି ସହ ଜଡିତ ଏବଂ ତୁମର ଆଦର୍ଶ ମୋ ଜୀବନ ପଥକୁ ପ୍ରଜ୍ୱଳିତ କରୁଛି। ହେ କୃଷ୍ଣ, ତୁମେ ତ ମୋଠୁଁ ମା’ଙ୍କୁ ଚୋରାଇନେଲ ଏବେ ତାଙ୍କୁ ସାଇତି ରଖିବ ବୋଲି ବାଂସୁରୀ ଉକ୍ତ ପୋଷ୍ଟରେ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୯ରେ ୬୭ ବର୍ଷ ବୟସରେ ହୃଦଘାତ ଯୋଗୁ ପୂର୍ବତନ ବର୍ହିବ୍ୟାପାରମନ୍ତ୍ରୀ ସୁଷମା ସ୍ବରାଜଙ୍କ ଦେହାନ୍ତ ହେଇଥିଲା। ସୁଷମା ହରିୟାଣାଠାରୁ ନିଜର ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ। ୧୯୭୭ ରେ ପ୍ରଥମ ଥର ପାଇଁ ହରିୟାଣା ବିଧାନସଭା ନିର୍ବାଚନରେ ଜିତିଥିଲେ। ୨୫ ବର୍ଷ ବୟସରେ ସେ ଚୌଧୁରୀ ଦେବୀ ଲାଲ ସରକାରରେ ରାଜ୍ୟର ଶ୍ରମମନ୍ତ୍ରୀ ହୋଇଥିଲେ। ଏଥିସହ ହରିୟାଣା ସରକାରରେ ସୁଷମା ସର୍ବ କନିଷ୍ଠ କ୍ୟାବିନେଟ ମନ୍ତ୍ରୀ ରହିଥିଲେ। ଏତଦ୍‌ ବ୍ୟତୀତ ଦେଶର ରାଜଧାନୀ ଦିଲ୍ଲୀର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ହୋଇଥିଲେ ସୁଷମା ସ୍ବରାଜ। ଡିସେମ୍ବର ୧୯୯୮ ପର୍ଯ୍ୟନ୍ତ ସୁଷମା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ରହିଥିବା ବେଳେ ସେ ଦିଲ୍ଲୀର ପଞ୍ଚମ ମୁଖ୍ୟମନ୍ତ୍ରୀ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?