ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ପୁରୁଷୋତ୍ତମପୁରସ୍ଥିତ ନେତାଜୀ ବ୍ଲକସ୍ତରୀୟ ଷ୍ଟାଡିୟମରେ ରବିବାର ଆରମ୍ଭ ହୋଇଛି ୨୪ତମ ସର୍ବ ଭାରତୀୟ କିଶୋର ନାୟକ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ(ବନ୍ତ କପ୍‌-୨୦୨୬)। ସୋମବାର ପୁଲ୍‌-‘ଏ’ର ଦ୍ୱିତୀୟ ମ୍ୟାଚ୍‌ ବିଶ୍ୱ ଭାରତୀ କ୍ରିକେଟ କ୍ଲବ କଟକ ଓ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।

ଟସ୍‌ ଜିତିି ବିଶ୍ୱ ଭାରତୀ କ୍ରିକେଟ କ୍ଲବ କଟକ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭର ମଧ୍ୟରୁ ୧୯.୧ଓଭରରେ ସମସ୍ତ ଉଇକେଟ୍‌ ହରାଇ ୧୦୦ ରନ୍‌ କରିଥିଲା। ଦଳ ପକ୍ଷରୁ ସମ୍ବିତ ସାହୁ ସର୍ବାଧିକ ୨୯ ରନ୍‌ କରିଥିଲେ। ପ୍ରତିପକ୍ଷ ଦଳର ବୋଲର ସେକ୍‌ ଶହୀଦ ୪ ଓଭରରେ ୫ରନ୍‌ ଦେଇ ୪ ଉଇକେଟ ନେଇଥିଲେ।

ଜବାବରେ ଇଷ୍ଟକୋଷ୍ଟ ରେଲୱେ ୧୧ ଓଭରରେ ୩ ଉଇକେଟ ହରାଇ ୧୦୧ ରନ୍‌ କରି ବିଜୟୀ ହୋଇଥିଲା। ଏହି ବିଜୟ ସହ ଇଷ୍ଟକୋଷ୍ଟ ରେଲୱେ ସେମିଫାଇନାଲରେ ପ୍ରବେଶ କରିଛି। ଦଳ ପକ୍ଷରୁ ସୂର୍ଯ୍ୟ ମହାପାତ୍ର ସର୍ବାଧିକ ୪୩ ରନ୍‌ କରିଥିଲେ।

ବିଶ୍ୱ ଭାରତୀ କ୍ରିକେଟ କ୍ଲବ କଟକର ପ୍ରଶାନ୍ତ ସାହୁ ୨ ଉଇକେଟ୍‌ ନେଇଥିଲେ। ଉନ୍ନତ ଖେଳ ପ୍ରଦର୍ଶନ ପାଇଁ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକର ସେକ୍‌୍‌ ଶହୀଦଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ୍‌ ଘୋଷଣା କରାଯାଇଥିଲା। ଅମ୍ପାୟର ଭାବେ ମାନସ ବେହୁରିଆ, ଶାନ୍ତନୁ ରାଉତ, ଶଶୀ ଭୂଷଣ ମିଶ୍ର, ଭାଷ୍ୟକାର ଭାବେ ସଞ୍ଜୟ କୁମାର ମଜୁମଦାର, ସୁକାନ୍ତ କୁମାର ବେହେରା, ଆଶିଷ ଚକ୍ରବର୍ତ୍ତୀ ରହଥିଲେ। ସ୍କୋରର ଭାବେ ଜ୍ୟୋତି ରଞ୍ଜନ ଜେନା, ପଞ୍ଚାନନ ନାୟକ, ହୃଷିକେଶ ପରିଡ଼ା ଦାୟୀତ୍ୱ ତୁଲାଇ ଥିଲେ।

ପୁରସ୍କାର ବିତରଣୀ ଉତ୍ସବରେ ହାଟଡିହୀ ବ୍ଲକ ରମ୍ପାସ ସେବା ସମବାୟ ସମିତି ସଭାପତି ନିରଞ୍ଜନ ସାହୁ ଅତିଥି ଭାବେ ଯୋଗଦେଇ ମ୍ୟାନ୍‌ ଅଫ ଦି ମ୍ୟାଚ୍‌ ପୁରସ୍କାର ପ୍ରଦାନ କରିଥିଲେ। ଟୁର୍ନାମେଣ୍ଟରେ ସାଇସତ୍ୟ ନାୟକ, ଶ୍ରୀକାନ୍ତ ବିଶ୍ୱାଳ, ଜଗନ୍ନାଥ ବିଶ୍ୱାଳ, ସତ୍ୟବ୍ରତ ବିଶ୍ୱାଳ, ହାର୍ଦ୍ଧିକ୍‌ କାଣ୍ଡି, ସୌମ୍ୟଜିତ୍‌ ସାହୁ, ଅରୁଣ ବିଶ୍ୱାଳ ପ୍ରମୁଖ ସହଯୋଗ କରିଥିଲେ।

ମଙ୍ଗଳବାର ତୃତୀୟ ଦିନ ପୁଲ୍‌-‘ବିି’ର ପ୍ରଥମ ମ୍ୟାଚ୍‌ ଇଷ୍ଟକୋଷ୍ଟ ରେଲୱେ ୱାଲଟିଆର, ବିଶାଖାପାଟ୍‌ନମ୍‌ ସହିତ ବିସିସିସି ପୋଲିସ ଲାଇନ୍‌ ବୋକାରୋ ଝାଡଖଣ୍ଡ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଟୁର୍ନାମେଣ୍ଟ କମିଟିର ସଭାପତି ସୁବାଷ ଚନ୍ଦ୍ର ବିଶ୍ୱାଳ ଓ ସମ୍ପାଦକ ଅରୁଣ କୁମାର ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?